ଭୟଙ୍କର ଦୁର୍ଘଟଣା: ୨ ଜଣଙ୍କ ଜୀବନ ଗଲା, ୪ ଗୁରୁତର

ଟେନ୍‌ସା,୪ା୭(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଏରିଆନ ଛକ ନିକଟରେ ଘଟିଯାଇଛି ଭୟଙ୍କର ଦୁର୍ଘଟଣା। ଘଟଣାସ୍ଥଳରେ ୨ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ୪ ଜଣ ଗୁରୁତର ହୋଇଛନ୍ତି। ହାଇଓ୍ବାଟି ଏତେ ଜୋର୍‌ରେ ଏକ ଭ୍ୟାନ ଧକ୍କା ଦେଇଛି ଯେ, ଭ୍ୟାନଟି ସମ୍ପୂର୍ଣ୍ଣ ଭାଙ୍ଗି ରୁଜିଯାଇଛି। ଏହି ଭଳି ଏକ ଦୁଃଖଦ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଏରିଆନ ଛକ ନିକଟରେ।

ମିଳିଥିବା ସୂଚନାନୁଯାୟୀ, କମଣ୍ଡସ୍ଥିତ ଷ୍ଟିଲ ପ୍ଲାଣ୍ଟରେ କାର୍ଯ୍ୟରତ ଡିଜେ ସ୍କ୍ରIପ ନାମକ ଠିକାସଂସ୍ଥାର କର୍ମଚାରୀମାନେ କୋଇଡ଼ାରୁ ଏକ ଓମିନି ଗାଡି ନମ୍ବର ଜେଏଚ୍‌ ୦୫ ବିୟୁ ୩୪୧୬ ଯୋଗେ କମଣ୍ଡ ଷ୍ଟିଲ୍‌ ପ୍ଲାଣ୍ଟ୍‌ ଅଭିମୁଖେ ଯାଉଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ଓଡି୧୯ କ୍ୟୁ ୦୯୭୮ନମ୍ବର ହାଇଓ୍ବା ଗାଡ଼ି ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଓମିନି ଚାଳକ ଅଭିମନ୍ୟୁ କୁମାର ଓ ସାଜନ କୁମାରଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା। ଖବର ପାଇ କୋଇଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅନ୍ୟ ୪ ଜଣ ଗୁରୁତର ଆହତ ରାହୁଲ କୁମାର ଶର୍ମା (୩୪), ଅର୍ଜୁନ କୁମାର ଯାଦବ (୩୨), ଶ୍ରୀକାନ୍ତ କୁମାର (୩୨), ସଞ୍ଜୟ ପ୍ରସାଦ (୨୯)ଙ୍କୁ ଉଦ୍ଧାର କରି କୋଇଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ଡାକ୍ତର ପ୍ରାଥମିକ ଚିକିତ୍ସା ପରେ ସମସ୍ତ ଗୁରୁତରଙ୍କୁ ରାଉରକେଲା ସ୍ଥାନାନ୍ତର କରିଛନ୍ତି। ସମସ୍ତ ଗୁରୁତର ଏବଂ ମୃତକମାନେ ବଡ଼ବିଲ, ବିହାର, ଝାଡ଼ଖଣ୍ଡ ଏବଂ ଉତ୍ତରପ୍ରଦେଶର ବାସିନ୍ଦା ହୋଇଥିବା ପ୍ରାଥମିକ ତଦନ୍ତ ଜଣାପଡ଼ିଛି। ଦୁର୍ଘଟଣା ଘଟାଇ ଡ୍ରାଇଭର ଫେରାର ଅଛି। ଘଟଣାସ୍ଥଳରେ କୋଇଡ଼ା ପୋଲିସ ତଦନ୍ତ ଆରମ୍ଭ କରିଛି। ଖୁବ୍‌ଶୀଘ୍ର ଡ୍ରାଇଭର ଧରାପଡ଼ିବ ବୋଲି କୋଇଡ଼ା ଥାନା ଅଧିକାରୀ ଜ୍ୟୋତିରଞ୍ଜନ ପତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri