ପ୍ରକାଶ ପାଇଲା +୨ ରେଜଲ୍ଟ, ଜାଣନ୍ତୁ କେମିତି କରିବେ ଚେକ୍‌

ଭୁବନେଶ୍ୱର,୨୧ା୫:ବୁଧବାର ଅପରାହ୍ନରେ ପ୍ରକାଶ ପାଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଯୁକ୍ତ ଦୁଇ ରେଜଲ୍ଟ। ଏକା ସାଙ୍ଗରେ କଳା, ବାଣିଜ୍ୟ, ବିଜ୍ଞାନ ଏବଂ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇଛି। CHSE କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଘୋଷଣା କରିଛନ୍ତି। ଛାତ୍ରୀଛାତ୍ର results.digilocker.gov.inରେ ନିଜ ନିଜର ରେଜଲ୍ଟ ଦେଖିପାରିବେ।

ଚଳିତ ବର୍ଷ ପାସ୍‌ ହାର ୮୨.୭୭ ପ୍ରତିଶତ ରହିଛି। ଚଳିତ ବର୍ଷ ପୁଅଙ୍କ ତୁଳନାରେ ଝିଅଙ୍କ ପାସ ହାର ଅଧିକ ରହିଛି। ଝିଅଙ୍କ ପାସ ହାର୍‌ ୮୭.୨୪% ଥିବା ବେଳେ ପୁଅଙ୍କ ପାସ ହାର୍‌ ୭୭.୮୮% ରହିଛି। ୧ ଲକ୍ଷ ୪୨ ହଜାର ୫୧୬ ଛାତ୍ର ଉତ୍ତୀର୍ଣ୍ଣ ହୋଇଥିବା ବେଳେ ୧ ଲକ୍ଷ ୭୪ ହଜାର ୨୫୧ ଛାତ୍ରୀ ଉତ୍ତୀର୍ଣ୍ଣ ହୋଇଥିବା ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି। କଳାରେ ପାସ୍‌ହାର ୮୦.୫୧% ରହିଥିବା ବେଳେ ବିଜ୍ଞାନରେ ପାସ୍‌ହାର ୮୭.୪୯% ରହିଛି। ବାଣିଜ୍ୟରେ ୮୩.୨% ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେହିପରି ଧନ୍ଦାମୂଳକରେ ୬୦% ଛାତ୍ରୀଛାତ୍ର ପାସ୍‌ କରିଛନ୍ତି।

ସୂଚନାଯୋଗ୍ୟ, ଚଳିତ ବର୍ଷ  ୩ଲକ୍ଷ ୯୩ହଜାର ଛାତ୍ରୀଛାତ୍ର ଯୁକ୍ତ୨ ପରୀକ୍ଷା ଦେଇଥିଲେ। ଏଥିରୁ କଳା ବିଭାଗରେ ୨ ଲକ୍ଷ ୪୭ ହଜାର, ବିଜ୍ଞାନରେ ୧ ଲକ୍ଷ ୧୪ ହଜାର, ବାଣିଜ୍ୟରେ ୨୫ହଜାର ଓ ଧନ୍ଦାମୂଳକରେ ୫ହଜାର ଛାତ୍ରୀଛାତ୍ର ରହିଛନ୍ତି। ଚଳିତ ବର୍ଷ ମାର୍ଚ୍ଚ ୨୭ରେ ଯୁକ୍ତ ଦୁଇ ପରୀକ୍ଷା ଶେଷ ହୋଇଥିଲା। ଏପ୍ରିଲ ୨ରୁ ଖାତା ଦେଖା ଆରମ୍ଭ ହୋଇ ମେ’ ୧ରେ ଶେଷ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?