ଗୋଟିଏ ସୂଚନା ଫଳକରେ ୨ ପ୍ରକଳ୍ପର ନାମ

ବରୀ,୪।୪(ଡି.ଏନ.ଏ.): ଯାଜପୁର ଜିଲା ବରୀ ବ୍ଲକ୍‌ରେ ବିଭିନ୍ନ ଉନ୍ନୟନ ମୂଳକ କାମରେ ଅନିୟମିତତା ହେବା ନୂଆ କଥା ନୁହେଁ। କେତେବେଳେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆରଇଜିଏସ୍‌)ରେ ରୋଗୀମାନେ କାମ କରୁଥିବା ଦର୍ଶାଇ ଅର୍ଥ ଆତ୍ମସାତ୍‌ ହୋଇଥିଲା । ଅଭିଯୋଗ ପରେ ବି ଏହା ଉପରେ ଜିଲା ଓ ବ୍ଲକ୍‌ ପ୍ରଶାସନ କୌଣସି ଗୁରୁତ୍ୱ ଦେଇ ନ ଥିଲେ। ଏବେ ଉକ୍ତ ବ୍ଲକ୍‌ ଗୋଳକୁଣ୍ଡ ପଞ୍ଚାୟତ ଅଧୀନ କଟଣା ଗ୍ରାମ୍ୟ ରାସ୍ତା ଉନ୍ନତିକରଣ ନିମନ୍ତେ ସରକାରଙ୍କ ତରଫରୁ ଅର୍ଥ ବିନିଯୋଗ କ୍ଷେତ୍ରରେ ଅନିୟମିତତା ହୋଇଥିବା ବରୀ ବିଡ଼ିଓଙ୍କ ନିକଟରେ ଅଭିଯୋଗ ହୋଇଛି। ଗୋଟିଏ ସୂଚନା ଫଳକର ଦୁଇ ପାର୍ଶ୍ୱରେ ସରକାରୀ ଅନୁଦାନ ଖର୍ଚ୍ଚ କରାଯାଉଥିବା ଉଲ୍ଲେଖ ରହିଛି। ଉକ୍ତ ପଞ୍ଚାୟତ ଦାୟିତ୍ୱରେ ଥିବା କେତେଜଣ ବିଭାଗୀୟ ଯନ୍ତ୍ରୀ ଉକ୍ତ ଅଭିଯୋଗକୁ ଅଣଦେଖା କରିବା ସେମାନଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ରହିଛି ବୋଲି ଅଭିଯୋଗପତ୍ରରେ ଦର୍ଶାଯାଇଛି।
ସୂଚନାଯୋଗ୍ୟ, କାର୍ଯ୍ୟର ସୂଚନାଫଳକରେ ଉଲ୍ଲେଖ ଥିବା କାର୍ଯ୍ୟ ଖାତା ନଂ. ୫୨୪, ପ୍ଲଟ ନଂ. ୫୧୬୮, ୫୧୬୪ ସାବକ ଖାତା ନଂ. ୩୭୭, ପ୍ଲଟ୍‌ ନଂ. ୪୪୩୩, ୪୪୩୦ ଅଭିଯୋଗକାରୀ ପ୍ରତାପ ଜେନା ପିତା ନୃସିଂହ ଚରଣ ଜେନାଙ୍କ ନାମରେ ରହିଛି ବୋଲି ଅଭିଯୋଗକାରୀ ଦର୍ଶାଇଛନ୍ତି। ହେଲେ କାର୍ଯ୍ୟାଦେଶ ଦିଆଯାଇଥିବା ସ୍ଥାନ ବା ଜମି ସରକାରୀ ଖାତାରେ ଅଛି କି ନାହିଁ, ସେହି ସ୍ଥାନଟି କାର୍ଯ୍ୟ ହେବା ପାଇଁ ଉପଯୋଗୀ କି ନୁହେଁ ସେହି ମର୍ମରେ ତହସିଲ ପ୍ରଶାସନ ତରଫରୁ ତଦନ୍ତ ପରେ ସ୍ବିକୃତୀ ପ୍ରଦାନ କରାଯାଇଥାଏ। ମାତ୍ର ବ୍ୟକ୍ତିଗତ ଜାଗାରେ ରାସ୍ତା ହେଉଥିବା ଏବଂ ସମ୍ପୃକ୍ତ ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ଓ ସରପଞ୍ଚ ଚଞ୍ଚକତା ଭାବେ ଆମର ବ୍ୟକ୍ତିଗତ ଜାଗାରେ କାମ କରିବା ସହ ଗୋଟିଏ ପ୍ରକଳ୍ପ ଦର୍ଶାଇ ଦୁଇଟି ପ୍ରକଳ୍ପର ମିଥ୍ୟା ବିଲ କରି ଅର୍ଥ ହାତେଇବାର ମସୁଧା କରୁଛନ୍ତି ବୋଲି ଅଭିଯୋଗକାରୀ ପ୍ରତାପ ଦର୍ଶାଇଛନ୍ତି। ଗୋଟିଏ ସୂଚନା ଫଳକରେ ୨ ପ୍ରକଳ୍ପର ନାମ ଲେଖା ଯିବା ଓ ଏହା ବ୍ୟକ୍ତିଗତ ଜାଗାରେ କାମ କରାଯିବା ପରେ ସେହି ପଞ୍ଚାୟତର କନିଷ୍ଠ ଯନ୍ତ୍ରୀ ଘଟଣାସ୍ଥଳକୁ ଯାଇ ମାପ ଚୁପ କରିବା ପରେ ବ୍ଲକ୍‌ ପ୍ରଶାସନର ସ୍ବଚ୍ଛତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏ ସଂକ୍ରାନ୍ତରେ ଉକ୍ତ ପଞ୍ଚାୟତର କନିଷ୍ଠ ଯନ୍ତ୍ରୀ ନେହେରୁ ବେହେରାଙ୍କ ମତାମତ ନେବାକୁ ଫୋନ୍‌ରେ ଯୋଗାଯୋଗ କରାଯାଇଥିଲା। ହେଲେ ସେ ଫୋନ୍‌ ଉଠାଇ ନ ଥିଲେ। ଅପରପକ୍ଷେ ସହକାରୀ ଯନ୍ତ୍ରୀ ସନ୍ଦୀପ ଦାସଙ୍କୁ ଯୋଗାଯୋଗ କରାଯାଇଥିଲା ହେଲେ ତାଙ୍କ ଫୋନ୍‌ ସୁଇଚ୍‌ ଅଫ୍‌ ଥିବାରୁ ତାଙ୍କର ବି ମତାମତ ମିଳି ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?