୨ ନାବାଳିକାଙ୍କୁ ଗଣବଳାତ୍କାର

ଭବାନୀପାଟଣା/ଲାଞ୍ଜିଗଡ଼, ୨୧।୪(ସ୍ବ.ପ୍ର./ଡି.ଏନ୍‌.ଏ.): ଯାତ୍ରା ଦେଖି ଫେରୁଥିବା ବେଳେ ଗଣବଳାତ୍କାରର ଶିକାର ହୋଇଛନ୍ତି ୨ ନାବାଳିକା। ମାନବିକତାକୁ ଦୋହଲାଇଦେବା ଭଳି ଏଭଳି ଲଜ୍ଜାଜନକ ଘଟଣା କଳାହାଣ୍ଡି ଜିଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଗତ ରବିବାର ଭୋର୍‌ ସମୟରେ ଏହି କାଣ୍ଡ ଘଟିଥିବା ବେଳେ ବୁଧବାର ସନ୍ଧ୍ୟାରେ ବିଜେପୁର ଥାନାରେ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ୫ ଅଭିଯୁକ୍ତ ଫେରାର ଅଛନ୍ତି।
ଅଭିଯୋଗ ଅନୁଯାୟୀ, ବିଜେପୁର ଥାନା ଅଞ୍ଚଳର ସମ୍ପୃକ୍ତା ୨ ନାବାଳିକା ଏବଂ ଜଣେ ଯୁବତୀ ନିକଟସ୍ଥ ଏକ ଗ୍ରାମକୁ ଶନିବାର ମା’ ତାରିଣୀ ଯାତ୍ରା ଦେଖିବାକୁ ଯାଇଥିଲେ। ନାଟକ ଦେଖି ରବିବାର ଭୋର୍‌ ସମୟରେ ଘରକୁ ଫେରୁଥିବା ବେଳେ ବାଟରେ ପଡୁଥିବା ଏକ ପୋଲ ନିକଟରେ ଉକ୍ତ ଅଞ୍ଚଳର ୫ଜଣ ଯୁବକ ସେମାନଙ୍କୁ ଅଟକାଇଥିଲେ। ୨ ନାବାଳିକା ଓ ଯୁବତୀଙ୍କୁ ସେମାନେ ପାଖ ଜଙ୍ଗଲକୁ ଟେକିନେବାକୁ ଉଦ୍ୟମ କରିଥିଲେ। ତେବେ ଯୁବତୀ ଜଣକ କୌଶଳକ୍ରମେ ସେମାନଙ୍କ କବଳରୁ ଖସି ଆସିଥିଲେ। ଅଭିଯୁକ୍ତମାନେ ୨ ନାବାଳିକାଙ୍କୁ ଜଙ୍ଗଲକୁ ନେଇଯାଇ ଗଣବଳାତ୍କାର କରିଥିଲେ। ଘଟଣା ସମ୍ପର୍କରେ କାହାକୁ କହିଲେ ପରିବାର ଲୋକଙ୍କୁ ମାରି ଦେବେ ବୋଲି ଧମକ ଦେଇଥିଲେ। ଅନ୍ୟପଟେ ଖସି ଆସିଥିବା ଯୁବତୀ ଜଣକ ଯାତ୍ରା ପଡ଼ିଆକୁ ଯାଇ ଗଁା ଲୋକ, ପରିବାରବର୍ଗ ଓ ସମ୍ପର୍କୀୟଙ୍କୁ ସବୁ ଘଟଣା କହିଥିଲେ। ପରିବାର ଲୋକେ ଘଟଣାସ୍ଥଳକୁ ଯାଇ ୨ ପୀଡ଼ିତାଙ୍କୁ ଉଦ୍ଧାର କରିଥିଲେ। ବୁଧବାର ଥାନାରେ ଲିଖିତ ଅଭିଯୋଗ କରିବା ପରେ ଘଟଣା ଲୋକଲୋଚନକୁ ଆସିଥିଲା।
ଏଭଳି ସ୍ପର୍ଶକାତର ଘଟଣାରେ ପୋଲିସ ପକ୍ଷରୁ ତନାଘନା ଆରମ୍ଭ ହୋଇଛି। ଗୁରୁବାର ପୀଡ଼ିତାଙ୍କ ଡାକ୍ତରୀ ମାଇନା କରାଯାଇଛି। କଳାହାଣ୍ଡି ଏସ୍‌ପି ଅଭିଳାଷ ଜୀ. ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି। ଏ ନେଇ ନଂ. ୮/୨୩ ଓ ୯/୨୩ରେ ପୃଥକ୍‌ ମାମଲା ରୁଜୁ ହୋଇଛି। ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ସକ୍ଷମ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri