ଫଳକରେ ଅଟକିଛି ୨ ପ୍ରକଳ୍ପ

ଖଣ୍ଡପଡ଼ା,୨୫ା୧୧(ସ୍ବ.ପ୍ର.): ଖଣ୍ଡପଡ଼ା ସହରର ବିଭିନ୍ନ ସ୍ଥାନରେ ନୂତନ ପ୍ରକଳ୍ପ ନିର୍ମାଣ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲେ ମଧ୍ୟ ଅଦ୍ୟାବଧି ନୂତନ ପ୍ରକଳ୍ପ ନିର୍ମାଣ ହୋଇପାରୁନାହିଁ। ଅନୁଦାନ ଅର୍ଥ ମଞ୍ଜୁର ପରେ ବି ରାଜନୈତିକ ଇଚ୍ଛାଶକ୍ତିର ଅଭାବ ଓ ପ୍ରଶାସନିକ ସ୍ଥାଣୁତା ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି ବୋଲି ଅଭିଯୋଗ ହୋଇଛି।
ଖଣ୍ଡପଡ଼ା ସହର ବାଇପାସ୍‌ ରାସ୍ତା ପାର୍ଶ୍ୱରେ ଦେୱାନୀ ଅଦାଲତର ନୂତନ କୋଠାନିର୍ମାଣ ନିମନ୍ତେ ୨୦୧୯ରେ ଶିଳନ୍ୟାସ କରାଯାଇଥିଲା। ଏଥି ନିମନ୍ତେ ଖଣ୍ଡପଡ଼ା ତହସିଲ କର୍ତ୍ତୃପକ୍ଷ ଆବଶ୍ୟକ ସରକାରୀ ଜାଗା ଚିହ୍ନଟ କରି ବିଚାର ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର କରିଥିଲେ ମଧ୍ୟ ଅଦ୍ୟାବଧି ଉକ୍ତ କାମ କେବଳ ସୂଚନା ଫଳକରେ ସୀମିତ ରହିଛି। ଦେୱାନୀ ଅଦାଲତ ନୂତନ କୋଠା ନିର୍ମାଣ କାମ ଖଣ୍ଡପଡ଼ା ପୂର୍ତ୍ତ ବିଭାଗ ଉପରେ ନ୍ୟସ୍ତ କରାଯାଇଛି। ସେହିପରି ଖଣ୍ଡପଡ଼ା ସହରର ୧୩ ନଂ. ୱାର୍ଡ ଅଧୀନ ମା’ଉମାଦେବୀଙ୍କ ମନ୍ଦିର ପାର୍ଶ୍ୱ ୫.୫ ଏଳର ସରକାରୀ ଜାଗାରେ ଏକ ବିଜ୍ଞାନ କେନ୍ଦ୍ର ନିର୍ମାଣ ପାଇଁ ୨୦୧୯ ମାର୍ଚ୍ଚ ୪ରେ ପ୍ରଶାସନ ପକ୍ଷରୁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ଅଦ୍ୟାବଧି ବିଜ୍ଞାନ କେନ୍ଦ୍ର ନିର୍ମାଣ କାମ ଆରମ୍ଭ ହୋଇ ନ ଥିବା ବେଳେ ଏଥିପାଇଁ ମଞ୍ଜୁର ଅନୁଦାନ ଅର୍ଥ ପଡିରହିଛି। କେବେ ବିଜ୍ଞାନ କେନ୍ଦ୍ର ନିର୍ମାଣ ହେବ ଏ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହାଛଡା ଖଣ୍ଡପଡା ବାଇପାସ ରାସ୍ତାର ସମ୍ପ୍ରସାରଣ, ମଧୁବନ ମିନି ଷ୍ଟାଡିୟମର ଉନ୍ନତିକରଣ, ଶ୍ରୀହୀନ ଅବସ୍ଥାରେ ପଡି ରହିଥିବା ସୁନାମୁହିଁ ପରିବେଶ ପର୍ଯ୍ୟଟନ ସ୍ଥଳୀର ଉନ୍ନତୀକରଣ, ନୂଆ ପୋଖରୀ ହୁଡାରେ ନୂତନ ପାର୍କ ନିର୍ମାଣ କାମ ଅଧାରେ ଅଟଳି ରହିଛି। ଏଥିପ୍ରତି ନୟାଗଡ଼ ଜିଲାପାଳ, ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଓ ବିଭାଗୀୟ ଉଚ୍ଚପଦସ୍ଥ ଅଧିକାରୀମାନେ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri