୨ ଜଣଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ

ଭଞ୍ଜନଗର,୧୯।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆସିଷ୍ଟାଣ୍ଟ ସେସନ୍ସ ଜଜ ସୋମାଲିନା ମିଶ୍ର ମଙ୍ଗଳବାର ସାରେ ୨୦୧୭ରେ ପୋଲିସକୁ ଗୁଳି କରି ହତ୍ୟା ଉଦ୍ୟମ ମାମଲାର ବିଚାର କରି ୨ଜଣ ଅଭିଯୁକ୍ତଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଅଭିଯୁକ୍ତ ଦ୍ୱୟ ହେଲେ ଗାଙ୍ଗପୁର ଥାନା ଅନ୍ତର୍ଗତ ସିଆରିମାଳର ଅପରାଧୀ ଲମ୍ବୁ ତାରିଣୀ ଏବଂ ତାଙ୍କ ସହଯୋଗୀ ଟୁକୁନା ପଢ଼ିଆରୀ। ରାୟ ପ୍ରକାଶ ପରେ ଅଭିଯୁକ୍ତ ଦ୍ୱୟ ଲମ୍ବୁ ଏବଂ ଟୁକୁନାଙ୍କୁ କଡା ସୁରକ୍ଷା ମଧ୍ୟରେ ଜେଲ ହାଜତକୁ ପଠାଇ ଦିଆଯାଇଛି। ଅଭିଯୁକ୍ତମାନେ ୨୦୧୭ ଏପ୍ରିଲ ୩୦ ତାରିଖ ଭୋର ସମୟରେ ପୋଲିସ ଉପରକୁ ଗୁଳି ଚଳାଇ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ଆଉ ଜଣେ ଅଭିଯୁକ୍ତ ଫେରାର ଅଛନ୍ତି।
ଯେ, ଲମ୍ବୁଙ୍କ ନାମରେ ୨୦୧୭ ପୂର୍ବରୁ ଜିଲାର ବିଭିନ୍ନ ଥାନାରେ ଏକାଧିକ ମାମଲା ଥିଲା। ତେଣୁ ପୋଲିସର ମୋଷ୍ଟ ୱାଣ୍ଟେଡ଼ ତାଲିକାରେ ଲମ୍ବୁ ଥିଲା। ଘଟଣା ଦିନ ଲମ୍ବୁ ସିଆରିମାଳରେ ଥିବା ପୋଲିସ ଖବର ପାଇଥିଲା। ସୋରଡ଼ା ଏବଂ ଗାଙ୍ଗପୁର ପୋଲିସ ମିଳିତ ଭାବେ ଲମ୍ବୁଙ୍କୁ ଗିରଫ ପାଇଁ ଚଢାଉ କରିଥିଲା। ଏହି ସମୟରେ ଲମ୍ବୁ ପୋଲିସକୁ ଗୁଳିମାଡ କରି ଫେରାର ହେବା ପାଇଁ ଯୋଜନା କରିଥିଲା। ପୋଲିସ ଆତ୍ମରକ୍ଷା ପାଇଁ ପାଲଟା ଗୁଳି ଚାଳନା କରିଥିଲା। ଫଳରେ ଲମ୍ବୁ ଗୁରୁତର ଆହତ ହୋଇଥିଲେ। ଏହାପରେ ପୋଲିସ ଲମ୍ବୁ ଏବଂ ତାର ସହଯୋଗୀ ଟୁକୁନାଙ୍କୁ ଗିରଫ କରିଥିଲା। ଲମ୍ବୁଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ନିଆଯାଇଥିଲା। ଲମ୍ବୁର ଡାହାଣ ଗୋଡ଼ରେ ପ୍ରବଳ ଆଘାତ ଲାଗିଥିବା ଯୋଗୁଁ ସେଠାରେ ତାର ଗୋଟିଏ ଗୋଡକୁ କାଟି ଦିଆଯାଇଥିଲା। ଲମ୍ବୁ ସୁସ୍ଥ ହେବା ପରେ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଥିଲା। ସେହି ଦିନଠାରୁ ଲମ୍ବୁ ଜେଲରେ ବନ୍ଦୀ ଜୀବନ ବିତାଉଥିବା ବେଳେ ଟୁକୁନା ଜାମିନରେ ଥିଲେ। ବିଭିନ୍ନ ଦଫାରେ ଅଭିଯୁକ୍ତ ଦ୍ୱୟଙ୍କୁ ମଙ୍ଗଳବାର ୧୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା ପକାଯାଇଛି। ଜରିମାନା ଅର୍ଥ ଅନାଦେୟ ଅଧିକ ୩ ମାସ କାରାଦଣ୍ଡ ଭୋଗିବା ପାଇଁ ବିଚାରପତି ରାୟରେ ନିର୍ଦ୍ଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଉଷାକାନ୍ତ ପଟ୍ଟନାୟକ, ଲମ୍ବୁଙ୍କ ପାଇଁ ଆଇନଜୀବୀ ଖରାଂଶୁ ଶେଖର
ଦାସ, ଟୁକୁନା ପାଇଁ ଆଇନଜୀବୀ ଅଶ୍ୱିନୀ କୁମାର ପାଣିଗ୍ରାହୀ, ସୁନନ୍ଦ ତ୍ରିପାଠୀ
ମକଦ୍ଦମା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri