ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣା: ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୪: କଟକରେ ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ସେ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି।

ପ୍ରକାଶ ଥାଉ କି, ମଙ୍ଗଳବାର ଭୋର୍‌ ସମୟରେ ଏହି ଭୟଙ୍କର ଦୁର୍ଘଟଣା ଘଟିଛି। ପିସିଆର୍‌ ସହିତ ବାଲି ବୋଝେଇ ହାଇଓ୍ବା ମୁହାଁମୁହିଁ ଧକ୍କା ହେବା ଫଳରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଥିଲା। ଦୁର୍ଘଟଣାରେ ହାଇଓ୍ବା ଓଲଟି ପଡ଼ିଥିବା ବେଳେ ପିସିଆର ମଧ୍ୟ ଭାଙ୍ଗି ଚୂରମାର ହୋଇଯାଇଛି।

ସିଆର୍‌ଆର୍‌ଆଇ ଥାନା ପାଟ୍ରୋଲିଂ ବେଳେ ଏହି ଦୁର୍ଘଟଣା ଘଟିଛି। ମୃତ ଦୁଇ ପୋଲିସ କର୍ମଚାରୀ ହେଲେ ପିସିଆର୍‌ ଡ୍ରାଇଭର ଜଗବନ୍ଧୁ ମହାଳି (୩୮) ଏବଂ ପୋଲିସ ଷ୍ଟାଫ୍‌ ଲୋକନାଥ ଶବର। ତେବେ ଏହି ଦୁର୍ଘଟଣାରେ ହୋମଗାର୍ଡ ପବିତ୍ର ମୋହନ ସେଠୀ ଗୁରୁତର ଭାବେ ଆହତ ହୋଇ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସତ ହେଉଛନ୍ତି। ଅପରପକ୍ଷେ ହାଇୱା ଡ୍ରାଇଭରଙ୍କର କୌଣସି କ୍ଷତି ଘଟି ନାହିଁ।

ଦୁର୍ଘଟଣା ଏତେ ଭୟାବହ ଥିଲା ଯେ ଅଗ୍ନିଶମ କର୍ମଚାରୀମାନେ ଗ୍ୟାସ କଟର ସାହାଯ୍ୟରେ ଗାଡ଼ି ଦୁଇଟିକୁ ଅଲଗା ଅଲଗା କରିଥିଲେ। ଖବର ପାଇଁ କଟକ ଡିସିପି ଋଷିକେଶ ଖିଲାରି ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିର ଅନୁଧ୍ୟାନ କରିବା ସହ ଆହତଙ୍କୁ ଡାକ୍ତରଖାନା ପଠାଇବାର ବ୍ୟବସ୍ଥା କରିଥିଲେ। ଏବେ ପୋଲିସ ପିସିଆର୍‌ ଭ୍ୟାନ୍‌କୁ ଉଦ୍ଧାର କରି ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରେ ୫ ନୂଆ ବିଚାରପତି ନିଯୁକ୍ତ: ମୋଟ ବିଚାରପତି ସଂଖ୍ୟା ହେଲା..

ନୂଆଦିଲ୍ଲୀ,୧ା୬:ସୁପ୍ରିମକୋର୍ଟରେ ସୋମବାର ୫ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିବା ଫଳରେ ଶୀର୍ଷ ଅଦାଲତର ମୋଟ ବିଚାରପତି ସଂଖ୍ୟା ୩୭ରେ ପହଞ୍ଚତ୍ବାକୁ ଯାଉଛି, ଯାହାକି ମଞ୍ଜୁରୀପ୍ରାପ୍ତ ସଂଖ୍ୟାଠାରୁ ଗୋଟିଏ…

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଦୁଇ ଭଉଣୀଙ୍କ ମଧ୍ୟରେ ଗଢ଼ିଉଠିଲା ପ୍ରେମ ସମ୍ପର୍କ: ବିବାହ କରିବା ପାଇଁ ଏମିତି କାମ କଲେ…ଜାଣିଲେ ହୋଇଯିବେ ଚକିତ

ନୂଆଦିଲ୍ଲୀ, ୧।୬: ବିହାରର ଜାମୁଇ ଜିଲାର ଲକ୍ଷ୍ମୀପୁର ବ୍ଲକରୁ ଏକ ବିବାହ ଖବର ସାମ୍ନାକୁ ଆସିଛି, ଯାହା ବ୍ୟାପକ ଆଲୋଚନାର ବିଷୟ ପାଲଟିଛି। ହରଲା ଗାଁର ଜଣେ…

LPGକୁ ନେଇ ଜରୁରୀ ଖବର: ୩୦ ଦିନ ମଧ୍ୟରେ ସମାପ୍ତ କରନ୍ତୁ ଏହି କାମ, ନଚେତ୍‌ ବନ୍ଦ ହୋଇଯିବ…

ନୂଆଦିଲ୍ଲୀ, ୧।୬: ଇରାନ-ଆମେରିକା ଯୁଦ୍ଧ ସାରା ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଛି, ଯାହା ଭାରତରେ ଗ୍ୟାସ ଯୋଗାଣକୁ ମଧ୍ୟ ପ୍ରଭାବିତ କରିଛି। କେନ୍ଦ୍ର ସରକାର LPG ଏବଂ…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri