ବୁଗୁଡ଼ା ବ୍ଲକର ବାଲିପଦର, କାଦପଡ଼ାରେ ୨ ପିଙ୍କ୍‌ ବୁଥ୍‌

ବୁଗୁଡ଼ା,୧୭।୨(ଡି.ଏନ.ଏ.) ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ୧୮ରେ ଭୋଟ ଗ୍ରହଣ ହେବ। ବୁଗୁଡ଼ା ବ୍ଲକର ୨୮୭ଟି ବୁଥ୍‌ ମଧ୍ୟରୁ ବାଲିପଦର ଗ୍ରାମସ୍ଥ ନୋଡାଲ୍‌ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଥିବା ବୁଥ୍‌ ନମ୍ବର ୮ ଏବଂ କଳମ୍ବ ପଞ୍ଚାୟତ ଅନ୍ତର୍ଗତ କାଦପଡା ଗାଁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଥିବା ବୁଥ୍‌ ନମ୍ବର ୭କୁ ପିଙ୍କ୍‌ ବୁଥ୍‌ ଭାବେ ଚିହ୍ନଟ କରାଯାଇଥିବା ନେଇ ବ୍ଲକ ନିର୍ବାଚନ ଅଧିକାରୀ ତନ୍ମୟ ପାତ୍ରଙ୍କଠାରୁ ପ୍ରକାଶ। ପିଙ୍କ୍‌ ବୁଥର ବିଶେଷତ୍ୱ ହେଲା ଏଠାରେ ନିର୍ବାଚନ ବେଳେ ଭୋଟ ଗ୍ରହଣ ଦାୟିତ୍ୱରେ କେବଳ ମହିଳା ଅଧିକାରୀ ଏବଂ କର୍ମଚାରୀ ନିୟୋଜିତ ହେବେ। ଉକ୍ତ କେନ୍ଦ୍ରରେ ସମସ୍ତ ଭୋଟରଙ୍କ ହିତକୁ ପ୍ରାଧାନ୍ୟ ଦିଆଯିବା ସହ ଗର୍ଭବତୀ, ଦିବ୍ୟାଙ୍ଗଙ୍କ ପାଇଁ ସ୍ବତନ୍ତ୍ର ସୁବିଧା ରହିବ। ଏ ନେଇ ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳଙ୍କ କାର୍ଯ୍ୟାଳୟର ଚିଠି ୬୭୫/ ୧୦-୦୨-୨୨ ଜରିଆରେ ବୁଗୁଡ଼ା ପଞ୍ଚାୟତ ସମିତି ପ୍ରଶାସନକୁ ଅବଗତ କରାଯାଇଛି। ଉଲ୍ଲେଖଯୋଗ୍ୟ, ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବ୍ଲକର ମୋଟ ୯୮ ହଜାର ୩୮୦ ଜଣ ଭୋଟରଙ୍କ ମଧ୍ୟରୁ ୪୬,୨୩୫ (୪୭%) ମହିଳା ଭୋଟର ରହିଥିବା ବେଳେ ୩ ଜିଲା ପରିଷଦ ଜୋନ୍‌ ପାଇଁ ୬ ଜଣ ମହିଳା ପ୍ରାର୍ଥୀ, ୨୧ ସମିତି ସଭ୍ୟ ପଦବୀ ପାଇଁ ୩୦ ଜଣ ମହିଳା ପ୍ରାର୍ଥୀ ଏବଂ ପାଙ୍ଗିଡ଼ି ପଞ୍ଚାୟତର ଅପ୍ରତିଦ୍ୱନ୍ଦ୍ୱୀ ପ୍ରାର୍ଥିନୀ ଭାଗ୍ୟଲତା ବିଷୋୟୀଙ୍କୁ ବାଦ ଦେଇ ଅନ୍ୟ ୨୦ ପଞ୍ଚାୟତର ସରପଞ୍ଚ ପଦବୀ ପାଇଁ ୩୫ ଜଣ ମହିଳା ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ସୁରକ୍ଷା ନେଇ ଆଗେଇ ଆସିଲେ ଛାତ୍ରୀ, ଆତ୍ମରକ୍ଷା ପାଇଁ କଲେ…

ଦିଗପହଣ୍ଡି,୨୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଗୁରୁବାର ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ‘ଛାତ୍ରୀ…

ଏସଡିଓଙ୍କ ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା: ଏତିକି ଟଙ୍କାର ରଖିଥିଲେ ମେଶିନ

ଭଞ୍ଜନଗର,୨୬।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନରେ ଭିଜିଲାନ୍ସ ଟିମ ଗୁରୁବାର ସକାଳୁ ଆୟ…

ଧରିତ୍ରୀର ପ୍ରଭାବ; ବୁଲା କୁକୁର ଉପରେ ମୁଖ୍ୟମନ୍ତ୍ରୀ ବସ୍ ଚଢ଼ାଇ ଦେବା ଘଟଣା, ଆକ୍ସନ ମୋଡରେ ବିଡିଓ

ଗଞ୍ଜାମ,୨୬।୩ (ବିଦ୍ୟାଧର ସାହୁ):  ମୁଖ୍ୟମନ୍ତ୍ରୀ ବସ୍ ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଘଟଣା । ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆକ୍ସନ ମୋଡରେ ପ୍ରଶାସନ । ଡ୍ରାଇଭରମାନଙ୍କୁ…

ଗଞ୍ଜାମ ସହରରେ ଗୁଟଖା ତମାଖୁ କଳାବଜାର, ଚଢ଼ା ଦରରେ ବିକ୍ରି ଅଭିଯୋଗ

ଗଞ୍ଜାମ,୨୬।୩ (ବିଦ୍ୟାଧର ସାହୁ): ଗତ କିଛି ଦିନ ହେଲା ଗଞ୍ଜାମ ସହରରେ ଗୁଟଖା କଳା ବଜାର ହେଉଛି ।ପୂର୍ବରୁ ରାଧା ଖଇନି, ପାନ ମସଲା ବିମଳ, ସଫଳ…

ଏସଡିଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୫ଟି ସ୍ଥାନରେ ଚାଲିଛି ତନାଘନା

ଭଞ୍ଜନଗର,୨୬/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନରେ ଭିଜିଲାନ୍ସ ଟିମ ଗୁରୁବାର ସକାଳୁ ଆୟ…

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri