ମଝି ଆକାଶରେ ୨ ବିମାନ ମୁହାଁମୁହିଁ: ପାଇଲଟ ମୃତ…

ଓ୍ବାଶିଂଟନ,୧୮।୯ : ଆମେରିକାର ରେନୋରେ ଏକ ଏୟାର ରେସିଂ ଇଭେଣ୍ଟରେ ଅବତରଣ କରିବା ସମୟରେ ଦୁଇଟି ବିମାନ ମୁହାଁମୁହିଁ ଧକ୍କା ହୋଇଛନ୍ତି। ଏହି ଦୁର୍ଘଟଣାରେ ଦୁଇ ପାଇଲଟଙ୍କ ମୃତ୍ୟୁ ଘଟିଛି। ଅଧିକାରୀମାନେ ଏହି ସୂଚନା ପ୍ରଦାନ କରିଛନ୍ତି। ରେନୋ ସିଟି ଏୟାର ରେସିଂ ଆସୋସିଏଶନର ଅଧିକାରୀମାନେ କହିଛନ୍ତି ରବିବାର ଦିନ ଅପରାହ୍ନ ପ୍ରାୟ ୨ଟା ୧୫ ରେ ଟି -୬ ଗୋଲ୍ଡ ରେସ ଫାଇନାଲ ସମୟରେ ଏହି ଦୁଇଟି ବିମାନ ମଝି ଆକାଶରେ ମୁହାଁମୁହିଁ ହୋଇଥିଲେ।

ଏହି ଘଟଣା ସମ୍ପର୍କରେ ଅଧିକାରୀଙ୍କ ପାଖରେ ଅନ୍ୟ କୌଣସି ସୂଚନା ଉପଲବ୍ଧ ନାହିଁ। ଅଧିକାରୀ କହିଛନ୍ତି ମୃତ୍ୟୁ ଘଟିଥିବା ପାଇଲଟଙ୍କ ନାମ ପ୍ରକାଶ କରାଯାଇ ନାହିଁ।

ଆସୋସିଏଶନର ବୋର୍ଡ ଅଫ ଡାଇରେକ୍ଟର୍ସ ଏବଂ ଟି-୬ ବର୍ଗର ସଭାପତି କହିଛନ୍ତି ରେନୋରେ ଚାଲିଥିବା ଜାତୀୟ ଚାମ୍ପିଅନଶିପ ଏୟାର ରେସର ଅନ୍ତିମ ଦିନରେ ଘଟିଥିବା ଏହି ଦୁର୍ଘଟଣା ସମ୍ପର୍କରେ ମୃତ ପାଇଲଟଙ୍କ ସମ୍ପର୍କୀୟଙ୍କୁ ଜଣାଇବା ପାଇଁ ସେମାନେ କାର୍ଯ୍ୟ କରୁଛନ୍ତି। ଅଧିକାରୀ କହିଛନ୍ତି ଅନ୍ୟ କେହି ଆହତ ହୋଇଥିବା ଖବର ନାହିଁ।

ସୂଚନା ଦେଇ ଅଧିକାରୀମାନେ କହିଛନ୍ତି ଦୁର୍ଘଟଣାର କାରଣ ଜାଣିବା ପାଇଁ ସେମାନେ ଜାତୀୟ ପରିବହନ ସୁରକ୍ଷା ବୋର୍ଡ, ଫେଡେରାଲ ଆଭିଏଶନ ଆଡମିନିଷ୍ଟ୍ରେଶନ ଏବଂ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ସହାୟତା ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri