ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣା: ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୪: କଟକରେ ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ସେ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି।

ପ୍ରକାଶ ଥାଉ କି, ମଙ୍ଗଳବାର ଭୋର୍‌ ସମୟରେ ଏହି ଭୟଙ୍କର ଦୁର୍ଘଟଣା ଘଟିଛି। ପିସିଆର୍‌ ସହିତ ବାଲି ବୋଝେଇ ହାଇଓ୍ବା ମୁହାଁମୁହିଁ ଧକ୍କା ହେବା ଫଳରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଥିଲା। ଦୁର୍ଘଟଣାରେ ହାଇଓ୍ବା ଓଲଟି ପଡ଼ିଥିବା ବେଳେ ପିସିଆର ମଧ୍ୟ ଭାଙ୍ଗି ଚୂରମାର ହୋଇଯାଇଛି।

ସିଆର୍‌ଆର୍‌ଆଇ ଥାନା ପାଟ୍ରୋଲିଂ ବେଳେ ଏହି ଦୁର୍ଘଟଣା ଘଟିଛି। ମୃତ ଦୁଇ ପୋଲିସ କର୍ମଚାରୀ ହେଲେ ପିସିଆର୍‌ ଡ୍ରାଇଭର ଜଗବନ୍ଧୁ ମହାଳି (୩୮) ଏବଂ ପୋଲିସ ଷ୍ଟାଫ୍‌ ଲୋକନାଥ ଶବର। ତେବେ ଏହି ଦୁର୍ଘଟଣାରେ ହୋମଗାର୍ଡ ପବିତ୍ର ମୋହନ ସେଠୀ ଗୁରୁତର ଭାବେ ଆହତ ହୋଇ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସତ ହେଉଛନ୍ତି। ଅପରପକ୍ଷେ ହାଇୱା ଡ୍ରାଇଭରଙ୍କର କୌଣସି କ୍ଷତି ଘଟି ନାହିଁ।

ଦୁର୍ଘଟଣା ଏତେ ଭୟାବହ ଥିଲା ଯେ ଅଗ୍ନିଶମ କର୍ମଚାରୀମାନେ ଗ୍ୟାସ କଟର ସାହାଯ୍ୟରେ ଗାଡ଼ି ଦୁଇଟିକୁ ଅଲଗା ଅଲଗା କରିଥିଲେ। ଖବର ପାଇଁ କଟକ ଡିସିପି ଋଷିକେଶ ଖିଲାରି ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିର ଅନୁଧ୍ୟାନ କରିବା ସହ ଆହତଙ୍କୁ ଡାକ୍ତରଖାନା ପଠାଇବାର ବ୍ୟବସ୍ଥା କରିଥିଲେ। ଏବେ ପୋଲିସ ପିସିଆର୍‌ ଭ୍ୟାନ୍‌କୁ ଉଦ୍ଧାର କରି ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?