ପ୍ରକାଶ ପାଇଲା ଯୁକ୍ତ୨ ପରୀକ୍ଷାଫଳ: ବିଜ୍ଞାନରେ ପାସ ହାର ୯୪.୧୨%, ବାଣିଜ୍ୟରେ ୮୯%

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ସିଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ଅପରାହ୍ନ ୪ଟାରେ ପ୍ରକାଶ ପାଇଛି। ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ସିଏଚ୍‌ଏସ୍‌ଇ ଅଫିସରେ ଆନୁଷ୍ଠାନିକ ଭାବେ ଏନେଇ ଘୋଷଣା କରିଛନ୍ତି। ବିଜ୍ଞାନରେ ପାସ ହାର ୯୪.୧୨% ରହିଥିବା ବେଳେ ବାଣିଜ୍ୟରେ ୮୯% ରହିଛି। ଛାତ୍ରୀଛାତ୍ରମାନେ ଅଫିସିଆଲ୍‌ ୱେବ୍‌ସାଇଟ୍‌ orissaresults.nic.in, chseodisha.nic.inକୁ ଯାଇ ରେଜଲ୍ଟ ଦେଖିପାରିବେ।

ସୂଚନାଯୋଗ୍ୟ, ଗତବର୍ଷ କରୋନା ଯୋଗୁ ଯୁକ୍ତ୨ ପରୀକ୍ଷା ହୋଇ ନ ଥିଲା। ବିକଳ୍ପ ପଦ୍ଧତିରେ ମୂଲ୍ୟାୟନ କରାଯାଇଥିଲା। ତେବେ ଚଳିତବର୍ଷ କରୋନା ପ୍ରକୋପ କମିଯାଇଥିବାରୁ ଅଫ୍‌ଲାଇନ ପରୀକ୍ଷା କରିବା ପାଇଁ ସରକାର ନିଷ୍ପତ୍ତି ନେଇଥିଲେ। ଯୁକ୍ତ ୨ ପରୀକ୍ଷା ଏପ୍ରିଲ ୨୮ରୁ ଆରମ୍ଭ ହୋଇଥିଲା। ସେହିପରି ଜୁନ୍‌ ୨ ତାରିଖଠାରୁ ମୂଲ୍ୟାୟନ ଆରମ୍ଭ ହୋଇଥିଲା। ୬୪ଟି ମୂଲ୍ୟାୟନ କେନ୍ଦ୍ରରେ ଅଫଲାଇନ୍‌ ଓ ୩୭ଟି କେନ୍ଦ୍ରରେ ଅନ୍‌ଲାଇନ ଯୋଗେ ମୂଲ୍ୟାୟନ କରାଯାଇଥିଲା। ୨ଟି ପର୍ଯ୍ୟାୟରେ ଖାତା ଦେଖା ଅନୁଷ୍ଠିତ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ଜୁନ ୨ରୁ ୧୨ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ଜୁନ ୧୩ରୁ ୨୨ ତାରିଖ ପର୍ଯ୍ୟନ୍ତ ଖାତାଦେଖା ହୋଇଥିଲା। ପ୍ରତିବର୍ଷ ପରି ଏଥର ମଧ୍ୟ ବିଜ୍ଞାନ ଓ ବାଣିଜ୍ୟର ସମସ୍ତ ଉତ୍ତର ଖାତା ଇ-ମୂଲ୍ୟାୟନ କରାଯାଇଛି। ମୂଲ୍ୟାୟନ ଲାଗି ୧୨ହଜାରରୁ ଊର୍ଦ୍ଧ୍ୱ ଅଧ୍ୟାପିକା, ଅଧ୍ୟାପକଙ୍କୁ ନିଯୁକ୍ତ କରାଯାଇଥିଲା। ମୂଲ୍ୟାୟନରେ ସ୍ବଚ୍ଛତା ବଜାୟ ରଖିବା ପାଇଁ ପ୍ରତି କେନ୍ଦ୍ରରେ ସିସିଟିଭି ଲଗାଯିବା ସହ ଇ-ମୂଲ୍ୟାୟନ କେନ୍ଦ୍ରରେ ଏସି ଲଗାଇବା ବାଧ୍ୟତାମୂଳକ ହୋଇଥିଲା। ଚଳିତ ବର୍ଷ ରାଜ୍ୟର ୧,୧୩୩ଟି ପରୀକ୍ଷା କେନ୍ଦ୍ରରେ ୩ଲକ୍ଷ ୨୧ହଜାର ୫୦୮ ଛାତ୍ରୀଛାତ୍ର ପରୀକ୍ଷା ଦେବାକୁ ନାମ ପଞ୍ଜୀକରଣ କରିଥିଲେ। କିନ୍ତୁ ସେମାନଙ୍କ ମଧ୍ୟରୁ କେତେଜଣ ଅନୁପସ୍ଥିତ ରହିଥିବା ନଜରକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri