୫ ଶ୍ରେଣୀକୁ ୨ କୋଠରି

ନୂଆପଡ଼ା,୨୪।୭(ମକାରୁ ବେମାଲ): ଶିକ୍ଷାର ପ୍ରଚାର ପ୍ରସାର ଓ ଗୁଣାମତ୍କମାନ ବଢାଇବା ପାଇଁ ରାଜ୍ୟ ସରକାର ଯୋଜନା ଉପରେ ଯୋଜନା କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କ ଉଦାସୀନତା ଓ ଆନ୍ତରିକ ଅଭାବ ଯୋଗୁ ବିଦ୍ୟାଳୟଗୁଡ଼ିକର ଉନ୍ନତି ହୋଇ ପାରୁନାହିଁ। ଏଭଳି ସମସ୍ୟା ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ଜଡଗଡ ପଞ୍ଚାୟତ ଗଡଗଡବାହାଲି ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି। ଏଠାରେ ମୋଟ ୪୫ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ବେଳେ ୨ଜଣ ଶିକ୍ଷକ ଶିକ୍ଷାଦାନ କରୁଛନ୍ତି। ପ୍ରଥମରୁ ପଞ୍ଚମ ୫ଟି ଶ୍ରେଣୀକୁ ୨ଟି କୋଠରି ରହିଛି। ୨ଟି କୋଠରିରେ ୫ଟି ଶ୍ରେଣୀର ପିଲା କେମିତି ଶିକ୍ଷା ଗ୍ରହଣ କରୁଛନ୍ତି ତାହା ସହଜେ ଅନୁମେୟ। ପୂର୍ବରୁ ଯେଉଁ ୨ଟି ଶ୍ରେଣୀ କୋଠରି ରହିଥିଲା ଡେମେଜ ହୋଇ ପଡି ରହିଛି। ଅତିରିକ୍ତ ଶ୍ରେଣୀ କୋଠରି ଗୋଟେ ଦିଆଗଲେ ସୁବିଧାରେ ଶିକ୍ଷାଦାନ ହୋଇ ପାରନ୍ତା। ବିଦ୍ୟାଳୟ ଚାରି ପାଖରେ ପାଚେରୀ ନ ଥିବାରୁ ଛାତ୍ରୀଛାତ୍ରମାନଙ୍କ ପାଇଁ ବିପଦ ରହିଛି। ଗୋଦାମ ଗୃହ ନ ଥିବାରୁ ବିଦ୍ୟାଳୟ ମଧ୍ୟହ୍ନ ଭୋଜନ ସାମଗ୍ରୀ ରଖିବା ପାଇଁ ଅସୁବିଧା ହେଉଛି। ପିଇବା ପାଣିର ସମସ୍ୟା ରହିଛି। ବିଦ୍ୟାଳୟରେ ପାଇଖାନା ନ ଥିବାରୁ ଛାତ୍ରୀଛାତ୍ରମାନେ ବାହାରକୁ ଶୌଚ ପାଇଁ ଯାଉଛନ୍ତି। ଦୀର୍ଘ ୨ ବର୍ଷ ହେବ ପାଇଖାନା ନିର୍ମାଣ ଚାଲିଛି। ହେଲେ ଆଜି ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ପାରିନାହିଁ। ପାଇଖାନା ଶୀଘ୍ର ସମ୍ପୂର୍ଣ୍ଣ କରିବା ପାଇଁ ଠିକାଦାରଙ୍କୁ କହିଲେ ଗୋଟିଏ ସପ୍ତାହ ମଧ୍ୟରେ ସମ୍ପୂର୍ଣ୍ଣ ହୋଇଯିବ ବୋଲି କହି ଦିନ ଗଡାଇ ଚାଲିଛନ୍ତି ବୋଲି ସହକାରୀ ଶିକ୍ଷକ ପ୍ରକାଶ କରିଛନ୍ତି। ଏ ସଂକ୍ରାନ୍ତରେ ଗୋଷ୍ଠି ଶିକ୍ଷା ଅଧିକାରୀ ହେମସାଗର ମହାନନ୍ଦଙ୍କୁ ପଚାରିବାରୁ ଏହି ବିଷୟରେ ଅବଗତ ନ ଥିଲି, ଦିନେ ଦୁଇ ଦିନ ଭିତରେ ସବୁ ସମସ୍ୟା ସମାଧାନ ହୋଇଯିବ ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାମପନ୍ଥୀରୁ ଦକ୍ଷିଣପନ୍ଥୀ ଆଡ଼କୁ

ଭାରତବର୍ଷରେ ବାମପନ୍ଥୀ ଆନ୍ଦୋଳନ କ୍ରମେ ଦୁର୍ବଳ ହେବାପରି ମନେ ହେଉଛି। ନିକଟରେ ଅନୁଷ୍ଠିତ ୫ ରାଜ୍ୟରେ ବିଧାନସଭା ନିର୍ବାଚନରୁ ଏହା ଜଣାପଡ଼ିଛି। କେରଳ ଥିଲା ଶେଷ ବାମପନ୍ଥୀ…

କାନ୍ଥରେ ନାମ

ଭାରତର ଜମ୍ମୁ ଓ କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ୨୨ ଏପ୍ରିଲ ୨୦୨୫ରେ ଘଟିଥିଲା ଓ ସେଥିରେ ୨୬ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିଲା। ଏହି…

ମାଛ ମାରିବାକୁ ଯାଇ ପାଣିରେ ବୁଡ଼ି ଜୀବନ ଗଲା

ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ମାଛ ମାରିବାକୁ ଯାଇଥିବାବେଳେ ରବିବାର  ଜଣେ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଜଣକ ହେଲେ, ଭଟଲି ଥାନା…

‘କରାଚିରେ ଭାରତ କରିଥିଲା ଆକ୍ରମଣ’ – ପାକିସ୍ତାନ ଅଭିଯୋଗର କଡ଼ା ଜବାବ ଦେଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୯।୬: କରାଚୀ ଆତଙ୍କବାଦୀ ଆକ୍ରମଣରେ ଜଣେ ‘ଭାରତୀୟ ଏଜେଣ୍ଟ’ଙ୍କ ସମ୍ପୃକ୍ତି ସମ୍ପର୍କରେ ପାକିସ୍ତାନର ଅଭିଯୋଗକୁ ଭାରତ ଖାରଜ କରିଦେଇଛି, ଏହାକୁ ଭିତ୍ତିହୀନ ବୋଲି କହିଛି। ଏହା ପାକିସ୍ତାନକୁ…

୫ମ ଶ୍ରେଣୀ ଛାତ୍ରଙ୍କୁ ଧକ୍କା ଦେଇ ଫେରାର ହୋଇଗଲା କାର୍‌, ଡାହାଣ ଗୋଡ଼ରେ ଚକା ଚଢ଼ିଯିବାରୁ…

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲି ବନ୍ଧ ଗ୍ରାମର ସୁବାସ ନାଇକଙ୍କ ପୁଅ ୫ମ ଶ୍ରେଣୀରେ ପଢୁଥିବା ଛାତ୍ର…

ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି: ୧୦୮ ଗରା ସୁବାସିତ ଜଳରେ କରିବେ ସ୍ନାନ

ପୁରୀ,୨୯ା୬: ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ରତ୍ନବେଦୀରୁ ଆସି ସ୍ନାନବେଦୀରେ ବିରାଜମାନ କରିଛନ୍ତି ପ୍ରଭୁ ଶ୍ରୀସୁଦର୍ଶନ, ବଡ଼ଠାକୁର ବଳଭଦ୍ର, କାଳିଆ…

କରାଚୀ ଆକ୍ରମଣରେ ବିଚଳିତ ପାକିସ୍ତାନ, ଆଫଗାନିସ୍ତାନରେ ବିମାନ ଆକ୍ରମଣ କରି ୩୫ ସାଧାରଣ ନାଗରିକଙ୍କୁ ହତ୍ୟା

ଇସଲାମାବାଦ,୨୯।୬: କରାଚୀରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ, ପାକିସ୍ତାନ ରବିବାର ଏବଂ ସୋମବାର ମଧ୍ୟରାତ୍ରିରେ ପ୍ରାୟ 12:30 AM ସମୟରେ ତିନୋଟି ଆଫଗାନିସ୍ତାନ ପ୍ରଦେଶ…

ବିଶ୍ବ ଚାମ୍ପିୟନ ଭାରତକୁ ଧରାଶାୟୀ କଲା ଆୟାର୍ଲାଣ୍ଡ

ବେଲ୍‌ଫାଷ୍ଟ, ୨୮ା୬: ଆୟର୍ଲାଣ୍ଡ ବିପକ୍ଷରେ ଭାରତର ଶକ୍ତିଶାଳୀ ବ୍ୟାଟିଂ ଲାଇନ୍‌ ଅପ୍‌ ପୁଣି ବିଫଳ ହୋଇଛି। ସ୍ଥାନୀୟ ସିଭିଲ ସର୍ଭିସ କ୍ରିକେଟ କ୍ଲବଠାରେ ରବିବାର ଖେଳାଯାଇଥିବା ଦ୍ୱିତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri