ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍ଲାଇନ୍ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ ୩ ବର୍ଷ ହେବ ଅଫ୍ଲାଇନରେ +୨ କଳା ବିଭାଗର ମୂଲ୍ୟାୟନ କେନ୍ଦ୍ର ବେଶ୍ ଦକ୍ଷତାର ସହ ଜାରି ରହିଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡ.ବିଭୂତି ଭୂଷଣ ଆଚାର୍ଯ୍ୟ ଉଭୟ ମୂଲ୍ୟାୟନ କେନ୍ଦ୍ର ଜୋନ୍ ସୁପରଭାଇଜର ଭାବେ କାର୍ଯ୍ୟ ତୁଲାଉଛନ୍ତି। ଆଦିବାସୀ ଅଧ୍ୟୁଷିତ କନ୍ଧମାଳ ଭଳି ଅଞ୍ଚଳରେ ଟାଓ୍ବାର ଉପରେ ଭରସା ନ ଥିବା ଜିଲା ସଦର ମହକୁମା ଫୁଲବାଣୀ ପରେ ଏହା ଦ୍ୱିତୀୟ ଅନ୍ଲାଇନ୍ ଅଫଲାଇନ୍ ମୂଲ୍ୟାୟନ କେନ୍ଦ୍ର ହୋଇପାରିଛି।
ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗର ଏହା ଏକ ସମୟୋଚିତ ଅଭିନବ ପ୍ରୟାସକୁ ବିଭିନ୍ନ ମହଲରୁ ସାଧୁବାଦ ଜଣାଯାଇଛି। ଏହି ମୂଲ୍ୟାୟନର ପ୍ରଥମ ପର୍ଯ୍ୟାୟ ଏପ୍ରିଲ ୨ତାରିଖରୁ ଆରମ୍ଭ ହୋଇ ୧୩ ତାରିଖରେ ସରିବାକୁ ଥିବା ବେଳେ ଏହାର ଦ୍ୱିତୀୟ ପର୍ଯ୍ୟାୟ ୧୫ ଏପ୍ରିଲରେ ଆରମ୍ଭ ହୋଇ ୨୫ ତାରିଖରେ ଶେଷ ହେବ ବୋଲି ମହାବିଦ୍ୟାଳୟ ପକ୍ଷରୁ କୁହାଯାଇଛି।