ଫଳକରେ ଅଟକିଛି ୨ ପ୍ରକଳ୍ପ

ଖଣ୍ଡପଡ଼ା,୨୫ା୧୧(ସ୍ବ.ପ୍ର.): ଖଣ୍ଡପଡ଼ା ସହରର ବିଭିନ୍ନ ସ୍ଥାନରେ ନୂତନ ପ୍ରକଳ୍ପ ନିର୍ମାଣ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲେ ମଧ୍ୟ ଅଦ୍ୟାବଧି ନୂତନ ପ୍ରକଳ୍ପ ନିର୍ମାଣ ହୋଇପାରୁନାହିଁ। ଅନୁଦାନ ଅର୍ଥ ମଞ୍ଜୁର ପରେ ବି ରାଜନୈତିକ ଇଚ୍ଛାଶକ୍ତିର ଅଭାବ ଓ ପ୍ରଶାସନିକ ସ୍ଥାଣୁତା ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି ବୋଲି ଅଭିଯୋଗ ହୋଇଛି।
ଖଣ୍ଡପଡ଼ା ସହର ବାଇପାସ୍‌ ରାସ୍ତା ପାର୍ଶ୍ୱରେ ଦେୱାନୀ ଅଦାଲତର ନୂତନ କୋଠାନିର୍ମାଣ ନିମନ୍ତେ ୨୦୧୯ରେ ଶିଳନ୍ୟାସ କରାଯାଇଥିଲା। ଏଥି ନିମନ୍ତେ ଖଣ୍ଡପଡ଼ା ତହସିଲ କର୍ତ୍ତୃପକ୍ଷ ଆବଶ୍ୟକ ସରକାରୀ ଜାଗା ଚିହ୍ନଟ କରି ବିଚାର ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର କରିଥିଲେ ମଧ୍ୟ ଅଦ୍ୟାବଧି ଉକ୍ତ କାମ କେବଳ ସୂଚନା ଫଳକରେ ସୀମିତ ରହିଛି। ଦେୱାନୀ ଅଦାଲତ ନୂତନ କୋଠା ନିର୍ମାଣ କାମ ଖଣ୍ଡପଡ଼ା ପୂର୍ତ୍ତ ବିଭାଗ ଉପରେ ନ୍ୟସ୍ତ କରାଯାଇଛି। ସେହିପରି ଖଣ୍ଡପଡ଼ା ସହରର ୧୩ ନଂ. ୱାର୍ଡ ଅଧୀନ ମା’ଉମାଦେବୀଙ୍କ ମନ୍ଦିର ପାର୍ଶ୍ୱ ୫.୫ ଏଳର ସରକାରୀ ଜାଗାରେ ଏକ ବିଜ୍ଞାନ କେନ୍ଦ୍ର ନିର୍ମାଣ ପାଇଁ ୨୦୧୯ ମାର୍ଚ୍ଚ ୪ରେ ପ୍ରଶାସନ ପକ୍ଷରୁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ଅଦ୍ୟାବଧି ବିଜ୍ଞାନ କେନ୍ଦ୍ର ନିର୍ମାଣ କାମ ଆରମ୍ଭ ହୋଇ ନ ଥିବା ବେଳେ ଏଥିପାଇଁ ମଞ୍ଜୁର ଅନୁଦାନ ଅର୍ଥ ପଡିରହିଛି। କେବେ ବିଜ୍ଞାନ କେନ୍ଦ୍ର ନିର୍ମାଣ ହେବ ଏ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହାଛଡା ଖଣ୍ଡପଡା ବାଇପାସ ରାସ୍ତାର ସମ୍ପ୍ରସାରଣ, ମଧୁବନ ମିନି ଷ୍ଟାଡିୟମର ଉନ୍ନତିକରଣ, ଶ୍ରୀହୀନ ଅବସ୍ଥାରେ ପଡି ରହିଥିବା ସୁନାମୁହିଁ ପରିବେଶ ପର୍ଯ୍ୟଟନ ସ୍ଥଳୀର ଉନ୍ନତୀକରଣ, ନୂଆ ପୋଖରୀ ହୁଡାରେ ନୂତନ ପାର୍କ ନିର୍ମାଣ କାମ ଅଧାରେ ଅଟଳି ରହିଛି। ଏଥିପ୍ରତି ନୟାଗଡ଼ ଜିଲାପାଳ, ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଓ ବିଭାଗୀୟ ଉଚ୍ଚପଦସ୍ଥ ଅଧିକାରୀମାନେ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ନାମ୍ବିୟାଠାରୁ ଯଦି ପାକିସ୍ତାନ ହାରିଯାଏ ତେବେ କ’ଣ ହେବ? ବୁଝନ୍ତୁ T20 World Cupର ସୁପର ୮ କ୍ୱାଲିଫିଶେନର ଗଣିତ

ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରି ICC T20 ବିଶ୍ୱକପ 2026 ର ସୁପର ୮ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫେବୃଆରୀ ୧୫…

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ବିଶ୍ୱ ଦେଖିବ ଭାରତର ଶକ୍ତି! ଫ୍ରାନ୍ସରୁ ବ୍ରାଜିଲ ପର୍ଯ୍ୟନ୍ତ, AI Impact Summit 2026ରେ ବିଶ୍ୱ ଶକ୍ତିର ହେବ ସମାବେଶ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୭ ଏବଂ ୧୮ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ କେବଳ ଏକ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ନୁହେଁ…

‘ଶଶି ଥରୁର ବୈଦେଶିକ ମନ୍ତ୍ରୀ ହେବାକୁ ଚାହୁଁଛନ୍ତି, ପବନ ଖେରା କେବଳ କାଠ କଣ୍ଢେଇ’, କାହିଁକି ଏମିତି କହିଲେ ମଣି ଶଙ୍କର ଆୟାର? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୬।୨: ବିବାଦୀୟ ବୟାନ ପାଇଁ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ତାଙ୍କ ଦଳ ଭିତରେ ଥିବା ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri