୨ ଜଣଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ

ଭଞ୍ଜନଗର,୧୯।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆସିଷ୍ଟାଣ୍ଟ ସେସନ୍ସ ଜଜ ସୋମାଲିନା ମିଶ୍ର ମଙ୍ଗଳବାର ସାରେ ୨୦୧୭ରେ ପୋଲିସକୁ ଗୁଳି କରି ହତ୍ୟା ଉଦ୍ୟମ ମାମଲାର ବିଚାର କରି ୨ଜଣ ଅଭିଯୁକ୍ତଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଅଭିଯୁକ୍ତ ଦ୍ୱୟ ହେଲେ ଗାଙ୍ଗପୁର ଥାନା ଅନ୍ତର୍ଗତ ସିଆରିମାଳର ଅପରାଧୀ ଲମ୍ବୁ ତାରିଣୀ ଏବଂ ତାଙ୍କ ସହଯୋଗୀ ଟୁକୁନା ପଢ଼ିଆରୀ। ରାୟ ପ୍ରକାଶ ପରେ ଅଭିଯୁକ୍ତ ଦ୍ୱୟ ଲମ୍ବୁ ଏବଂ ଟୁକୁନାଙ୍କୁ କଡା ସୁରକ୍ଷା ମଧ୍ୟରେ ଜେଲ ହାଜତକୁ ପଠାଇ ଦିଆଯାଇଛି। ଅଭିଯୁକ୍ତମାନେ ୨୦୧୭ ଏପ୍ରିଲ ୩୦ ତାରିଖ ଭୋର ସମୟରେ ପୋଲିସ ଉପରକୁ ଗୁଳି ଚଳାଇ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ଆଉ ଜଣେ ଅଭିଯୁକ୍ତ ଫେରାର ଅଛନ୍ତି।
ଯେ, ଲମ୍ବୁଙ୍କ ନାମରେ ୨୦୧୭ ପୂର୍ବରୁ ଜିଲାର ବିଭିନ୍ନ ଥାନାରେ ଏକାଧିକ ମାମଲା ଥିଲା। ତେଣୁ ପୋଲିସର ମୋଷ୍ଟ ୱାଣ୍ଟେଡ଼ ତାଲିକାରେ ଲମ୍ବୁ ଥିଲା। ଘଟଣା ଦିନ ଲମ୍ବୁ ସିଆରିମାଳରେ ଥିବା ପୋଲିସ ଖବର ପାଇଥିଲା। ସୋରଡ଼ା ଏବଂ ଗାଙ୍ଗପୁର ପୋଲିସ ମିଳିତ ଭାବେ ଲମ୍ବୁଙ୍କୁ ଗିରଫ ପାଇଁ ଚଢାଉ କରିଥିଲା। ଏହି ସମୟରେ ଲମ୍ବୁ ପୋଲିସକୁ ଗୁଳିମାଡ କରି ଫେରାର ହେବା ପାଇଁ ଯୋଜନା କରିଥିଲା। ପୋଲିସ ଆତ୍ମରକ୍ଷା ପାଇଁ ପାଲଟା ଗୁଳି ଚାଳନା କରିଥିଲା। ଫଳରେ ଲମ୍ବୁ ଗୁରୁତର ଆହତ ହୋଇଥିଲେ। ଏହାପରେ ପୋଲିସ ଲମ୍ବୁ ଏବଂ ତାର ସହଯୋଗୀ ଟୁକୁନାଙ୍କୁ ଗିରଫ କରିଥିଲା। ଲମ୍ବୁଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ନିଆଯାଇଥିଲା। ଲମ୍ବୁର ଡାହାଣ ଗୋଡ଼ରେ ପ୍ରବଳ ଆଘାତ ଲାଗିଥିବା ଯୋଗୁଁ ସେଠାରେ ତାର ଗୋଟିଏ ଗୋଡକୁ କାଟି ଦିଆଯାଇଥିଲା। ଲମ୍ବୁ ସୁସ୍ଥ ହେବା ପରେ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଥିଲା। ସେହି ଦିନଠାରୁ ଲମ୍ବୁ ଜେଲରେ ବନ୍ଦୀ ଜୀବନ ବିତାଉଥିବା ବେଳେ ଟୁକୁନା ଜାମିନରେ ଥିଲେ। ବିଭିନ୍ନ ଦଫାରେ ଅଭିଯୁକ୍ତ ଦ୍ୱୟଙ୍କୁ ମଙ୍ଗଳବାର ୧୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା ପକାଯାଇଛି। ଜରିମାନା ଅର୍ଥ ଅନାଦେୟ ଅଧିକ ୩ ମାସ କାରାଦଣ୍ଡ ଭୋଗିବା ପାଇଁ ବିଚାରପତି ରାୟରେ ନିର୍ଦ୍ଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଉଷାକାନ୍ତ ପଟ୍ଟନାୟକ, ଲମ୍ବୁଙ୍କ ପାଇଁ ଆଇନଜୀବୀ ଖରାଂଶୁ ଶେଖର
ଦାସ, ଟୁକୁନା ପାଇଁ ଆଇନଜୀବୀ ଅଶ୍ୱିନୀ କୁମାର ପାଣିଗ୍ରାହୀ, ସୁନନ୍ଦ ତ୍ରିପାଠୀ
ମକଦ୍ଦମା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri