୨ ଓଡ୍ରାଫ୍‌, ୧୪ ଅଗ୍ନିଶମ ବାହିନୀ ପ୍ରସ୍ତୁତ

ଜଗତ୍‌ସିଂହପୁର ଅଫିସ, ୪।୧୨: ବାତ୍ୟା ‘ଜୱାଦ’ ପ୍ରଭାବରେ ଜିଲାର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଆରମ୍ଭ ହୋଇଯାଇଛି। ମଧ୍ୟରାତ୍ର ପରେ ଏହା ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ। ସମ୍ଭାବ୍ୟ ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ତରଫରୁ ବିଦ୍ୟାଳୟଗୁଡିକ ଛୁଟି ଘୋଷଣା କରାଯାଇଛି। କିନ୍ତୁ ଶିକ୍ଷାନୁଷ୍ଠାନଗୁଡ଼ିକ ଜରୁରୀ ସେବା ପାଇଁ ଖୋଲା ରହିବ। ଶୁକ୍ରବାର ସୁଦ୍ଧା ୨ଟି ଏନ୍‌ଡିଆର୍‌ଏଫ୍‌ ଦଳ ଜଗତ୍‌ସିଂହପୁରରେ ପହଞ୍ଚତ୍ଛନ୍ତି। ସେମାନଙ୍କୁ ସମୁଦ୍ର ନିକଟବର୍ତ୍ତୀ ପାରାଦୀପ ଓ ଏରସମା ଅଞ୍ଚଳକୁ ପଠାଯାଇଛି । ଏଥିସହ ୨ଟି ଓଡ୍ରାଫ ଓ ୧୪ଟି ଅଗ୍ନିଶମ ବାହିନୀ ଉଦ୍ଧାର ଓ ଜରୁରୀ ସେବା ପାଇଁ ନିୟୋଜିତ ହୋଇଛନ୍ତି। ଜିଲାର ୪୫ଟି ବହୁମୁଖୀ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ ସମେତ ସ୍କୁଲ ଘର, ଅଙ୍ଗନୱାଡି ଗୃହ, କଲ୍ୟାଣ ମଣ୍ଡପ ଆଦି ପ୍ରସ୍ତୁତ ରଖାଯାଇଛି। ଆବଶ୍ୟକସ୍ଥଳେ ତଳୁଆ ଅଞ୍ଚଳ ଓ କଚ୍ଚାଘରେ ରହୁଥିବା ଲୋକଙ୍କୁ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯିବ। ଗର୍ଭବତୀ ମହିଳା, ଶିଶୁ, ଦିବ୍ୟାଙ୍ଗ ଓ ବୃଦ୍ଧଙ୍କୁ ଅଗ୍ରାଧିକାର ଭିତ୍ତିରେ ସ୍ଥାନାନ୍ତର କରାଯିବ। ଏହି ପ୍ରକ୍ରିୟା ଶନିବାରଠାରୁ ଆରମ୍ଭ ହେବ ବୋଲି ଜିଲାପାଳ ପାରୁଲ ପାଟୱାରି ସୂଚନା ଦେଇଛନ୍ତି। ଅପରପକ୍ଷେ ବାତ୍ୟାକୁ ନେଇ ଲୋକଙ୍କ ମଧ୍ୟରେ ଉଦ୍‌ବେଗ ଦେଖାଦେଇଥିବାରୁ ମୁନଫା ଖୋର ବ୍ୟବସାୟୀମାନେ ଏହାର ଫାଇଦା ଉଠାଇବାକୁ ଚେଷ୍ଟା କରୁଛନ୍ତି। ଫଳରେ ଅତ୍ୟାବଶ୍ୟକ ସାମଗ୍ରୀର ଦର ଅହେତୁକ ବଢ଼ିଯାଇଛି। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ଜଙ୍ଗଲରେ ବଣଭୋଜି ବେଳେ କାଳବୈଶାଖୀର କୋପ: ଗଛ ଡାଳ ପଡ଼ି ଆଖି ବୁଜିଲେ ମହିଳା, ସ୍ତବ୍ଧ ପରିବାର

କୋରାପୁଟ,୧୦।୬ (ଅମିତାଭ ବେହେରା): କୋରାପୁଟରେ ବଣଭୋଜି ବେଳେ ଏକ ଦୁଃଖଦ ଅଘଟଣ ଘଟିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିବା ସମୟରେ ଗଛର ଏକ ବଡ଼ ଡାଳ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଦିଗପହଣ୍ଡି ସହରର ବିକାଶ-ଡ୍ରେନେଜ୍‌ ବ୍ୟବସ୍ଥା: ୫୦ ବର୍ଷର ମାଷ୍ଟର ପ୍ଲାନ୍‌ ପାଇଁ ବ୍ରହ୍ମପୁର MPଙ୍କ ନିର୍ଦ୍ଦେଶ, ଗଠନ ହେଲା…

ଦିଗପହଣ୍ଡି, ୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଆଗାମୀ ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏକ ସୁଚିନ୍ତିତ ମାଷ୍ଟର ପ୍ଲାନ୍ ଓ ସୁଦୃଢ଼…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଦିଗପହଣ୍ଡିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ପ୍ରସ୍ତୁତି ବୈଠକ: ବାର୍ଷିକ ସମ୍ମିଳନୀ ପାଇଁ ଗଠନ ହେଲା ୧୫ ଜଣିଆ କମିଟି

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଂଘର ବାର୍ଷିକ ସମ୍ମିଳନୀ ପାଇଁ ପ୍ରସ୍ତୁତି ସଭା ବୁଧବାର ଅନୁଷ୍ଠିତ ହୋଇଥିଲା। ସଂଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri