ଅଟୋରେ ନେଉଥିଲେ ୨କୁଇଣ୍ଟାଲ ଗଞ୍ଜେଇ

ଚିତ୍ରକୋଣ୍ଡା,୧୦ା୪(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପୋଲିସ ୨୦୮ କେଜି ୮ଶହ ଗ୍ରାମ ଗଞ୍ଜେଇ ଜବତ କରି ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଦିଲଶାଦ କୁରେଶି(୩୦), କସିମ ହୁସେନ(୩୩) ଓ ବିଜୟ କୁମାର ଶର୍ମା(୫୭)।

ଗଞ୍ଜେଇ ଚୋରା ଚାଲାଣ ହେଉଥିବା ନେଇ ପୋଲିସକୁ ଖବର ମିଳିଥିଲା। ଏନେଇ ଓଆଇସି ସୂର୍ଯ୍ୟପ୍ରକାଶ ନାୟକଙ୍କ ନେତୃତ୍ୱରେ ଚିତ୍ରକୋଣ୍ଡା ପୋଲିସର ଏକ ଟିମ୍‌ ଚିତ୍ରକୋଣ୍ଡା-ବାଲିମେଳା ମୁଖ୍ୟ ରାସ୍ତାର ମନ୍ତ୍ରୀପୁଟ ଛକ ନିକଟରେ ଜଗି ରହିଥିଲା। ସେତିକିବେଳେ ଏକ ନମ୍ବର ବିହୀନ ଅଟୋକୁ ଅଟକାଇ ପୋଲିସ କର୍ମଚାରୀ ଯାଞ୍ଚ କରିଥିଲେ। ଯାଞ୍ଚ ବେଳେ ଅଟୋରୁ ୮ଟି ବ୍ୟାଗରେ ୨୦୮ କେଜି ଗଞ୍ଜେଇ ମିଳିଥିଲା। ପୋଲିସ ଗଞ୍ଜେଇ ଜବତ କରି ଘଟଣାରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରିଥିଲା। ପୋଲିସ ଅଟୋ ସହ ଯାଉଥିବା ଏକ ହିରୋମେଷ୍ଟ୍ରୋ (ସିଜି ୧୭ କେଏମ- ୨୦୯୯) ଜବତ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ନଗଦ ୪୫୦୦ ଟଙ୍କା, ଗୋଟିଏ ମୋବାଇଲ ଫୋନ, ଏଟିଏମ୍‌ କାର୍ଡ, ଭୋଟର ଆଇଡି କାର୍ଡ ଜବତ କରିଛି। ଗଞ୍ଜେଇ ଚିତ୍ରକୋଣ୍ଡାର ସିଡ଼ିପାକା ଅଞ୍ଚଳରୁ ଦାନ୍ତେୱାଡାକୁ ଯାଉଥିବା ଜଣାପଡିଛି। ଏନେଇ ଚିତ୍ରକୋଣ୍ଡା ଥାନା ପୋଲିସ ଏକ ମାମଲା (ନଂ.୪୯/୨୨) ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥା ଘେରରେ ବିଦ୍ୟାଳୟ: ୪ ବର୍ଷ ବିତିଯାଇଥିଲେ ସୁଦ୍ଧା ସମ୍ପୂର୍ଣ୍ଣ ହୋଇନାହିଁ ଶ୍ରେଣୀଗୃହ

କେସିଙ୍ଗା,୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ଗ୍ରାମସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗତ ୨୪.୭.୧୯୮୩ରେ ସ୍ଥାପିତ ହୋଇଛି। ଏହି ବିଦ୍ୟାଳୟରେ ତତ୍କାଳୀନ…

ହଠାତ ଲାଲ ହେଲା ଭେନେଜୁଏଲାର ଆକାଶ, Video ଦେଖି ଚମକି ପଡ଼ିଲେ ଭୂକମ୍ପରୁ ଉଠିଥିବା ଲୋକେ

କାରାକାସ୍‌,୨।୭: ଭେନେଜୁଏଲାର ରାଜଧାନୀ କାରାକାସରେ ସମ୍ପ୍ରତି ଦେଖାଯାଇଥିବା ଏକ ଦୃଶ୍ୟ ଲୋକମାନଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା। ଭୂମିକମ୍ପର ଧ୍ୱଂସଲୀଳାରେ ପୂର୍ବରୁ ସ୍ତବ୍ଧ ଥିବା ସହର ଉପରର ସମଗ୍ର ଆକାଶ…

ନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର? ଉପନିର୍ବାଚନ ଘୋଷଣା ପରେ ଜୋର ଧରିଛି ଚର୍ଚ୍ଚା

ପାଟନା,୨।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଘୋଷଣା କରାଯାଇଛି। ଏହି ଆସନ ପାଇଁ ଭୋଟ ଜୁଲାଇ ୩୦ ରେ ହେବ ଏବଂ ଭୋଟ ଗଣତି…

ଦୁଇଟି ଦେଶ ଦେଇ ଗତି କରିବ ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ଶୋଭାଯାତ୍ରା; ତାଙ୍କୁ କେଉଁଠାରେ କବର ଦିଆଯିବ ଜାଣନ୍ତୁ

ତେହରାନ,୨।୭: ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପାଇଁ ରାଜ୍ୟସ୍ତରୀୟ ଅନ୍ତିମ ସଂସ୍କାର ଜୁଲାଇ ୪ ରେ ଆରମ୍ଭ ହେବ ଏବଂ ତାଙ୍କୁ ୯…

ପ୍ୟାଣ୍ଟ କାଢି…ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୨।୭: ପୂର୍ବତନ ଭାରତୀୟ କ୍ରିକେଟର ରବି ଶାସ୍ତ୍ରୀ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବଙ୍କୁ ଆୟରଲାଣ୍ଡ ଗସ୍ତରେ ଡେବ୍ୟୁ…

ଆନ୍ଦୋଳନରେ ଡାକ୍ତର, ହଇରାଣ ହେଉଛନ୍ତି ଗରିବ ରୋଗୀ

ପଦ୍ମପୁର,୨ା୭(ପ୍ରଦୀପ୍ତ ଦାଶ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

‘ଅଦୃଶ୍ୟ ସହ ବିପଜ୍ଜନକ’: ଆଇନଗତ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା(AI)ର ବ୍ୟବହାର ବିରୁଦ୍ଧରେ ଚେତାବନୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୭: ନ୍ୟାୟିକ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା (AI) ବ୍ୟବହାର ସମ୍ପର୍କରେ ସୁପ୍ରିମକୋର୍ଟ ଗମ୍ଭୀର ଚିନ୍ତା ପ୍ରକାଶ କରିଛନ୍ତି। ନ୍ୟାୟାଳୟ ଜାତୀୟ କମ୍ପାନୀ ଆଇନ ଟ୍ରିବ୍ୟୁନାଲ (NCLT) ଏବଂ…

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ । ବିଇଓ ଗୁରୁବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri