ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୨ ଓପିଟିସିଏଲ୍‌ କର୍ମଚାରୀ ଗୁରୁତର

ଦେବଗଡ଼,୨୯ା୪(ଶଶାଙ୍କ ଶେଖର ଝାଙ୍କର): ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ ସଂସ୍ପର୍ଶରେ ଆସି ୨ ଜଣ ଓପିଟିସିଏଲ ଆଉଟସୋର୍ସିଂ କର୍ମଚାରୀ ଗୁରୁତର ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ ଥାନା ଆମ୍ବକଟାସ୍ଥିତ ୨୨୦/୩୩ କେଭି ଗ୍ରୀଡ୍‌ ସବ୍‌ଷ୍ଟେଶନରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗୁରୁତର ହୋଇଥିବା ୨ ଜଣ କର୍ମଚାରୀଙ୍କ ଶରୀରର ପ୍ରାୟ ୯୦ ପ୍ରତିଶତ ଲେଖାଏ ପୋଡ଼ିଯାଇଛି। ବାସୁପାଲି ଗ୍ରାମର ଦୀପକ ବେହେରା ଏବଂ ରଞ୍ଜ ଗ୍ରାମର ହିମାଦ୍ରୀ ପ୍ରଧାନଙ୍କ ଅବସ୍ଥା ଅତି ସଙ୍କଟାପନ୍ନ ରହିଛି। ମରାମତି କାମ ଚାଲିଥିବା ବେଳେ କୌଣସି ସତର୍କତା ଅବଳମ୍ବନ କରାଯାଇନଥିଲା।ଦାୟିତ୍ୱରେ ଥିବା କନିଷ୍ଠ ଯନ୍ତ୍ରୀ ଘଟଣାସ୍ଥଳରେ ଉପସ୍ଥିତ ନ ଥିଲେ। ଅସୁରକ୍ଷିତ ଭାବେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିପଦପୂର୍ଣ୍ଣ କାମ କରାଯାଉଥିବା ବେଳେ ଏଭଳି ଅଭାବନୀୟ ଘଟଣା ଘଟିଛି। ବିଭାଗୀୟ କର୍ତୃପକ୍ଷଙ୍କ ଅବହେଳାକୁ ପରିବାର ଲୋକେ ଦାୟୀ କରିଛନ୍ତି। ଗୁରୁତର ଅବସ୍ଥାରେ ଉଭୟଙ୍କୁ ଉଦ୍ଧାର କରି ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଖବର ପାଇ ଦେବଗଡ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ଦେଖିଥିଲେ। ସ୍ବାସ୍ଥ୍ୟ କର୍ମଚାରୀଙ୍କ ସହିତ ଆଲୋଚନା କରି ଉଚ୍ଚତର ଚିକିତ୍ସା ପାଇଁ ଆମ୍ବୁଲାନ୍ସ ଯୋଗେ କଟକସ୍ଥିତ ଅଶ୍ୱିନୀ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଓପିଟିସିଏଲ୍‌ର ଅବହେଳା ଯୋଗୁ ୨ ଜଣ ଅସ୍ଥାୟୀ କର୍ମଚାରୀ ମରଣ ସହିତ ସଂଘର୍ଷ କରୁଛନ୍ତି। ଘଟଣାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବା ସହିତ ପରିବାର ଲୋକଙ୍କୁ ତୁରନ୍ତ ସହାୟତା ଯୋଗାଇ ଦେବାକୁ ବିଧାୟକ ଦାବି କରିଛନ୍ତି । ଓପିଟିଏସଲ ଏସ୍‌ଡିଓ ଘଟଣା ବିଷୟରେ ମୁହଁ ଖୋଲୁ ନ ଥିବାରୁ ତାଙ୍କର ମତାମତ ମିଳିପାରିନାହିଁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

କାମ କରୁ କରୁ ଚାଲିଗଲା ଜୀବନ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨୭ ବର୍ଷୀୟା ମହିଳା ଶ୍ରମିକଙ୍କ ମୃତ୍ୟୁ

ଦାରିଙ୍ଗବାଡ଼ି,୧୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ବୁର୍ଜୁବାଡ଼ି ବିଦ୍ୟାଳୟ ସମ୍ମୁଖରେ ଏକ ନିର୍ମାଣାଧୀନ କୋଠାରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମହିଳା ଶ୍ରମିକଙ୍କ…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?