ହୀରାକୁଦ ଡ୍ୟାମ୍‌ରେ ବୁଡିଯାଇ ୨ ଅଧିକାରୀ ନିଖୋଜ, ଜଣେ ଉଦ୍ଧାର

ସମ୍ବଲପୁର,୭ା୮(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଜଳଭଣ୍ଡାରର ଝାଙ୍କରାଣୀପୀଠ ମନ୍ଦିର ଘାଟରେ ରବିବାର ଏକ ଅଘଟଣ ଘଟିଛି। ଡ୍ୟାମରେ ବୁଡିଯାଇ ସମ୍ବଲପୁର ମହାନଦୀ କୋଇଲା କମ୍ପାନୀ(ଏମ୍‌ସିଏଲ୍‌ )ର ୨ଜଣ କର୍ମଚାରୀ ନିଖୋଜ ଅଛନ୍ତି। ସେମାନେ ହେଲେ ମହେଶ ଛିତୋରୀ( ୪୦) ଓ ଅଭିଷେକ କୁମାର( ୪୫) । ତେବେ ନିକଟରେ ଥିବା ଓ୍ବାଟର ସ୍ପୋଟର୍‌ସ କର୍ମଚାରୀଙ୍କ ତ୍ୱରିତ ପଦକ୍ଷେପ ଯୋଗୁ ଅନ୍ୟଜଣେ ଅଧିକାରୀ ଅବିନାଶ ରାୟ ବର୍ତ୍ତି ଯାଇଛନ୍ତି ।

ମିଳିଥିବା ସୂଚନା ଅନୁଯାୟୀ, ଏମ୍‌ସିଏଲ୍‌ ଅଧିକାରୀମାନେ ହୀରାକୁଦ ଜଳଭଣ୍ଡାର ବୁଲିବାକୁ ଆସିଥିଲେ । ସନ୍ଧ୍ୟା ପ୍ରାୟ ୫ଟାରେ ଝାଙ୍କରାଣୀପୀଠ ନିକଟରେ କାର୍‌ ରଖିଥିଲେ । ପରେ ୩ ଜଣ ଅଧିକାରୀ ଡ୍ୟାମ୍‌ ଭିତରକୁ ଗାଧୋଇବାକୁ ଯାଇଥିଲେ । ଗୋଡ ଖସିଯିବାରୁ ସେମାନେ ଗଭୀର ପାଣିରେ ବୁଡି ଯାଇଥିଲେ । ଅଧିକାରୀମାନଙ୍କ ଚିତ୍କାର ଶୁଣି ନିକଟରେ ଥିବା ୱାଟର ସ୍ପୋଟର୍‌ସ କର୍ମଚାରୀ ବୋଟ୍‌ରେ ଆସି ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ। ଅବିନାଶଙ୍କୁ ଉଦ୍ଧାର କରାଯାଇଥିବା ବେଳେ ମହେଶ ଓ ଅଭିଷେକ ନିଖୋଜ ଅଛନ୍ତି । ଖବରପାଇ ଘଟଣାସ୍ଥଳରେ ପୋଲିସ, ଅଗ୍ନିଶମ କର୍ମଚାରୀ ଓ ଓଡ୍ରାଫ ଟିମ୍‌ ପହଞ୍ଚତ୍ ଉଦ୍ଧାର କାର୍ଯ୍ୟ ଜାରି ରଖିଥିଲେ । ରାତି ହେବା ଯୋଗୁ ଉଦ୍ଧାର କାର୍ଯ୍ୟ ସ୍ଥଗିତ ରଖାଯାଇଛି । ସୋମବାର ପୁଣି ଉଦ୍ଧାର କାର୍ଯ୍ୟ କରାଯିବ ବୋଲି ହୀରାକୁଦ ଏସ୍‌ଡିପିଓ ଏସ୍‌.ଦାସ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri