Posted inଖେଳ

୨ ଓଡ଼ିଆ ଅମିତ, ନିଲମ

ହକି ବିଶ୍ୱକପରେ ଭାରତ ପକ୍ଷରୁ ୨ ଜଣ ଓଡ଼ିଆ ଖେଳାଳି ପ୍ରତିନିଧିତ୍ୱ କରୁଛନ୍ତି। ସେମାନେ ହେଲେ ସୁନ୍ଦରଗଡ ଜିଲା ବାଲିଶଙ୍କରା ବ୍ଲକ ସଉନାମରା ଗ୍ରାମର ଅମିତ ରୋହି ଦାସ ଓ କାଦୋବାହାଲର ନିଲମ ସଞ୍ଜୀବ ଖେସ। ଭାରତୀୟ ଦଳର ନିର୍ଭରଯୋଗ୍ୟ ଡିଫେଣ୍ଡର ଅମିତଙ୍କ ପାଇଁ ଏହା ଦ୍ୱିତୀୟ ବିଶ୍ୱକପ୍‌ ହୋଇଥିବାବେଳେ ନିଲମ ଖେଳିବେ ଜୀବନର ପ୍ରଥମ ବଡ଼ ପ୍ରତିଯୋଗିତା। ଅମିତଙ୍କ ଉପରେ ଦଳର ଉପ-ଅଧିନାୟକ ଦାୟିତ୍ୱ ମଧ୍ୟ ନ୍ୟସ୍ତ କରାଯାଇଛି। ଜନ୍ମ ମାଟିରେ ଦ୍ୱିତୀୟ ଥରପାଇଁ ବିଶ୍ୱକପ୍‌ ଖେଳିବାକୁ ଯାଉଥିବାରୁ ସ୍ବାଭାବିକଭାବେ ଉତ୍ସାହିତ ଅଛନ୍ତି ଅମିତ। ”ଭାଗ୍ୟରେ ଥିଲେ ନିଜ ମାଟିରେ ଖେଳିବାର ସୁଯୋଗ ମିଳେ। ଏହା ସମ୍ଭବ ହୋଇ ପାରିଥିବାରୁ ମୁଁ ଗର୍ବ ଅନୁଭବ କରୁଛି ା ବିର୍ସାମୁଣ୍ଡା ଷ୍ଟାଡିୟମର ନୂଆଟର୍ଫରେ ନିଜ ପରିବେଶରେ ଖେଳିବାର ଅନୁଭୂତି ମୋତେ ନିଶ୍ଚିତ ପ୍ରେରଣାଦେବ। ଭୁବନେଶ୍ୱର ସମେତ ରାଉରକେଲାରେ ଏଥର ବିଶ୍ୱକପ ହେଉଥିବାରୁ ବ୍ୟକ୍ତିଗତ ଭାବେ ମୁଁ ବହୁତ ଖୁସି ଅଛି। ଏହା ନିଶ୍ଚିତ ସ୍ମରଣୀୟ ହେବ। ହକିପ୍ରତି ଓଡ଼ିଶା ସରକାରଙ୍କ ଆନ୍ତରିକତା ଯୋଗୁ ରାଜ୍ୟରେ ଦ୍ୱିତୀୟ ଥରପାଇଁ ବିଶ୍ୱକପ ହେବାକୁ ଯାଉଛି। ଆଗାମୀ ବିଶ୍ୱକପରେ ମ୍ୟାଚପରେ ମ୍ୟାଚକୁ ଦୃଷ୍ଟିରେ ରଖି ଆମେ ଖେଳିବୁ। କ୍ୱାର୍ଟର ଫାଇନାଲରେ ପହଞ୍ଚତ୍ବା ଆମର ପ୍ରଥମ ଲକ୍ଷ୍ୟ ରହିବ। ନିକଟ ଅତୀତରେ ଭାରତୀୟ ଦଳ ଭଲ ପ୍ରଦର୍ଶନ କରି ଆସିଛି। ତେଣୁ ଆଗାମୀ ବଡ଼ ପ୍ରତିଯୋଗିତାରେ ମଧ୍ୟ ଉନ୍ନତ ପ୍ରଦର୍ଶନର ଆଶା ରହିଛି। ଦର୍ଶକମାନେ ବହୁ ସଂଖ୍ୟାରେ ଷ୍ଟାଡିୟମକୁ ଆସି ଖେଳାଳିଙ୍କୁ ଉତ୍ସାହିତ କରିବାକୁ ମୋର ଅନୁରୋଧ“ ବୋଲି ଅମିତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri