କାଠପୋଲ ନିର୍ମାଣକଲେ ୨ ପଞ୍ଚାୟତବାସୀ

ଲଙ୍ଗଳେଶ୍ୱର, ୬।୯(କମଳାକାନ୍ତ ଦାସ): ବାଲେଶ୍ୱର ଜିଲା ସଦର ବ୍ଲକ ଦେଇ ପ୍ରବାହିତ ହେଉଥିବା ଡୁବୁଡୁବି ନଦୀର ଶାଖା ନଦୀ ହେଉଛି ହାଣ୍ଡିଭସା ନଦୀ। ଏହି ନଦୀ ଆଳୁମେଦା ଏବଂ କଷାଫଳ ପଞ୍ଚାୟତର ମଧ୍ୟସ୍ଥଳୀରେ ରହିଥିବାରୁ ଲୋକଙ୍କ ଯାତାୟାତ ପାଇଁ ଏଠାରେ ଏକ ପକ୍କା ପୋଲ ଦୀର୍ଘ ୨୦ବର୍ଷ ପୂର୍ବରୁ ପ୍ରଶାସନ ପକ୍ଷରୁ ନିର୍ମାଣ ହୋଇଥିଲା। ପୋଲ ଉପରେ କେବଳ ଏହି ଦୁଇଟି ପଞ୍ଚାୟତ ନୁହେଁ ସଦର ବ୍ଲକ ଏବଂ ବାଲିଆପାଳ ବ୍ଲକର ଲକ୍ଷାଧିକ ଲୋକେ ନିର୍ଭର କରିଥାନ୍ତି। ତେବେ ପୋଲ ଦୁର୍ବଳ ଏବଂ ବିପଦସଙ୍କୁଳ ଅବସ୍ଥାରେ ଥିବାରୁ ସ୍ଥାନୀୟ ଲୋକେ ଏଠାରେ ନୂତନ ପକ୍କା ପୋଲ ନିର୍ମାଣ କରିବା ପାଇଁ ପ୍ରଶାସନ ଏବଂ ବିଭାଗୀୟ ଅଧୀକାରୀଙ୍କ ବାରମ୍ବାର ଦୃଷ୍ଟି ଆକର୍ଷଣ କରିଥିଲେ। ମାତ୍ର ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନ ଥିଲା। ତେବେ ଗତ ଦୁଇ ଦିନ ପୂର୍ବରୁ ପ୍ରବଳ ବର୍ଷା ଏବଂ ଲୁଣି ଜୁଆର ଯୋଗୁ ପୋଲ ଭୁଶୁଡ଼ି ପଡ଼ିଥିଲା। ଫଳରେ ଲୋକଙ୍କ ଯାତାୟାତ ସମ୍ପୂର୍ଣ୍ଣ ଠପ୍‌ ହୋଇ ଯାଇଥିଲା। ପୋଲ ଭୁଶୁଡ଼ିବା ପରେ ସ୍ଥାନୀୟ ଲୋକେ ପୋଲ ନିର୍ମାଣ ପାଇଁ ପ୍ରଶାସନକୁ ଜଣାଇଥିଲେ। ମାତ୍ର ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରା ନ ଯିବାରୁ କଷାଫଳ ଏବଂ ଆଳୁମେଦା ପଞ୍ଚାୟତର ଶତାଧିକ ଲୋକେ ମିଳିତ ହୋଇ ନିକଟସ୍ଥ ଜଙ୍ଗଲରୁ କାଠ ସଂଗ୍ରହ କରି ଏକ ଅସ୍ଥାୟୀ କାଠ ପୋଲ ନିର୍ମାଣ କରିଛନ୍ତି। ପୋଲ ଭୁଶୁଡ଼ିବା ଯୋଗୁ ଯାତାୟାତ ସମ୍ପୂର୍ଣ୍ଣ ଭାବରେ ବନ୍ଦ ହୋଇ ଥିଲା। ମାତ୍ର ଦୁଇ ପଞ୍ଚାୟତବାସୀଙ୍କ ସହଯୋଗରେ ଅସ୍ଥାୟୀ କାଠପୋଲ ନିର୍ମାଣ ପରେ ଏବେ ଅଞ୍ଚଳବାସୀ ସୁରୁଖୁରୁରେ ଯାତାୟାତ କରୁଛନ୍ତି। ତେବେ ଅସ୍ଥାୟୀ ପୋଲ ନିର୍ମାଣ ପରେ ଯାତାୟାତ ସ୍ବାଭାବିକ ହୋଇଥିବା ବେଳେ ଏଠାରେ ପ୍ରଶାସନ ପକ୍ଷରୁ ଏକ ନୂତନ ପକ୍କାପୋଲ ନିର୍ମାଣ କରିବା ପାଇଁ ଦାବି କରିଛନ୍ତି ଲୋକେ। ଜିଲା ପରିଷଦ ଅଧ୍ୟକ୍ଷ ନାରାୟଣ ପ୍ରଧାନ, ସଦର ବ୍ଲକ ଅଧ୍ୟକ୍ଷା ସୁନୀତା ବେହରା ମଙ୍ଗଳବାର ଗାଁରେ ପହଞ୍ଚତ୍ ତୁରନ୍ତ ଏଠାରେ ପକ୍କା ପୋଲ ନିର୍ମାଣ ପାଇଁ ବିଭାଗୀୟ ଅଧିକାରୀଙ୍କ ଯୋଗାଯୋଗ କରିବା ସହ ଖୁବ୍‌ଶୀଘ୍ର ପକ୍କା ପୋଲ ନିର୍ମାଣ ନେଇ ପ୍ରତିଶ୍ରୁତି ଦେଇଛନ୍ତି। ଏହାସହ ଅସ୍ଥାୟୀ କାଠ ପୋଲ ନିର୍ମାଣ ପାଇଁ ଖର୍ଚ୍ଚ ହୋଇଥିବା ଅର୍ଥ ରାଶି ଜିଲା ପରିଷଦ ପାଣ୍ଠିରୁ ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଗୁରୁପଦ ମଣ୍ଡଳ, ଶକ୍ତିପଦ ରାୟ, ମୁକୁନ୍ଦ ଆଦେକ, ପ୍ରିୟରଞ୍ଜନ ପୃଷ୍ଟି, କାର୍ତ୍ତିକ ମାନ୍ନା, ଶିବାନନ୍ଦ ପାତ୍ର, ସୁବଳ ସାମନ୍ତ, ଶୁକଦେବ ମଣ୍ଡଳ, ସତ୍ୟ ଜେନା, ଗୌତମ ସାହୁ, ବାସୁଦେବ ସିଙ୍କ ସମେତ ଦୁଇ ପଞ୍ଚାୟତର ଶତାଧିକ ପୋଲ ନିର୍ମାଣରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri