ମାଲକାନଗିରି ସ୍ଥିତି ପାଇଁ ୨ ଅଧିକାରୀଙ୍କୁ ବଡ଼ ଦାୟିତ୍ୱ,

ଭୁବନେଶ୍ୱର,୯ା୯: ମାଲକାନଗିରି ସ୍ଥିତି ପାଇଁ ୨ ବରିଷ୍ଠ ଅଧକାରୀଙ୍କୁ ବଡ଼ ଦାୟିତ୍ୱ ଦିଆଯାଇଛି। ଆଏଏସ୍‌ ବିଷ୍ଣୁପଦ ସେଠୀ ଏବଂ ଆଇପିଏସ୍‌ ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଏହି ଗୁରୁଦାୟିତ୍ୱ ଦିଆଯାଇଛି। ଲଘୁଚାପ ଜନିତ ବର୍ଷା ପାଇଁ ୨ ଅଧିକାରୀ ତଦାରଖ କରିବେ।

ଗତ ଦୁଇଦିନ ଧରି ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁ ମାଲକାନଗିରି ଜିଲା ପ୍ରାୟ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଯାଇଥିବା ଦେଖିବାକୁ ମିଳିଛି। ବିଶେଷକରି ମାଲକାନଗିରି ଜିଲାର ବିଭିନ୍ନ ନଦୀର ଜଳସ୍ରୋତ ବୃଦ୍ଧି ପାଇବାରୁ ନଦୀ ଉପରେ ପ୍ରାୟ ୩ ଫୁଟରୁ ଉଚ୍ଚରେ ବର୍ଷା ଜଳ ପ୍ରବାହିତ ହେବା ଯୋଗୁ ନଦୀର ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହିବା ସହ ଯାତାୟାତ ସମ୍ପୂର୍ଣ୍ଣ ଭାବେ ଠପ୍‌ ହୋଇଯାଇଛିା ମାଥିଲି ବ୍ଲକ ପାଙ୍ଗାମ ନଦୀ ଉପରେ ବର୍ଷାଜଳ ପ୍ରବାହିତ ହେଉଥିବା ବେଳେ କାଲିମେଳା ବ୍ଲକ କାଙ୍ଗୁରୁକୋଣ୍ଡା ନଦୀ ଉପରେ ମଧ୍ୟ ପ୍ରାୟ ୪ ଫୁଟର ବର୍ଷାଜଳ ପ୍ରବାହିତ ହେଉଅଛି। ବିଶେଷକରି ପୋଟେରୁ ନଦୀ ପୋଲ ଉପରେ ମଧ୍ୟ ୫ ଫୁଟରୁ ଉଚ୍ଚରେ ବର୍ଷା ଜଳ ପ୍ରବାହିତ ହୋଇ ଗାଁ ଭିତରେ ପଶିଛି। ଯାହାଫଳରେ ପୋଟେରୁ ଗ୍ରାମବାସୀ ଏକ ପ୍ରକାର ଜଳବନ୍ଦୀ ଜୀବନ ବିତାଉଛନ୍ତି। ସେହିପରି ଚିତ୍ରକୋଣ୍ଡା ମଧ୍ୟ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଯାଇଛି। ମାଲକାନଗିରିରୁ ଚିତ୍ରକୋଣ୍ଡା ଯିବା ରାସ୍ତା ଚିତ୍ରକୋଣ୍ଡା ଘାଟି ଉପରେ ଭଲବ୍‌ ହାଉସ ନିକଟରେ ମାଟି ଅତଡା ଖସି ରାସ୍ତା ଅବରୋଧ ହୋଇଥିବାରୁ ଯାତାୟତ ଠପ୍‌ ହୋଇ ଯାଇଛିା

ସେହିପରି ଆନ୍ଧ୍ର ଓଡ଼ିଶା ସୀମାନ୍ତ ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ପିଲିଗଡା କଲଭର୍ଟର ଗୋଟିଏ ପାର୍ଶ୍ୱ ବର୍ଷା ଜଳରେ ଧୋଇ ହୋଇ ଯିବାରୁ ଆନ୍ଧ୍ର ଓଡ଼ିଶାକୁ ମଧ୍ୟ ଯୋଗାଯୋଗ ବନ୍ଦ ହୋଇ ଯାଇଛି। ଜିଲାର ବିଭିନ୍ନ ସ୍ଥାନରେ ଗଛ ଉପୁଡି ରାସ୍ତା ଅବରୋଧ ହୋଇଥିବା, କେତେକ ଲୋକଙ୍କ ଘର କାନ୍ଥ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି। ମାଲକାନଗିରି ଅଗ୍ନିଶମ ବିଭାଗ ଓ ଓଡ୍ରାଫ୍‌ ଟିମ୍‌ ମଧ୍ୟ ସମସ୍ତ ଅଞ୍ଚଳରେ ସଜାଗ ହୋଇ ରହିବା ସହ ଯେପରି କୌଣସି ଅଘଟଣ ନ ଘଟେ ସେଥିପ୍ରତି ବିଶେଷ ଦୃଷ୍ଟି ଦେଉଥିବା ଦେଖିବାକୁ ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri