କାଲିଠୁ ଯୁକ୍ତ ଦୁଇ ଖାତାଦେଖା, ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୧ା୪: ଆସନ୍ତାକାଲି ଅର୍ଥାତ୍‌ ବୁଧବାରଠାରୁ +୨ ଖାତାଦେଖା ଆରମ୍ଭ ହେବ। ତେବେ ମେ’ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ଖରାକୁ ଦୃଷ୍ଟିରେ ରଖି ଦୁଇଟି ସିଫ୍ଟରେ ଖାତା ଦେଖା ହେବ ବୋଲି ସେ କହିଛନ୍ତି। ଅତ୍ୟଧିକ ଖରା ଓ ମୂଲ୍ୟାଙ୍କନ କେନ୍ଦ୍ରର ଦୂରତା ଯୋଗୁ ଅନେକ  ଶିକ୍ଷୟିତ୍ରୀଶିକ୍ଷକ ଖାତା ଦେଖିବାକୁ ଆସିବା ବେଳେ ସମସ୍ୟାରେ ପଡିପାରନ୍ତି। ଯାହାକୁ ଦୃଷ୍ଟିରେ ରଖି ମୂଲ୍ୟାଙ୍କନ କେନ୍ଦ୍ର ବଢାଯାଇଛି । ଖାତା ଦେଖା ପାଇଁ ପ୍ରାଥମିକ ପର୍ଯ୍ୟାୟରେ ୮ ହଜାର ଶିକ୍ଷୟିତ୍ରୀଶିକ୍ଷକ  ନିଯୁକ୍ତି ହୋଇଛନ୍ତି। ଏକଜାମିନରଙ୍କ ସୁବିଧା ଦୃଷ୍ଟିରୁ ସେମାନଙ୍କୁ ନିଜ ଜିଲାରେ ହୋଇଥିବା ମୂଲ୍ୟାଙ୍କନ କେନ୍ଦ୍ରରେ ଖାତା ଦେଖିବା ପାଇଁ ନିୟୋଜିତ କରାଯାଇଛି। ଏଥିସହିତ ଆଉ ଏକ ବଡ଼ ନିଷ୍ପତ୍ତି ନେଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ।

ଏଥର ମାଲ ପ୍ରାକ୍ଟିସ ବା ଏମପିରେ ବୁକ ହୋଇଥିବା ଛାତ୍ରୀଛାତ୍ରଙ୍କୁ ଦିଆଯିବ ବଡ଼ ଆଶ୍ବସ୍ତି। କୌଣସି ଭୁଲ ନ ଥାଇ ତ୍ରୁଟିପୂର୍ଣ୍ଣ ଭାବେ ଏମପିରେ ବୁକ ହୋଇଥିଲେ ସେମାନଙ୍କ ପରୀକ୍ଷା ଫଳ ସାଧାରଣ ପରୀକ୍ଷାର୍ଥୀଙ୍କ ସହ ଏକାସାଙ୍ଗରେ ପ୍ରକାଶ ପାଇବ। କାଉନସିଲ ଦ୍ୱାରା ଗଠିତ ସ୍ୱତନ୍ତ୍ର କମିଟିର ଯାଞ୍ଚରେ ଏମପିରେ ବୁକ ହୋଇଥିବା ଛାତ୍ରୀଛାତ୍ର ନିଜର ପକ୍ଷ ରଖିବେ। ଏକସଙ୍ଗେ କଳା, ବାଣିଜ୍ୟ, ବିଜ୍ଞାନ, ଧନ୍ଦାମୂଳକ ରେଜଲ୍ଟ ବାହାରିବ। ୩ ଲକ୍ଷ ୯୩ ହଜାର ୬୧୬ ପରୀକ୍ଷାର୍ଥୀଙ୍କ ରେଜଲ୍ଟ ଏକସଙ୍ଗେ ବାହାରିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri