ଆତଙ୍କ ଖେଳାଇଲା ଦନ୍ତା: ଶିଶୁକନ୍ୟା-ବୃଦ୍ଧଙ୍କ ଜୀବନ ନେଲା

ମୋରଡ଼ା,୩୦।୬ (ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ ହାତୀ ଉପଦ୍ରବ ବର୍ଷ ତମାମ ଲାଗି ରହୁଥିବା ବେଳେ ଜୀବନ ହାନୀର ଘଟଣା ମଧ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି l ବୁଧବାର ରାତିରେ ଏକ ଦନ୍ତା ରାସଗୋବିନ୍ଦପୁର ରେଞ୍ଜ ଅଧୀନ ତଥା ମୋରଡା ବ୍ଲକ ଅନ୍ତର୍ଗତ ହଳଦୀପାଳ ପଞ୍ଚାୟତର ସମାଇଡ଼ିହି ଗ୍ରାମରେ ଆତଙ୍କ ଖେଳାଇ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଏପରିକି ଦନ୍ତା ଆକ୍ରମଣରେ ଜଣେ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ସେହିପରି ବ୍ଲକର ଦୁର୍ଗାପୁର ପଞ୍ଚାୟତର ତାଡିକି ଗ୍ରାମରେ ମଧ୍ୟ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି l

ସୂଚନାନୁଯାୟୀ, ଉକ୍ତ ଗ୍ରାମର ପିତାମ୍ବର ପରମାଣିକଙ୍କ ପରିବାର ଶୋଇଥିବା ବେଳେ ହଠାତ ଏକ ଦନ୍ତା ହାତୀ ପିତାମ୍ବରଙ୍କ ଘର ଉପରେ ଆକ୍ରମଣ କରିଥିଲାl ଭୟରେ ପରିବାରଲୋକେ ବାହାରକୁ ଦୌଡ଼ି ପଳାଇଥିବାବେଳେ ପିତାମ୍ବରଙ୍କ ଝିଅ ଗୁନୁ ପରମାଣିକ (୫) ହାତୀ ହାବୁଡ଼ରେ ପଡିଯାଇଥିଲେ l ହାତୀଟି ଗୁନୁଙ୍କୁ କଚାଡି ଗୋଡ଼ରେ ଦଳି ଜୀବନରୁ ମାରି ଦେଇଥିଲା। ତେବେ ବନବିଭାଗ ହାତୀ ସମ୍ପର୍କରେ ପୂର୍ବରୁ କୌଣସି ଖବର ଦେଇ ନ ଥିବାରୁ ଉକ୍ତ ଘଟଣା ପାଇଁ ସେଠାରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି l ଦୁର୍ଗାପୁର ପଞ୍ଚାୟତର ତାଡିକି ଗ୍ରାମରେ ମଧ୍ୟ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି l ମୃତକ ଜଣକ ହେଲେ ଦେବ ଦେହୁରୀ l ଦେବ ଦେହୁରୀ ଘରେ ଶୋଇଥିବା ସମୟରେ ହାତୀ ଘର କାନ୍ଥକୁ ଭାଙ୍ଗିଦେବାରୁ କାନ୍ଥ ବୃଦ୍ଧଙ୍କ ଉପରେ ପଡିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri