ବୁଗୁଡ଼ା ବ୍ଲକର ବାଲିପଦର, କାଦପଡ଼ାରେ ୨ ପିଙ୍କ୍‌ ବୁଥ୍‌

ବୁଗୁଡ଼ା,୧୭।୨(ଡି.ଏନ.ଏ.) ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ୧୮ରେ ଭୋଟ ଗ୍ରହଣ ହେବ। ବୁଗୁଡ଼ା ବ୍ଲକର ୨୮୭ଟି ବୁଥ୍‌ ମଧ୍ୟରୁ ବାଲିପଦର ଗ୍ରାମସ୍ଥ ନୋଡାଲ୍‌ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଥିବା ବୁଥ୍‌ ନମ୍ବର ୮ ଏବଂ କଳମ୍ବ ପଞ୍ଚାୟତ ଅନ୍ତର୍ଗତ କାଦପଡା ଗାଁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଥିବା ବୁଥ୍‌ ନମ୍ବର ୭କୁ ପିଙ୍କ୍‌ ବୁଥ୍‌ ଭାବେ ଚିହ୍ନଟ କରାଯାଇଥିବା ନେଇ ବ୍ଲକ ନିର୍ବାଚନ ଅଧିକାରୀ ତନ୍ମୟ ପାତ୍ରଙ୍କଠାରୁ ପ୍ରକାଶ। ପିଙ୍କ୍‌ ବୁଥର ବିଶେଷତ୍ୱ ହେଲା ଏଠାରେ ନିର୍ବାଚନ ବେଳେ ଭୋଟ ଗ୍ରହଣ ଦାୟିତ୍ୱରେ କେବଳ ମହିଳା ଅଧିକାରୀ ଏବଂ କର୍ମଚାରୀ ନିୟୋଜିତ ହେବେ। ଉକ୍ତ କେନ୍ଦ୍ରରେ ସମସ୍ତ ଭୋଟରଙ୍କ ହିତକୁ ପ୍ରାଧାନ୍ୟ ଦିଆଯିବା ସହ ଗର୍ଭବତୀ, ଦିବ୍ୟାଙ୍ଗଙ୍କ ପାଇଁ ସ୍ବତନ୍ତ୍ର ସୁବିଧା ରହିବ। ଏ ନେଇ ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳଙ୍କ କାର୍ଯ୍ୟାଳୟର ଚିଠି ୬୭୫/ ୧୦-୦୨-୨୨ ଜରିଆରେ ବୁଗୁଡ଼ା ପଞ୍ଚାୟତ ସମିତି ପ୍ରଶାସନକୁ ଅବଗତ କରାଯାଇଛି। ଉଲ୍ଲେଖଯୋଗ୍ୟ, ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବ୍ଲକର ମୋଟ ୯୮ ହଜାର ୩୮୦ ଜଣ ଭୋଟରଙ୍କ ମଧ୍ୟରୁ ୪୬,୨୩୫ (୪୭%) ମହିଳା ଭୋଟର ରହିଥିବା ବେଳେ ୩ ଜିଲା ପରିଷଦ ଜୋନ୍‌ ପାଇଁ ୬ ଜଣ ମହିଳା ପ୍ରାର୍ଥୀ, ୨୧ ସମିତି ସଭ୍ୟ ପଦବୀ ପାଇଁ ୩୦ ଜଣ ମହିଳା ପ୍ରାର୍ଥୀ ଏବଂ ପାଙ୍ଗିଡ଼ି ପଞ୍ଚାୟତର ଅପ୍ରତିଦ୍ୱନ୍ଦ୍ୱୀ ପ୍ରାର୍ଥିନୀ ଭାଗ୍ୟଲତା ବିଷୋୟୀଙ୍କୁ ବାଦ ଦେଇ ଅନ୍ୟ ୨୦ ପଞ୍ଚାୟତର ସରପଞ୍ଚ ପଦବୀ ପାଇଁ ୩୫ ଜଣ ମହିଳା ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ମଦନମୋହନପୁରରେ ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଅନାବରଣ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସ୍ଥିତ ମଦନମୋହନପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ପଣ୍ଡିତ ଗୋପବନ୍ଧୁ...

ଦିବ୍ୟ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡ଼ା ଉଦଯାପିତ: ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ପୁରସ୍କୃତ କଲେ ମୁଖ୍ୟ ଅତିଥି

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଦିବ୍ୟ ପବ୍ଲିକ ସ୍କୁଲ ପରିସରରେ ତିନି ଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶନିବାର...

ପଦ୍ମନାଭପୁର ଶିଶୁ ମନ୍ଦିରର ରୌପ୍ୟ ଜୟନ୍ତୀ ସମାରୋହ ଉଦଘାଟିତ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ‘ଶ୍ରୀଧାମ’ ଆବାସିକ ବିଦ୍ୟାଳୟର ୨୫ତମ ପ୍ରତିଷ୍ଠା ଦିବସ ଅବସରରେ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

୮ ବର୍ଷ ପରେ କେନ୍ଦ୍ରୀୟ ବିଦ୍ୟାଳୟ ପାଳିଲା ବାର୍ଷିକ ଉତ୍ସବ : ଉପ ଜିଲାପାଳ କହିଲେ…

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଦୀର୍ଘ ୮ ବର୍ଷ ପରେ ଶନିବାର ସନ୍ଧ୍ୟାରେ ତ ବାର୍ଷିକ ଉତ୍ସବ ପାଳନ କରିଛି। ୨୦୧୭...

ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ବାହାରିଲା ୧୧ ଫୁଟ୍‌ର ଅହିରାଜ ସାପ, କରୁଥିଲା ଭୟଙ୍କର ଗର୍ଜନ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଅଞ୍ଚଳରେ ଥିବା ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ଶନିବାର ଏକ ୧୧ ଫୁଟ୍ ଲମ୍ବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri