ଭୟଙ୍କର ଦୁର୍ଘଟଣା: ୨ ଜଣଙ୍କ ଜୀବନ ଗଲା, ୪ ଗୁରୁତର

ଟେନ୍‌ସା,୪ା୭(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଏରିଆନ ଛକ ନିକଟରେ ଘଟିଯାଇଛି ଭୟଙ୍କର ଦୁର୍ଘଟଣା। ଘଟଣାସ୍ଥଳରେ ୨ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ୪ ଜଣ ଗୁରୁତର ହୋଇଛନ୍ତି। ହାଇଓ୍ବାଟି ଏତେ ଜୋର୍‌ରେ ଏକ ଭ୍ୟାନ ଧକ୍କା ଦେଇଛି ଯେ, ଭ୍ୟାନଟି ସମ୍ପୂର୍ଣ୍ଣ ଭାଙ୍ଗି ରୁଜିଯାଇଛି। ଏହି ଭଳି ଏକ ଦୁଃଖଦ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଏରିଆନ ଛକ ନିକଟରେ।

ମିଳିଥିବା ସୂଚନାନୁଯାୟୀ, କମଣ୍ଡସ୍ଥିତ ଷ୍ଟିଲ ପ୍ଲାଣ୍ଟରେ କାର୍ଯ୍ୟରତ ଡିଜେ ସ୍କ୍ରIପ ନାମକ ଠିକାସଂସ୍ଥାର କର୍ମଚାରୀମାନେ କୋଇଡ଼ାରୁ ଏକ ଓମିନି ଗାଡି ନମ୍ବର ଜେଏଚ୍‌ ୦୫ ବିୟୁ ୩୪୧୬ ଯୋଗେ କମଣ୍ଡ ଷ୍ଟିଲ୍‌ ପ୍ଲାଣ୍ଟ୍‌ ଅଭିମୁଖେ ଯାଉଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ଓଡି୧୯ କ୍ୟୁ ୦୯୭୮ନମ୍ବର ହାଇଓ୍ବା ଗାଡ଼ି ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଓମିନି ଚାଳକ ଅଭିମନ୍ୟୁ କୁମାର ଓ ସାଜନ କୁମାରଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା। ଖବର ପାଇ କୋଇଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅନ୍ୟ ୪ ଜଣ ଗୁରୁତର ଆହତ ରାହୁଲ କୁମାର ଶର୍ମା (୩୪), ଅର୍ଜୁନ କୁମାର ଯାଦବ (୩୨), ଶ୍ରୀକାନ୍ତ କୁମାର (୩୨), ସଞ୍ଜୟ ପ୍ରସାଦ (୨୯)ଙ୍କୁ ଉଦ୍ଧାର କରି କୋଇଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ଡାକ୍ତର ପ୍ରାଥମିକ ଚିକିତ୍ସା ପରେ ସମସ୍ତ ଗୁରୁତରଙ୍କୁ ରାଉରକେଲା ସ୍ଥାନାନ୍ତର କରିଛନ୍ତି। ସମସ୍ତ ଗୁରୁତର ଏବଂ ମୃତକମାନେ ବଡ଼ବିଲ, ବିହାର, ଝାଡ଼ଖଣ୍ଡ ଏବଂ ଉତ୍ତରପ୍ରଦେଶର ବାସିନ୍ଦା ହୋଇଥିବା ପ୍ରାଥମିକ ତଦନ୍ତ ଜଣାପଡ଼ିଛି। ଦୁର୍ଘଟଣା ଘଟାଇ ଡ୍ରାଇଭର ଫେରାର ଅଛି। ଘଟଣାସ୍ଥଳରେ କୋଇଡ଼ା ପୋଲିସ ତଦନ୍ତ ଆରମ୍ଭ କରିଛି। ଖୁବ୍‌ଶୀଘ୍ର ଡ୍ରାଇଭର ଧରାପଡ଼ିବ ବୋଲି କୋଇଡ଼ା ଥାନା ଅଧିକାରୀ ଜ୍ୟୋତିରଞ୍ଜନ ପତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?