ତୀର୍ଥ ଯାଇଥିବା ୨ମହିଳା ନିଖୋଜ

ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ),୧୩।୨: ତୀର୍ଥଯାତ୍ରା ପାଇଁ ଯାଇଥିବା ଖୋର୍ଦ୍ଧା ଜିଲାର ୨ବରିଷ୍ଠ ମହିଳା ନିଖୋଜ ହୋଇନ୍ତି। ସେମାନେ ହେଲେ ବାଲିଅନ୍ତା ବ୍ଳକ ଦେଉଳି ଗାଁର ଗୀତାଞ୍ଜଳି ରାଉତ ଓ ଚିଲିକା ବ୍ଳକ ଅଠରବାଟିଆ ପଞ୍ଚାୟତ ଭେଲେରୀ ଗ୍ରାମର ରାଣୀ ଦେଇ । ଏ ଘଟଣା ସମ୍ପର୍କରେ ଜିଲାପାଳ ଅଞ୍ଚଳ ରାଣା କହିଛନ୍ତି, ଜିଲାରୁ ତୀର୍ଥ ପାଇଁ ଯାଇଥିବା ଲୋକଙ୍କ ମଧ୍ୟରୁ ଦୁଇ ଜଣ ଗ୍ରୁପରେ ନ ଥିବା ଖବର ହସ୍ତଗତ ହୋଇଛି । ଏ ସମ୍ପର୍କରେ ସମ୍ପୃକ୍ତ ରାଜ୍ୟ ପର୍ଯ୍ୟଟନ ବିଭାଗ, ସ୍ଥାନୀୟ ଜିଲା ପ୍ରଶାସନ, ପୋଲିସ ସହ ଯୋଗାଯୋଗ କରାଯାଇଛି । ଖୁବଶୀର୍ଘ ସେମାନଙ୍କୁ ସୁରକ୍ଷିତ ଭାବେ ଘରକୁ ଫେରାଇ ଅଣାଯିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି । ଏଥିଲାଗି ସେ ପରିବାର ଲୋକଙ୍କୁ ମଧ ଆଶ୍ବସ୍ତି ପ୍ରଦାନ କରିଛନ୍ତି । ସେମାନଙ୍କୁ ସୁରକ୍ଷିତ ଭାବେ ଅଣାଯିବା ନେଇ ସମସ୍ତ ପ୍ରଚେଷ୍ଟା ଜାରି ରହିଛି ବୋଲି କହିଛନ୍ତି ଜିଲାପାଳ ରାଣା କହିଛନ୍ତି ।

ସୂଚନାଥାଉ କି, ବରିଷ୍ଠ ନାଗରିକଙ୍କୁ ତୀର୍ଥ ଭ୍ରମଣ ଉଦ୍ଦେଶ୍ୟରେ ରାଜ୍ୟ ସରକାର ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଯୋଜନା କରିଛନ୍ତି I ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ରାଜ୍ୟର ବରିଷ୍ଠ ନାଗରିକଙ୍କୁ ନେଇ ପ୍ରତିବର୍ଷ ବିଭିନ୍ନ ତୀର୍ଥ ଭ୍ରମଣ ବ୍ୟବସ୍ଥା କରାଯାଇଥାଏ । ଏହି କ୍ରମରେ ଗତ ୮ରୁ ୧୩ ତାରିଖ ପର୍ଯ୍ୟନ୍ତ ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଯୋଜନାରେ ଖୋର୍ଦ୍ଧା ଜିଲାରୁ ୨୦୯ଜଣ ବରିଷ୍ଠ ନାଗରିକ ତିରୁପତି-ଭିଲୋର ଯାତ୍ରା କରିଥିଲେ I ସେମାନଙ୍କ ସହ ଜିଲାରୁ ୮ ଜଣ ଅଭିଜ୍ଞ ଅଫିସର ମଧ ଯାତ୍ରା କରିଛନ୍ତି । ୨୦୯ଜଣଙ୍କ ମଧ୍ୟରୁ ୨ଜଣ ନିଖୋଜ ରହିଥବା ବେଳେ ୨୦୭ଜଣ ଆଜି ଫେରିବାର କାର୍ଯ୍ୟକ୍ରମ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ବିଶ୍ୱାସରେ ବିଷ: ୧୮ ଲକ୍ଷ ଟଙ୍କାର ଋଣ ଜାଲିଆତି, ମହିଳାଙ୍କୁ ବାନ୍ଧିଲା ତାରସିଂ ପୋଲିସ

ଭଞ୍ଜନଗର, ୧୯।୩ (ବାବୁଲା ପ୍ରଧାନ): ବିଶ୍ୱାସରେ ଦେଲେ ବିଷ । ସାଙ୍ଗସାଥୀ ଓ ପଡ଼ୋଶୀ ମହିଳାଙ୍କ ନାମରେ ବ୍ୟାଙ୍କରୁ ଚଞ୍ଚକତା କରି ଲକ୍ଷ ଲକ୍ଷ ଟଙ୍କା ଋଣ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri