୨ ଓଡ୍ରାଫ୍‌, ୧୪ ଅଗ୍ନିଶମ ବାହିନୀ ପ୍ରସ୍ତୁତ

ଜଗତ୍‌ସିଂହପୁର ଅଫିସ, ୪।୧୨: ବାତ୍ୟା ‘ଜୱାଦ’ ପ୍ରଭାବରେ ଜିଲାର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଆରମ୍ଭ ହୋଇଯାଇଛି। ମଧ୍ୟରାତ୍ର ପରେ ଏହା ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ। ସମ୍ଭାବ୍ୟ ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ତରଫରୁ ବିଦ୍ୟାଳୟଗୁଡିକ ଛୁଟି ଘୋଷଣା କରାଯାଇଛି। କିନ୍ତୁ ଶିକ୍ଷାନୁଷ୍ଠାନଗୁଡ଼ିକ ଜରୁରୀ ସେବା ପାଇଁ ଖୋଲା ରହିବ। ଶୁକ୍ରବାର ସୁଦ୍ଧା ୨ଟି ଏନ୍‌ଡିଆର୍‌ଏଫ୍‌ ଦଳ ଜଗତ୍‌ସିଂହପୁରରେ ପହଞ୍ଚତ୍ଛନ୍ତି। ସେମାନଙ୍କୁ ସମୁଦ୍ର ନିକଟବର୍ତ୍ତୀ ପାରାଦୀପ ଓ ଏରସମା ଅଞ୍ଚଳକୁ ପଠାଯାଇଛି । ଏଥିସହ ୨ଟି ଓଡ୍ରାଫ ଓ ୧୪ଟି ଅଗ୍ନିଶମ ବାହିନୀ ଉଦ୍ଧାର ଓ ଜରୁରୀ ସେବା ପାଇଁ ନିୟୋଜିତ ହୋଇଛନ୍ତି। ଜିଲାର ୪୫ଟି ବହୁମୁଖୀ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ ସମେତ ସ୍କୁଲ ଘର, ଅଙ୍ଗନୱାଡି ଗୃହ, କଲ୍ୟାଣ ମଣ୍ଡପ ଆଦି ପ୍ରସ୍ତୁତ ରଖାଯାଇଛି। ଆବଶ୍ୟକସ୍ଥଳେ ତଳୁଆ ଅଞ୍ଚଳ ଓ କଚ୍ଚାଘରେ ରହୁଥିବା ଲୋକଙ୍କୁ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯିବ। ଗର୍ଭବତୀ ମହିଳା, ଶିଶୁ, ଦିବ୍ୟାଙ୍ଗ ଓ ବୃଦ୍ଧଙ୍କୁ ଅଗ୍ରାଧିକାର ଭିତ୍ତିରେ ସ୍ଥାନାନ୍ତର କରାଯିବ। ଏହି ପ୍ରକ୍ରିୟା ଶନିବାରଠାରୁ ଆରମ୍ଭ ହେବ ବୋଲି ଜିଲାପାଳ ପାରୁଲ ପାଟୱାରି ସୂଚନା ଦେଇଛନ୍ତି। ଅପରପକ୍ଷେ ବାତ୍ୟାକୁ ନେଇ ଲୋକଙ୍କ ମଧ୍ୟରେ ଉଦ୍‌ବେଗ ଦେଖାଦେଇଥିବାରୁ ମୁନଫା ଖୋର ବ୍ୟବସାୟୀମାନେ ଏହାର ଫାଇଦା ଉଠାଇବାକୁ ଚେଷ୍ଟା କରୁଛନ୍ତି। ଫଳରେ ଅତ୍ୟାବଶ୍ୟକ ସାମଗ୍ରୀର ଦର ଅହେତୁକ ବଢ଼ିଯାଇଛି। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷା ପ୍ରିୟଦର୍ଶିନୀଙ୍କୁ...

ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର...

ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା: ୫ ବିଧାୟକଙ୍କ କଟିଲା ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ ଘୋଷଣା କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ତାଲିକାରେ...

ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କାଟି ବର୍ଷାଙ୍କ ଉପରେ ଭରସା

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେଡି ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କଟିଛି। ତାଙ୍କ...

ସର୍‌ପ୍ରାଇଜ୍‌ କଲେ ନବୀନ, ଆଶାୟୀ ବରିଷ୍ଠ ନେତାଙ୍କ କାଟିଲେ ଟିକେଟ୍‌!

ଭୁବନେଶ୍ୱର,୨୦।୪: ପୁରୁଖା ନେତାଙ୍କ ଉପରେ ବିଜେଡିର ଭରସା ପାଉନାହିଁ। ଏହାର ପ୍ରମାଣସ୍ବରୂପ ନିର୍ବାଚନ ମଇଦାନକୁ ଦଳ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀଙ୍କୁ ଓହ୍ଲାଉଛି। ଫଳରେ ଦୀର୍ଘଦିନ...

ବିଜେଡି ବିଧାନସଭା ପ୍ରାର୍ଥୀ ତାଲିକା: ରଘୁନାଥ ସାହୁଙ୍କୁ ମିଳିଲା ଏହି ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ତାଲିକାରେ ରହିଛି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାଁ। ସେ ବଡ଼ଚଣାରୁ...

କେନ୍ଦ୍ରାପଡ଼ାରୁ ଗଣେଶ୍ୱର, ବଡ଼ଚଣାରୁ ଲଢ଼ିବେ…

ଭୁବନେଶ୍ୱର,୨୦।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡି ପକ୍ଷରୁ ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri