ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆକୁ ୨ ସମ୍ମାନଜନକ ପୁରସ୍କାର

ଭୁବନେଶ୍ୱର,୧୭।୩(ଅନୁରାଧା ମହାରଣା): କନ୍‌ଫେଡେରେଶନ ଅଫ୍‌ ଇଣ୍ଡିଆନ ଇଣ୍ଡଷ୍ଟ୍ରି (ସିଆଇଆଇ) ପକ୍ଷରୁ ଆୟୋଜିତ ଓଡ଼ିଶା ବାର୍ଷିକ ବୈଠକରେ ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆକୁ ଦୁଇଟି ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଛି। କ୍ୱାଲିଟି ସର୍କଲ ପୁରସ୍କାର ଏବଂ ଏଚ୍‌ଏସ୍‌ଇ (ସ୍ବାସ୍ଥ୍ୟ, ନିରାପତ୍ତା ଏବଂ ପରିବେଶ) ଉତ୍କର୍ଷ ପୁରସ୍କାର ପ୍ରଦାନ କରାଯାଇଛି। ବୈଠକରେ ରାଜ୍ୟ ଶିଳ୍ପ ବିଭାଗର ସ୍ବତନ୍ତ୍ର ସଚିବ ଭୂପେନ୍ଦ୍ର ସିଂ କମ୍ପାନୀ ଅଧିକାରୀଙ୍କୁ ଉଭୟ ପୁରସ୍କାର ପ୍ରଦାନ କରିଛନ୍ତି। ୭୦ରୁ ଅଧିକ କମ୍ପାନୀ ଏଥିରେ ଅଂଶଗ୍ରହଣ କରିଥିବାବେଳେ ଏକ ସ୍ବାଧୀନ ଜୁରି ପ୍ୟାନେଲ ଦ୍ୱାରା ପ୍ରତ୍ୟେକ ବର୍ଗରେ ବିଜେତାମାନଙ୍କୁ ଚୟନ କରାଯାଇଥିଲା। କ୍ବାଲିଟି ସର୍କଲ ପୁରସ୍କାର, ଗୁଣବତ୍ତା ବୃଦ୍ଧି ଏବଂ ନବସୃଜନ ପାଇଁ ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ଉତ୍ସର୍ଗୀକୃତାକୁ ଦର୍ଶାଉଥିବା କମ୍ପାନୀ ପକ୍ଷରୁ କୁହାଯାଇଛି। ସେହିପରି ଏଚ୍‌ଏସ୍‌ଇ ଉତ୍କର୍ଷ ପୁରସ୍କାର ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର କାର୍ଯ୍ୟକ୍ଷେତ୍ରରେ ସର୍ବୋଚ୍ଚ ସ୍ବାସ୍ଥ୍ୟ, ନିରାପତ୍ତା ଏବଂ ପରିବେଶ ପଦକ୍ଷେପ ନିଶ୍ଚିତ କରିବା ପ୍ରତିବଦ୍ଧତାକୁ ସ୍ବୀକୃତି ଦେଇଥିବା କୁହାଯାଇଛି। କର୍ମଚାରୀଙ୍କ ତାଲିମକୁ ପ୍ରାଧାନ୍ୟ ଦେଇ ଏବଂ କଠୋର ସୁରକ୍ଷା ପ୍ରୋଟୋକଲଗୁଡିକ କାର୍ଯ୍ୟକାରୀ କରିବା ସହ କମ୍ପାନୀ ସଫଳତାର ସହ ଏକ ପରିବେଶ ବିକଶିତ କରିଛି ଯେଉଁଠାରେ ସ୍ବାସ୍ଥ୍ୟ, ନିରାପତ୍ତା ଏବଂ ପରିବେଶ ଉପରେ ଗୁରୁତ୍ୱ ଦିଆଯିବା ସହ ପ୍ରତ୍ୟେକ କର୍ମଚାରୀ ଏବଂ ସହଭାଗୀଙ୍କୁ ଗୁରୁତ୍ୱ ଦିଆଯାଉଛି। ଏହି ପୁରସ୍କାର ପାଇବା ପରେ ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଓଡ଼ିଶା ଅପରେଶନର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ସୁରେଶା ସିଆଇଆଇକୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ…

ଘରୋଇ ସ୍କୁଲ ବସ୍‌ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ: ଚାଲିଛି ସିସିଟିଭି ଫୁଟେଜ୍‌ ଯାଞ୍ଚ

ବଲାଙ୍ଗୀର, ୧।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍କିଟ ହାଉସ ନିକଟରେ ବୁଧବାର ସକାଳେ ଏକ ଘରୋଇ ସ୍କୁଲ ବସ୍‌ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

ଟି୨୦ ବିଶ୍ୱକପ୍‌: ଫାଇନାଲରେ ପହଞ୍ଚିଲା ଅଷ୍ଟ୍ରେଲିଆ

ଲଣ୍ଡନ,୩୦ା୬: ଆଶ୍‌ଲେ ଗାର୍ଡନରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ଓ ବେଥ୍‌ ମୁନିଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି।…

୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍‌, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍‌ ଉଠାଣ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର…

ମାସର ପ୍ରଥମ ଦିନରେ ଶସ୍ତା ହେଲା ସୁନା; ଏତିକି ଖସିଲା ରେଟ! ଜାଣନ୍ତୁ ୧ ଜୁଲାଇର ନୂଆ ରେଟ୍…

ନୂଆଦିଲ୍ଲୀ,୧।୭:  ୧ ଜୁଲାଇ ୨୦୨୬ରେ ସୁନା ଏବଂ ରୂପା ଉଭୟର ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। କ୍ରମାଗତ ଭାବେ ବଢୁଥିବା ମୂଲ୍ୟ ପରେ ଏବେ ଗ୍ରାହକମାନଙ୍କୁ ସାମାନ୍ୟ…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri