ସହଯୋଗକୁ ଆହୁରି ସୁଦୃଢ କରିବା ଉପରେ ଗୁରୁତ୍ୱାରୋପ ଦେଉଛି ଭାରତ-ଆମେରିକା

ଓ୍ବାଶିଂଟନ୍‌,୨୭।୯: ଆମେରିକା ଏବଂ ଭାରତ ମଧ୍ୟରେ ଗତ କିଛି ବର୍ଷରେ ବାଣିଜ୍ୟ ସହିତ ସାମରିକ ସମ୍ପର୍କ ମଧ୍ୟ ଦ୍ରୁତ ଗତିରେ ମଜବୁତ ହୋଇଛି। ଭାରତ-ପ୍ରଶାନ୍ତ ମହାସାଗରୀୟ ତଥା ଚାଇନା ବିପଦକୁ ଦୃଷ୍ଟିରେ ରଖି ଉଭୟ ଦେଶ ବିଭିନ୍ନ କ୍ଷେତ୍ରରେ ସହଯୋଗ ବୃଦ୍ଧି କରିବାରେ ଲାଗିଛନ୍ତି। ବର୍ତ୍ତମାନ ସମ୍ପର୍କକୁ ନୂତନ ଗତି ଦେବା ପାଇଁ ଉଭୟ ଦେଶର ଅଧିକାରୀମାନେ ଆଭ୍ୟନ୍ତରୀଣ କ୍ଷମତା ଏବଂ ଲଜିଷ୍ଟିକ ସହଯୋଗକୁ ଆହୁରି ମଜବୁତ କରିବାକୁ ଆଲୋଚନା କରିଛନ୍ତି।

ଆମେରିକାର ପ୍ରତିରକ୍ଷା ମନ୍ତ୍ରଣାଳୟ ପେଣ୍ଟାଗନ କହିଛି ଯେ, ମଙ୍ଗଳବାର ଭାରତ-ଆମେରିକା ୨ + ୨ ଅନ୍ତର୍ଜାତୀୟ ବାର୍ତ୍ତା ଆୟୋଜିତ ହୋଇଛି। ଏହି ସମୟରେ ଅଧିକାରୀମାନେ ଭାରତ ମହାସାଗର ଅଞ୍ଚଳରେ ମିଳିତ ସାମୁଦ୍ରିକ ସମ୍ପର୍କ ସହିତ ମହାକାଶ ଏବଂ ସାଇବର ଡୋମେନରେ ସହଯୋଗର ବିସ୍ତାର ବିଷୟରେ ମଧ୍ୟ ଆଲୋଚନା କରିଛନ୍ତି।

ଭାରତୀୟ ପ୍ରତିନିଧିମଣ୍ଡଳର ନେତୃତ୍ୱ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ଅତିରିକ୍ତ ସଚିବ ବାଣୀ ରାଓ ଏବଂ ପ୍ରତିରକ୍ଷା ମନ୍ତ୍ରଣାଳୟର ଯୁଗ୍ମ ସଚିବ ବିଶ୍ୱେଶ ନେଗି ନେଇଥିଲେ। ସେହିପରି ଆମେରିକାର ନେତୃତ୍ୱ ଭାରତ-ପ୍ରଶାନ୍ତ ମହାସାଗରୀୟ ସୁରକ୍ଷା ବିଭାଗର ସହକାରୀ ସଚିବ ଏଲି ରେଟନର୍‌ ଏବଂ ଦକ୍ଷିଣ ଏବଂ ମଧ୍ୟ ଏସିଆ ବ୍ୟାପାର ବିଭାଗର ସହକାରୀ ସଚିବ ଡୋନାଲ୍ଡ ଲୁ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

କ୍ୟାନ୍‌ସର ଚିହ୍ନଟ ହେଲେ ସରକାରଙ୍କୁ ଜଣାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୨ା୮: କ୍ୟାନ୍‌ସରର ସଅଳ ଚିହ୍ନଟ ଓ ତୁରନ୍ତ ଚିକିତ୍ସା ପାଇଁ ଏହାକୁ ଏକ ‘ଅଧିସୂଚିତ ରୋଗ’ ଭାବେ ଘୋଷଣା କରିବା ନିମନ୍ତେ ସୁପ୍ରିମକୋର୍ଟ ମଙ୍ଗଳବାର ଅବଶିଷ୍ଟ ୧୯ଟି…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

ଝଡ଼ବର୍ଷା ପ୍ରଭାବିତଙ୍କୁ ମିଳିନି କ୍ଷତିପୂରଣ: ଜିଲାପାଳଙ୍କୁ ପଡ଼ାବାସୀ ଫେରାଦ

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ଜୁଲାଇ ୨୮ତାରିଖରେ ହୋଇଥିବା ଝଡ଼ବର୍ଷା ଜିଲାବାସୀଙ୍କ ନିଦ ହଜାଇ ଦେଇଥିଲା। ଏଥିରେ ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ସର୍ବାଧିକ ପ୍ରଭାବିତ ହୋଇଥିଲା।…

ହୀରାପୁର ଛକରେ ହେବ ଇଞ୍ଜିନିୟରିଂ କଲେଜ: ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର

ଲୋଇସିଂହା,୧୨।୮(ସୁଶାନ୍ତ ବାରିକ):ସ୍ବାଧୀନତା ଦିବସ ପୂର୍ବରୁ ବଲାଙ୍ଗୀର ଜିଲା ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର ଆସିଛି। ଲୋଇସିଂହା ଥାନା ହୀରାପୁର ଛକ ଅଞ୍ଚଳରେ ଚିହ୍ନଟ ଜାଗାରେ…

ଭୁବନେଶ୍ୱରରୁ ଅନ୍ତର୍ଜାତୀୟ ବିମାନ ସେବା ସମ୍ପୂର୍ଣ୍ଣ ବନ୍ଦ: ପଛରେ ରହିଛି ଏମିତି କାରଣ

ଭୁବନେଶ୍ୱର, ୧୨ା୮(ବନ୍ଦନା ସେଠୀ):ଭୁବନେଶ୍ୱରରୁ ଧୀରେ ଧୀରେ ବିଭିନ୍ନ ସ୍ଥାନକୁ ଏୟାର୍‌ କନେକ୍ଟିଭିଟି କମିବାରେ ଲାଗିଛି। ଏଥିସହ ଅନ୍ତର୍ଜାତୀୟ ଉଡ଼ାଣ ଏକ ପ୍ରକାର ଠପ୍‌ ହୋଇଯାଇଛି। ପୂର୍ବରୁ ବିଜୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri