ଯାତ୍ରା ଦେଖି ଫେରୁଥିବା ୨ ନାବାଳିକାଙ୍କୁ ଗଣବଳାତ୍କାର, ୫ ଅଭିଯୁକ୍ତ ଫେରାର

ଭବାନୀପାଟଣା/ଲାଞ୍ଜିଗଡ଼,୨୦ା୪(ସ୍ବ.ପ୍ର./ଡି.ଏନ୍‌.ଏ.): କଳାହାଣ୍ଡିରେ କଳଙ୍କ। ଯାତ୍ରା ଦେଖି ଫେରୁଥିବା ୨ ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ମସଗ୍ର ଜିଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପରିବାର ଲୋକେ ଏନେଇ ବିଜେପୁର ଥାନାରେ ଅଭିଯୋଗ କରିଛନ୍ତି।

ଅଭିଯୋଗ ଅନୁସାରେ, ଜିଲାର ବିଜେପୁର ଥାନା ବେନଗାଁ ଅଞ୍ଚଳର ୨ ଜଣ ନାବାଳିକା ଓ ଜଣେ ଯୁବତୀ ନିକଟସ୍ଥ ଗାଁକୁ ମା’ ତାରିଣୀ ଯାତ୍ରା ଦେଖିବାକୁ ଯାଇଥିଲେ। ସେଠାରୁ ଗୁରୁବାର ଭୋର୍‌ ସମୟରେ ଘରକୁ ଫେରୁଥିବା ବେଳେ ବାଟରେ ସେହି ଅଞ୍ଚଳର ପାଜିବାହାଲି ଗାଁର ୫ଜଣ ଯୁବକ ସେମାନଙ୍କୁ ଅଟକାଇଥିଲେ। ପରେ ୨ ନାବାଳିକା ଓ ଯୁବତୀଙ୍କୁ ସେମାନେ ଜଙ୍ଗଲକୁ ଟେକିକୁ ନେଉଥିବା ବେଳେ ଯୁବତୀ ଜଣକ କେଶଳକ୍ରମେ ଖସି ଆସିଥିଲେ। ହେଲେ ୨ ନାବାଳିକାଙ୍କୁ ସେମାନେ ବଳାତ୍କାର କରିଥିବା ଅଭିଯୋଗ ହୋଇଛି।
ଯୁବକମାନେ ଗଣବଳାତ୍କାର କରିବା ପରେ ସେଠାରୁ ଚମ୍ପଟ ମାରିଥିଲେ। ଘଟଣା ସମ୍ପର୍କରେ କାହାକୁ କହିଲେ ସେମାନଙ୍କ ପରିବାର ଲୋକଙ୍କୁ ମାରିଦେବେ ବୋଲି ଅଭିଯୁକ୍ତମାନେ ଧମକ ଦେଇଥିଲେ। ଏଣେ ଖସି ଆସିଥିବା ଯୁବତୀ ଜଣକ ଯାତ୍ରା ପଡ଼ିଆକୁ ଯାଇ ନିଜ ଗାଁର ପରିବାର ସମ୍ପର୍କୀୟଙ୍କୁ ସବୁ କଥା କହିଥିଲେ। ପରେ ଘଟଣାସ୍ଥଳରୁ ପରିବାର ଲୋକେ ପୀଡ଼ିତାଙ୍କୁ ଉଦ୍ଧାର କରିବା ସହ ଥାନାରେ ଲଖିତ ଅଭିଯୋଗ କରିଥିଲେ। ପୋଲିସ ପୀଡ଼ିତାଙ୍କ ଡାକ୍ତରୀ ମାଇନା କରାଇବା ସହ ଏନେଇ କେସ୍‌ ନଂ ୮/୨୩ ଓ ୯/୨୩ରେ ଦୁଇଟି ମାମଲା ରୁଜୁ କରି ତଦନ୍ତ ଚଳାଇଛି। ଅନ୍ୟପକ୍ଷରେ ଘଟଣାସ୍ଥଳରେ କଳାହାଣ୍ଡି ଏସ୍‌ପି ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri