ପ୍ରକାଶ ପାଇଲା ଯୁକ୍ତ୨ ପରୀକ୍ଷାଫଳ: ବିଜ୍ଞାନରେ ପାସ ହାର ୯୪.୧୨%, ବାଣିଜ୍ୟରେ ୮୯%

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ସିଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ଅପରାହ୍ନ ୪ଟାରେ ପ୍ରକାଶ ପାଇଛି। ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ସିଏଚ୍‌ଏସ୍‌ଇ ଅଫିସରେ ଆନୁଷ୍ଠାନିକ ଭାବେ ଏନେଇ ଘୋଷଣା କରିଛନ୍ତି। ବିଜ୍ଞାନରେ ପାସ ହାର ୯୪.୧୨% ରହିଥିବା ବେଳେ ବାଣିଜ୍ୟରେ ୮୯% ରହିଛି। ଛାତ୍ରୀଛାତ୍ରମାନେ ଅଫିସିଆଲ୍‌ ୱେବ୍‌ସାଇଟ୍‌ orissaresults.nic.in, chseodisha.nic.inକୁ ଯାଇ ରେଜଲ୍ଟ ଦେଖିପାରିବେ।

ସୂଚନାଯୋଗ୍ୟ, ଗତବର୍ଷ କରୋନା ଯୋଗୁ ଯୁକ୍ତ୨ ପରୀକ୍ଷା ହୋଇ ନ ଥିଲା। ବିକଳ୍ପ ପଦ୍ଧତିରେ ମୂଲ୍ୟାୟନ କରାଯାଇଥିଲା। ତେବେ ଚଳିତବର୍ଷ କରୋନା ପ୍ରକୋପ କମିଯାଇଥିବାରୁ ଅଫ୍‌ଲାଇନ ପରୀକ୍ଷା କରିବା ପାଇଁ ସରକାର ନିଷ୍ପତ୍ତି ନେଇଥିଲେ। ଯୁକ୍ତ ୨ ପରୀକ୍ଷା ଏପ୍ରିଲ ୨୮ରୁ ଆରମ୍ଭ ହୋଇଥିଲା। ସେହିପରି ଜୁନ୍‌ ୨ ତାରିଖଠାରୁ ମୂଲ୍ୟାୟନ ଆରମ୍ଭ ହୋଇଥିଲା। ୬୪ଟି ମୂଲ୍ୟାୟନ କେନ୍ଦ୍ରରେ ଅଫଲାଇନ୍‌ ଓ ୩୭ଟି କେନ୍ଦ୍ରରେ ଅନ୍‌ଲାଇନ ଯୋଗେ ମୂଲ୍ୟାୟନ କରାଯାଇଥିଲା। ୨ଟି ପର୍ଯ୍ୟାୟରେ ଖାତା ଦେଖା ଅନୁଷ୍ଠିତ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ଜୁନ ୨ରୁ ୧୨ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ଜୁନ ୧୩ରୁ ୨୨ ତାରିଖ ପର୍ଯ୍ୟନ୍ତ ଖାତାଦେଖା ହୋଇଥିଲା। ପ୍ରତିବର୍ଷ ପରି ଏଥର ମଧ୍ୟ ବିଜ୍ଞାନ ଓ ବାଣିଜ୍ୟର ସମସ୍ତ ଉତ୍ତର ଖାତା ଇ-ମୂଲ୍ୟାୟନ କରାଯାଇଛି। ମୂଲ୍ୟାୟନ ଲାଗି ୧୨ହଜାରରୁ ଊର୍ଦ୍ଧ୍ୱ ଅଧ୍ୟାପିକା, ଅଧ୍ୟାପକଙ୍କୁ ନିଯୁକ୍ତ କରାଯାଇଥିଲା। ମୂଲ୍ୟାୟନରେ ସ୍ବଚ୍ଛତା ବଜାୟ ରଖିବା ପାଇଁ ପ୍ରତି କେନ୍ଦ୍ରରେ ସିସିଟିଭି ଲଗାଯିବା ସହ ଇ-ମୂଲ୍ୟାୟନ କେନ୍ଦ୍ରରେ ଏସି ଲଗାଇବା ବାଧ୍ୟତାମୂଳକ ହୋଇଥିଲା। ଚଳିତ ବର୍ଷ ରାଜ୍ୟର ୧,୧୩୩ଟି ପରୀକ୍ଷା କେନ୍ଦ୍ରରେ ୩ଲକ୍ଷ ୨୧ହଜାର ୫୦୮ ଛାତ୍ରୀଛାତ୍ର ପରୀକ୍ଷା ଦେବାକୁ ନାମ ପଞ୍ଜୀକରଣ କରିଥିଲେ। କିନ୍ତୁ ସେମାନଙ୍କ ମଧ୍ୟରୁ କେତେଜଣ ଅନୁପସ୍ଥିତ ରହିଥିବା ନଜରକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri