Posted inପୁରୀ

ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ୱ ଅଧିକାରୀ, ଏକକାଳୀନ ୩ସ୍ଥାନରେ ଚଢ଼ାଉ

ପିପିଲି,୭।୯: ଲାଞ୍ଚ କାରବାର ବିରୋଧରେ ଓଡ଼ିଶା ଭିଜିଲାନ୍ସ ଟିମ୍ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୁରୀ ଜିଲା ପିପିଲି ତହସିଲ ଅଧୀନ ସିଉଳା ଆରଆଇ ସର୍କଲର ଦୁଇ ରାଜସ୍ୱ ଅଧିକାରୀଙ୍କୁ ୩୫ ହଜାର ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ ଧରିଛି ।

ଭିଜିଲାନ୍ସ ଜାଲରେ ଧରାପଡ଼ିଥିବା ଅଧିକାରୀ ହେଲେ ରେଭେନ୍ୟୁ ଇନ୍ସପେକ୍ଟର କଲ୍ୟାଣୀ ଜେନା ଏବଂ ଏଆରଆଇ ପୂର୍ଣ୍ଣଚନ୍ଦ୍ର ବେହେରା। ଜମିର ମ୍ୟୁଟେସନ୍ ମାମଲାରେ ତଦନ୍ତ ରିପୋର୍ଟ ପ୍ରସ୍ତୁତ ଓ ଫରୱାର୍ଡ ପାଇଁ ଅଭିଯୋଗକାରୀଙ୍କଠାରୁ ଉଭୟେ ୩୫ ହଜାର ଦାବି କରିଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି ।

ଅଭିଯୋଗକାରୀ ସରକାରୀ ନିୟମ ଅନୁସାରେ ନିଜ କୃଷି ଜମିକୁ ଘରବାଡ଼ି ଜମିରେ ପରିଣତ କରିବା ପାଇଁ ଆବେଦନ କରିଥିଲେ। ମାମଲାର ସ୍ଥିତି ଜାଣିବା ପାଇଁ ସିଉଳା ଆରଆଇ କାର୍ଯ୍ୟାଳୟକୁ ଯାଇଥିବା ବେଳେ ଆରଆଇ ଓ ଏଆରଆଇ ତାଙ୍କୁ ଲାଞ୍ଚ ଟଙ୍କା ଦାବି କରିଥିବା ଅଭିଯୋଗ ହୋଇଥିଲା। ବାରମ୍ବାର ଅନୁରୋଧ ସତ୍ତ୍ୱେ ଅଧିକାରୀଦ୍ୱୟ ଟଙ୍କା ଦାବିରେ ଅଡ଼ି ରହିଥିବାରୁ ଅଭିଯୋଗକାରୀ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ।

ଅଭିଯୋଗ ଆଧାରରେ ଭିଜିଲାନ୍ସ ଟିମ୍ ଯୋଜନାବଦ୍ଧ ଭାବେ ଟ୍ରାପ୍ କରିଥିଲା। ୭ ସେପ୍ଟେମ୍ବରରେ ଉଭୟ ଅଧିକାରୀ ଅଭିଯୋଗକାରୀଙ୍କଠାରୁ ୩୫ ହଜାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ମାଡିବସିଥିଲା । ତେବେ ତାଙ୍କ ନିକଟରୁ ଲାଞ୍ଚ ଟଙ୍କା ଜବତ କରାଯାଇଛି । ଏହାପରେ ଭିଜିଲାନ୍ସ ପକ୍ଷରୁ ଆୟବହିର୍ଭୂତ ସମ୍ପତ୍ତି ଦିଗରୁ ମଧ୍ୟ ତଦନ୍ତ ଆରମ୍ଭ ହୋଇଛି । ପୁରୀ ଜିଲାର ବ୍ରହ୍ମକୁଣ୍ଡି (ଚାରିଛକ), ଅଚ୍ୟୁତପୁର (ଚନ୍ଦନପୁର) ଏବଂ ଭୁବନେଶ୍ୱରର ରସୁଲଗଡ଼ରେ ଥିବା କାର୍ଯ୍ୟାଳୟ ଓ ଘରେ ଏକକାଳୀନ ଚଢ଼ାଉ ଚାଲିଛି । ଥାନାରେ ମାମଲା ରୁଜୁ ହୋଇଥିବା ବେଳେ ତଦନ୍ତ ଜାରି ରହିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ଥାୟୀ ସେତୁ ଦାବିରେ ଗ୍ରାମବାସୀଙ୍କ ଆମରଣ ଅନଶନ: ଭରା ନଦୀ ଘେରରେ ୧୩୦ ପରିବାର, ୧୭୨୧ ଜୀବନ

ରାଜକନିକା, ୭।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଆଳି ନିର୍ବାଚନମଣ୍ଡଳୀ ଅଧୀନ ରାଜକନିକା ବ୍ଲକର ତ୍ରୈଲୋକ୍ୟପୁର ପଞ୍ଚାୟତ ଅନ୍ତର୍ଗତ ଦ୍ୱୀପାଞ୍ଚଳ ଗାଁ ଭାବେ ପରିଚିତ ଗଙ୍ଗାଧର…

ସ୍ତ୍ରୀଙ୍କୁ ଗୁଳିକଲେ ସ୍ବାମୀ: ରେଢ଼ାଖୋଲର ଲାଣ୍ଡିମାଲ ଗାଁରେ ଚାଞ୍ଚଲ୍ୟ

ରେଢ଼ାଖୋଲ, ୭।୯: ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ

ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

କୁମ୍ଭ-ବିଛା ସମେତ ୪ ରାଶି ପାଇଁ ଭାଗ୍ୟଶାଳୀ ଏହି ସପ୍ତାହ: ଚାକିରିରେ ପ୍ରମୋସନ ସହ ବଢ଼ିବ ଦରମା!

ଭୁବନେଶ୍ୱର: ନୂଆ ସପ୍ତାହର ଆରମ୍ଭ ବୁଧଙ୍କ ଗୋଚର ସହ ହେଉଛି। ଜ୍ୟୋତିଷ ଗଣନା ଅନୁସାରେ, ଏହି ସପ୍ତାହ କୁମ୍ଭ, ମିଥୁନ, ବିଛା ଓ ମୀନ ରାଶିର ଲୋକଙ୍କ…

ଏହି ଦିନଠୁ ଯାଞ୍ଚ ହେବ ଅଗ୍ନି ସୁରକ୍ଷା

ଭୁବନେଶ୍ୱର,୭।୯: ଚିଫ୍‌ ଫାୟାର ଅଫିସର ଦେବେନ୍ଦ୍ର ସ୍ବାଇଁ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଗ୍ନି ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri