୨ ରେଳ କର୍ମଚାରୀ ନିଲମ୍ବିତ

ବାଲେଶ୍ୱର, ୨୦।୭(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲା ନୀଳଗିରି ରୋଡ୍‌ ଷ୍ଟେଶନ ନିକଟରେ ଭଦ୍ରକ-ବାଲେଶ୍ୱର ମେମୁ ଟ୍ରେନ୍‌ ଲୁପ୍‌ଲାଇନ୍‌ ଭିତରକୁ ପଶି ଆସିବା ଘଟଣାରେ ରେଲଓ୍ବେ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ବୁଧବାର ୨ ଜଣ ରେଳ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି। ସେମାନେ ନୀଳଗିରି ରୋଡ୍‌ ଷ୍ଟେଶନ୍‌ ମ୍ୟାନେଜର ସୁବାସ ସେଠୀ ଓ ପଏଣ୍ଟମ୍ୟାନ୍‌ ସେକ୍‌ ମହମ୍ମଦ ଖଲିପ ବୋଲି ଲୋକସମ୍ପର୍କ ବିଭାଗର ବରିଷ୍ଠ ଡିଭିଜିନାଲ ମ୍ୟାନେଜର ସୂଚନା ଦେଇଛନ୍ତି।
ମଙ୍ଗଳବାର ଭଦ୍ରକରୁ ବାଲେଶ୍ୱର ଆସୁଥିବା ମେମୁ ଟ୍ରେନ ନୀଳଗିରି ରୋଡ଼ ଷ୍ଟେଶନ ନିକଟରେ କ୍ରସଓଭର ସମସ୍ୟା ଯୋଗୁ ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଥିଲା। କ୍ରସଓଭର ବା ଇଣ୍ଟରଲକିଂରେ ସମସ୍ୟା ଥିବା ଜଣାପଡ଼ିଥିଲା। ଲୋକୋ ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଟ୍ରେନ୍‌ରେ ଥିବା ଅନେକ ଯାତ୍ରୀଙ୍କ ଜୀବନ ରକ୍ଷା ପାଇଯାଇଛି। ଟ୍ରେନ୍‌ଟି ନୀଳଗିରି ରୋଡ୍‌ ଷ୍ଟେଶନ ଛାଡ଼ିବାର ପ୍ରାୟ ୧୦୦ ମିଟର ପରେ ଏକ ବଡ଼ଧରଣର ଶବ୍ଦ ହୋଇଥିଲା। ଟ୍ରେନ୍‌ ଜୋର ବ୍ରେକ ମାରିବାରୁ ଯାତ୍ରୀମାନେ ଭୟଭୀତ ହୋଇଥିଲେ। ଟ୍ରେନ୍‌ ଟ୍ରାକ୍‌ରେ ତ୍ରୁଟି ଥିବା ଜଣାପଡ଼ିଥିଲା। ଦେଢ଼ଘଣ୍ଟା ପରେ ରେଳବିଭାଗର ଏକ ଟେକ୍ନିକାଲ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ତ୍ରୁଟି ସଜାଡ଼ିବା ପରେ ଟ୍ରେନ୍‌ ବାଲେଶ୍ୱର ଅଭିମୁଖେ ଯାଇଥିଲା। ତେବେ ପଏଣ୍ଟ ରିଭର୍ସ ସେଟରେ ସମସ୍ୟା ଥିବା ବେଳେ ସିଗନାଲ ଷ୍ଟାଫଙ୍କ ଅବହେଳା ଯୋଗୁ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଥାନ୍ତା ମେମୁ ଟ୍ରେନ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri