ସଡ଼କ ଦୁର୍ଘଟଣାରେ ଆଖି ବୁଜିଥିଲେ ୨ ଓଡ଼ିଆ ଶ୍ରମିକ, ଏମ୍‌ପି ଅନନ୍ତ ନାୟକଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକର ଖଜିରାପାଟ ପଞ୍ଚାୟତ ସୁରେନ୍ଦ୍ରପୁର ଗ୍ରାମର ୨ ଜଣ ଶ୍ରମିକ ବେଙ୍ଗାଲୁରୁର ଏକ କମ୍ପାନୀରେ କାମ କରୁଥିଲେ। ଗତ ମେ’ ୧୧ ତାରିଖରେ ସେଠାରେ ଏକ ସଡ଼କ ଦୁର୍ଘଟଣାରେ ଉଭୟଙ୍କର ମୃତ୍ୟୁ ଘଟିଥିଲା । ମୃତ ୨ ଜଣଙ୍କ ଶବ ଗାଁକୁ ଆଣିବା ପାଇଁ କେନ୍ଦୁଝର ଏମପି ଅନନ୍ତ ନାୟକ ଏବଂ ଜିଲା ପ୍ରଶାସନ ପକ୍ଷରୁ ପ୍ରଚେଷ୍ଟା କରାଯାଇ ଶ୍ରମିକମାନେ କାମ କରୁଥିବା କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରାଯାଇଥିଲା। ପରେ ଗୁରୁବାର ରାତିରେ ଆମ୍ବୁଲାନ୍ସ ସାହାଯ୍ୟରେ ୨ ଜଣଙ୍କ ମୃତଦେହ ଗାଁ ରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହେବା ସହ ଗାଁ ମଶାଣିରେ ଉଭୟଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି।

ସୂଚନାନୁଯାୟୀ, ମୃତଯୁବକଦ୍ୱୟ ଗ୍ରାମର ବାବୁଲି ମୁଣ୍ଡାଙ୍କ ପୁଅ ହୃଷିକେଶ (୩୫) ଏବଂ ଜୟକୃଷ୍ଣ ହେମ୍ବ୍ରମଙ୍କ ପୁଅ ଭକ୍ତବନ୍ଧୁ (୨୦)। ଉଭୟ ବେଙ୍ଗାଲୁରୁର ହସକଟାରେ ଥିବା ପିକସ୍ପସ ନାମକ ଏକ କାର୍ଟୁନ କମ୍ପାନୀରେ ଦେଢ଼ବର୍ଷ ହେବ କାର୍ଯ୍ୟ କରୁଥିଲେ। ଗତ ୧୧ ତାରିଖରେ ଉଭୟ କାମ ସାରି ବାଇକ ଯୋଗେ ମଲିମକନପୁରରେ ରହୁଥିବା ରୁମକୁ ଫେରୁଥିବା ସମୟରେ ହସକଟା ଥାନା ଅନ୍ତର୍ଗତ ହସକଟା ନିକଟରେ ଏକ ଆଇଚର ଗାଡି ତାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଜୟକୃଷ୍ଣ ହେମ୍ବ୍ରମଙ୍କ ମୃତ୍ୟୁ ହୋଇଥିବା ବେଳେ ହୃଷିକେଶଙ୍କ ସ୍ଥାନୀୟ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା। ହସକଟା ପୋଲିସ ଦୁଇ ମୃତଦେହକୁ ବ୍ୟବଚ୍ଛେଦ କରାଇଥିଲା। ସେମାନଙ୍କ ମୃତ୍ୟୁ ଖବର ଘରେ ପହଞ୍ଚିବା ପରେ ପରିବାର ଲୋକେ ମୃତଦେହକୁ ଗାଁକୁ ଆଣିବାକୁ ଚେଷ୍ଟା କରିଥିଲେ। ହେଲେ ମୃତଦେହ ଆଣିବାକୁ ପରିବାରଲୋକେ ଅସମର୍ଥ ହୋଇଥିଲେ । ଏଭଳି ଦୁଃଖଦ ଖବର କେନ୍ଦୁଝର ଏମପି ଅନନ୍ତ ନାଏକ ଜାଣିବା ପରେ ମୃତଦେହ କିପରି ଗାଁକୁ ଆସିବ ସେ ନେଇ ଜିଲା ଶ୍ରମ ଅଧିକାରୀ ଆକାଶ ବିଷୋୟୀ ଏବଂ ଉକ୍ତ କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ। ପରେ ଏକ ଆମ୍ବୁଲାନ୍ସ ସହାୟତାରେ ଉଭୟଙ୍କର ମୃତଦେହ ସେଠାରୁ ଅଣାଯାଇ ଗାଁରେ ପହଞ୍ଚିଥିଲା । ଏମ ପି ନାୟକଙ୍କ ପ୍ରଚେଷ୍ଟା ଏବଂ ଜିଲା ପ୍ରଶାସନର ଏପରି କାର୍ଯ୍ୟକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri