କୋଟିପତି ଯନ୍ତ୍ରୀ: ସମ୍ବଲପୁରରେ ରହିଛି ୨ ପ୍ଲଟ୍‌, ନଗଦ ୫୦ ଲକ୍ଷ ଟଙ୍କା ସହ ଘରୁ ବାହାରିଲାଣି ୧୦ ଭରି ସୁନା

ରାୟଗଡ଼ା,୨୯ା୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜନସ୍ବାସ୍ଥ୍ୟ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସହଦେବ କିଷାନ ଭିଜିଲାନ୍ସରେ ଧରା ପଡ଼ିଥିଲେ। ଯନ୍ତ୍ରୀ କିଷାନ ରାତି ପ୍ରାୟ ୭.୩୦ରେ ଜଣେ ଠିକାଦାରଙ୍କଠାରୁ ୧ଲକ୍ଷ ୫୦ ହଜାର ଟଙ୍କା ଲାଞ୍ଚ ନେଇ ଗାଡ଼ିରେ ଯିବା ବେଳେ ମାଡ଼ି ବସିଥିଲା ଭିଜିଲାନ୍ସର ସ୍ବତନ୍ତ୍ର ଟିମ୍‌। ଗୁରୁବାର ସକାଳେ ଯନ୍ତ୍ରୀଙ୍କ ନିଜ ଘର ସମ୍ବଲପୁରରେ ଚଢ଼ାଉ କରାଯାଇ ବ୍ୟାଙ୍କ ଓ ମ୍ୟୁଚିଆଲ ଫଣ୍ଡରେ ଜମାଥିବା ୫୦ ଲକ୍ଷ ଟଙ୍କାର ନଥିପତ୍ର,୧୦୦ ଗ୍ରାମ ସୁନା ଅଳଙ୍କାର ଜବତ କରାଯିବା ସହ ତାଙ୍କ ନାମରେ ସମ୍ବୁଲପୁର ଅଞ୍ଚଳରେ ୨ଟି ପ୍ଲଟ୍‌ ରହିଥିବା ଜଣାପଡ଼ିଛି।
ପ୍ରକାଶ ଯେ, ଅଧୀକ୍ଷଣ ଯନ୍ତ୍ରୀ କିଷାନ ଲାଞ୍ଚ ନେଉଥିବା ଭିଜିଲାନ୍ସରେ ଅଭିଯୋଗ ହେବା ପରେ କୋରାପୁଟ ଭିଜିଲାନ୍ସ ଏସ୍‌ପି ରବୀନ୍ଦ୍ର ପଣ୍ଡାଙ୍କ ନିର୍ଦ୍ଦେଶକ୍ରମେ ଡିଏସ୍‌ପି ସଦାନନ୍ଦ ପାଣି, ଅଭୟ ପ୍ରଧାନ ଏବଂ ଇନ୍ସପେକ୍ଟର ସଞ୍ଜୟ ପ୍ରଧାନଙ୍କ ନେତୃତ୍ୱରେ ଏକ ୩ ଜଣିଆ ଟିମ୍‌ ରାୟଗଡ଼ାରେ ବୁଧବାର ତାଙ୍କୁ ଜଗିଥିଲେ। ଟଙ୍କା ନେଇ ବିଭାଗର ଏକ ସ୍କର୍ପିଓ ଗାଡ଼ି (ଓଡି ୧୮ଏନ୍‌ ୭୯୫୭)ରେ ଯିବା ସମୟରେ ଅଧୀକ୍ଷଣ ଯନ୍ତ୍ରୀ କିଷାନଙ୍କୁ ଭିଜିଲାନ୍ସ ଟିମ୍‌ ଧରିଥିଲା। ତାଙ୍କଠାରୁ ୧ ଲକ୍ଷ ୫୦ ହଜାର ଟଙ୍କା ଜବତ କରିଥିଲା। ଏହାପରେ ସେଠାରୁ ଶିରିଗୁଡ଼ାସ୍ଥିତ ତାଙ୍କ କାର୍ଯ୍ୟାଳୟକୁ ଯାଇ ସିସିଟିଭି ଫୁଟେଜ ଯାଞ୍ଚ କରିବା ସହ ବିଭିନ୍ନ ନଥିପତ୍ର ଜବତ କରିଛି। ଏହା ବ୍ୟତୀତ ବ୍ରାହ୍ମଣସାହି ନିକଟ ଜନସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ସମେତ ତାଙ୍କ ସରକାରୀ ବାସଭବନ ଓ ଅନ୍ୟ କେତେକ ସ୍ଥାନରେ ଚଢ଼ାଉ କରିଥିବା ଜଣାପଡ଼ିଛି। ଜବତ ଟଙ୍କା ନେଇ କୌଣସି ସନ୍ତୋଷଜନକ ଉତ୍ତର ଦେଇ ନ ପାରିବାରୁ ଯନ୍ତ୍ରୀ କିଷାନଙ୍କୁ ଭିଜିଲାନ୍ସ ଟିମ୍‌ ଅଟକ ରଖି ପଚରାଉଚରା ଜାରି ରଖିଥିବା ଜଣାପଡ଼ିଛି ।
ସୂଚନାଯୋଗ୍ୟ, ୨୦୧୬ ମାର୍ଚ୍ଚ ୨୯ରେ ସହକାରୀ ଯନ୍ତ୍ରୀ ଭାବେ ଚାକିରି ପାଇ ସମ୍ବଲପୁର ଡିଭିଜନ ଏବଂ ପରବର୍ତ୍ତୀ ସମୟରେ ଭବାନୀପାଟଣା ଓ ରାୟଗଡାରେ କାର୍ଯ୍ୟରତ ଥିଲେ। ୨୦୨୨ରେ ନିର୍ବାହୀ ଯନ୍ତ୍ରୀ ଏବଂ ୧ ମାର୍ଚ୍ଚ ୨୦୨୫ରେ ଅଧୀକ୍ଷଣ ଯନ୍ତ୍ରୀ ଭାବେ ରାୟଗଡ଼ାରେ କାର୍ଯ୍ୟରତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?