ମଝି ଆକାଶରେ ୨ ବିମାନ ମୁହାଁମୁହିଁ: ପାଇଲଟ ମୃତ…

ଓ୍ବାଶିଂଟନ,୧୮।୯ : ଆମେରିକାର ରେନୋରେ ଏକ ଏୟାର ରେସିଂ ଇଭେଣ୍ଟରେ ଅବତରଣ କରିବା ସମୟରେ ଦୁଇଟି ବିମାନ ମୁହାଁମୁହିଁ ଧକ୍କା ହୋଇଛନ୍ତି। ଏହି ଦୁର୍ଘଟଣାରେ ଦୁଇ ପାଇଲଟଙ୍କ ମୃତ୍ୟୁ ଘଟିଛି। ଅଧିକାରୀମାନେ ଏହି ସୂଚନା ପ୍ରଦାନ କରିଛନ୍ତି। ରେନୋ ସିଟି ଏୟାର ରେସିଂ ଆସୋସିଏଶନର ଅଧିକାରୀମାନେ କହିଛନ୍ତି ରବିବାର ଦିନ ଅପରାହ୍ନ ପ୍ରାୟ ୨ଟା ୧୫ ରେ ଟି -୬ ଗୋଲ୍ଡ ରେସ ଫାଇନାଲ ସମୟରେ ଏହି ଦୁଇଟି ବିମାନ ମଝି ଆକାଶରେ ମୁହାଁମୁହିଁ ହୋଇଥିଲେ।

ଏହି ଘଟଣା ସମ୍ପର୍କରେ ଅଧିକାରୀଙ୍କ ପାଖରେ ଅନ୍ୟ କୌଣସି ସୂଚନା ଉପଲବ୍ଧ ନାହିଁ। ଅଧିକାରୀ କହିଛନ୍ତି ମୃତ୍ୟୁ ଘଟିଥିବା ପାଇଲଟଙ୍କ ନାମ ପ୍ରକାଶ କରାଯାଇ ନାହିଁ।

ଆସୋସିଏଶନର ବୋର୍ଡ ଅଫ ଡାଇରେକ୍ଟର୍ସ ଏବଂ ଟି-୬ ବର୍ଗର ସଭାପତି କହିଛନ୍ତି ରେନୋରେ ଚାଲିଥିବା ଜାତୀୟ ଚାମ୍ପିଅନଶିପ ଏୟାର ରେସର ଅନ୍ତିମ ଦିନରେ ଘଟିଥିବା ଏହି ଦୁର୍ଘଟଣା ସମ୍ପର୍କରେ ମୃତ ପାଇଲଟଙ୍କ ସମ୍ପର୍କୀୟଙ୍କୁ ଜଣାଇବା ପାଇଁ ସେମାନେ କାର୍ଯ୍ୟ କରୁଛନ୍ତି। ଅଧିକାରୀ କହିଛନ୍ତି ଅନ୍ୟ କେହି ଆହତ ହୋଇଥିବା ଖବର ନାହିଁ।

ସୂଚନା ଦେଇ ଅଧିକାରୀମାନେ କହିଛନ୍ତି ଦୁର୍ଘଟଣାର କାରଣ ଜାଣିବା ପାଇଁ ସେମାନେ ଜାତୀୟ ପରିବହନ ସୁରକ୍ଷା ବୋର୍ଡ, ଫେଡେରାଲ ଆଭିଏଶନ ଆଡମିନିଷ୍ଟ୍ରେଶନ ଏବଂ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ସହାୟତା ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri