ଡକାୟତ ଗ୍ୟାଙ୍ଗର ୨ ଗିରଫ

ବାଲିଗୁଡ଼ା,୨୮ା୨(ଡି.ଏନ.ଏ):  ବାଲିଗୁଡ଼ା ପୋଲିସ ଏକ ୬ଜଣିଆ ଡକାୟତ ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଥିବା ନେଇ ଏସ୍‌ଡିପିଓ ରୋହିତ ବର୍ମା ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସୂଚନା ଦେଇଛନ୍ତି । ନଗଦ ଏକଲକ୍ଷ ଟଙ୍କା, ଗୋଟିଏ ଦେଶୀ ପିସ୍ତଲ, ଗୋଟିଏ ଛୁରି, ଦୁଇଟି ମୋବାଇଲ ସମେତ ଗୋଟିଏ ଚୋରି ବାଇକ୍‌ ଅଭିଯୁକ୍ତଙ୍କ ନିକଟରୁ ଜବତ ହୋଇଛି। ପୂର୍ବରୁ ଗ୍ୟାଙ୍ଗର ମାଷ୍ଟର ମାଇଣ୍ଡ ଅଜୟ ଦିଗାଳକୁ ପୋଲିସ ଗିରଫ କରିଥିବା ବେଳେ ଆଉ ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ତୁମୁଡ଼ିବନ୍ଧ ଥାନା ଅଞ୍ଚଳର ରିଚାର୍ଡ ନାୟକ, ପ୍ରିୟ ମଣ୍ଡଳ। ବର୍ତ୍ତମାନ ସୁଦ୍ଧା ତିନି ଜଣ ଗିରଫ ହୋଇଥିବା ବେଳେ ଗ୍ୟାଙ୍ଗର ଆଉ ୩ ଜଣଙ୍କୁ ଧରିବାକୁ ପୋଲିସ ଉଦ୍ୟମ ଚଳାଇଛି।
ସୂଚନା ପ୍ରକାରେ, ୨୦୨୨ ନଭେମ୍ବରରେ ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ ଜଲେଶପଟ୍ଟା ନିକଟସ୍ଥ ମା’ବରାଳ ଦେବୀ ପେଟ୍ରୋଲ ପମ୍ପର ମ୍ୟାନେଜର ଟଙ୍କା ଜମା କରିବାକୁ ବ୍ୟାଙ୍କକୁ ଯିବା ସମୟରେ ତୁମୁଡ଼ିବନ୍ଧ କଲେଜ ନିକଟରୁ ୫ ଲକ୍ଷ ଟଙ୍କା ଲୁଟ ହୋଇଥିଲା। ଏହାପରେ ଚଳିତବର୍ଷ ଜାନୁୟାରୀ ୨୯ ତାରିଖରେ ପୁଣିଥରେ ବିଳମ୍ବିତ ରାତିରେ ଜଲେଶପଟ୍ଟାସ୍ଥିତ ସେହି ପେଟ୍ରୋଲ ପମ୍ପରେ ଦୁର୍ବୃତ୍ତ ପହଞ୍ଚତ୍ କର୍ମଚାରୀଙ୍କୁ ମାଡ଼ ମାରି ଭଙ୍ଗାରୁଜା କରିବା ସହ କିଛି ଟଙ୍କା ସମେତ ଏକ ମୋଟର ବାଇକ୍‌ ଲୁଟି ନେଇଥିଲେ। ଏହାପରେ ଫେବୃୟାରୀ ୮ତାରିଖରେ ବାଲିଗୁଡ଼ା ଥାନା ଗଦ୍ରିଙ୍ଗିଆ ଘାଟିରେ ରାସ୍ତାରେ କାଠ ଓ ପଥର ପକାଇ ଏକ ଟ୍ରକ ଅଟକାଇ ଟ୍ରକ ଡ୍ରାଇଭରଙ୍କୁ ବନ୍ଧୁକ ଦେଖାଇ ଡ୍ରାଇଭର ଓ ଟ୍ରକରେ ଆସୁଥିବା ଜଣେ ଶିକ୍ଷକଙ୍କୁ ମାଡ଼ ମାରି ସେମାନଙ୍କ ନିକଟରୁ ୨୬ ହଜାରରୁ ଊଦ୍ଧର୍‌ବ ଟଙ୍କା ଦୁର୍ବୃତ୍ତମାନେ ଲୁଟି ନେଇଥିଲେ। ସମସ୍ତ ଘଟଣାକୁ ଗୁରୁତର ସହ ଗ୍ରହଣ କରି ବାଲିଗୁଡ଼ା ଥାନା ଅଧିକାରୀ ବାବାଶଙ୍କର ସରାଫଙ୍କ ନେତୃତ୍ୱରେ ସ୍ବତନ୍ତ୍ର ଟିମ ତଦନ୍ତ ଜାରି ରଖିଥିଲା। ଗିରଫ ଦୁଇ ଯୁବକ ତୁମୁଡ଼ିବନ୍ଧ ଥାନା ଅଞ୍ଚଳର ରିଚାର୍ଡ ନାୟକ, ପ୍ରିୟ ମଣ୍ଡଳ ହୋଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମଶାଳା ABEOଙ୍କ ସମ୍ପତ୍ତି ଦେଖି ତାଜୁବ୍! ୧୯ଟି ପ୍ଲଟ୍‌, ୩ଟି ବହୁତଳ କୋଠା ଠାବ

ଭୁବନେଶ୍ୱର,ଧର୍ମଶାଳା୧୨।୧୦(ଶିବପ୍ରସାଦ ମହାନ୍ତି): ଧର୍ମଶାଳାର ସହକାରୀ ବ୍ଲକ୍ ଶିକ୍ଷା ଅଧିକାରୀ (ABEO) ଜୟଦେବ ଜେନାଙ୍କ ସମ୍ପତ୍ତି ଯାଞ୍ଚ ବେଳେ ୧୯ଟି ପ୍ଲଟ୍‌ ଠାବ ହୋଇଥିବା ସୂଚନା ମିଳିଛି। ଏହା…

ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ

ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…

୨୫୨ ଟଙ୍କା ମହଙ୍ଗା ହେଲା LPG ଗ୍ୟାସ, ଜାଣନ୍ତୁ କେତେ ରହିଛି ଦାମ୍

ଢାକା,୧୨।୧୦: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଏବେ ଘରୋଇ LPG ଗ୍ୟାସ୍‌ର ଦାମ୍‌କୁ ନେଇ ଉପଭୋକ୍ତା ଚିନ୍ତାରେ ରହିଛନ୍ତି । ଗ୍ୟାସ୍‌ର ଯୋଗାଣ ହ୍ରାସ ପାଇଥିବାରୁ ବଜାରରେ…

ସଫଳତାର ଶୀର୍ଷରେ ପହଞ୍ଚିବା ପାଇଁ ପାଳନ କରନ୍ତୁ ଚାଣକ୍ୟ ଏହି ୪ କଥା…

ଆଚାର୍ଯ୍ୟ ଚାଣକ୍ୟ ଜଣେ ପ୍ରାଚୀନ ଭାରତୀୟ ଶିକ୍ଷକ, ଦାର୍ଶନିକ ତଥା ରାଜ ପରାମର୍ଶଦାତା ଥିଲେ। ତାଙ୍କୁ ‘ଅର୍ଥଶାସ୍ତ୍ର’ର ରଚୟିତା ଭାବରେ ଜଣାଯାଏ। ଯିଏ କି ଅର୍ଥନୀତି, ରାଜନୀତି…

ପ୍ରଧାନମନ୍ତ୍ରୀଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା ଷଡ଼ଯନ୍ତ୍ର ପଣ୍ଡ; ଜଣେ ସନ୍ଦିଗ୍ଧଙ୍କୁ ଗିରଫ କରିଛି ପୋଲିସ

ୱାର୍ସା,୧୨।୧୦: ପୋଲାଣ୍ଡର ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କ ଏବଂ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର ରଚିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି। ସମ୍ଭାବ୍ୟ ବିପଦ…

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍‌ ହାତେଇବାକୁ ଆପଣାଉଛନ୍ତି ଏହି…

ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ…

ବଡ଼ ଖୁଲାସା କଲେ ପୂର୍ବତନ କ୍ରିକେଟର, ବିରାଟଙ୍କ ଟେଷ୍ଟ ସନ୍ନ୍ୟାସ ପଛରେ ଥିଲା ଏହି ବ୍ୟକ୍ତିଙ୍କ ହାତ

ନୂଆଦିଲ୍ଲୀ,୧୨।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ଅଭିଜ୍ଞ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା ଏବେ ବି କ୍ରିକେଟ୍‌ପ୍ରେମୀଙ୍କ ମନରେ ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?