୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି) ପ୍ରଦାନ କରିବା ପାଇଁ ୨୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବୁଧବାର ଓଡ଼ିଶା ଭିଜିଲାନ୍ସ ଟିମ୍ ଗିରଫ କରିଛି। ଦୁଇ ଅଭିଯୁକ୍ତ ହେଲେ ଆରଟିଓ ଅଫିସର ଡିଲିଂ କ୍ଲର୍କ-କମ୍-ନାଇଟ୍ ୱାଚର୍ ନିରଞ୍ଜନ ଷଣ୍ଢ ଏବଂ ଆଇଟି ଏକ୍ସକ୍ୟୁଟିଭ୍ ଧର୍ମେନ୍ଦ୍ର କୁମାର ବେହେରା।

ସୂଚନା ଅନୁଯାୟୀ, ଅଭିଯୋଗକାରୀ ନିକଟରେ ଇଣ୍ଡସଇଣ୍ଡ୍ ବ୍ୟାଙ୍କ ଦ୍ୱାରା କରାଯାଇଥିବା ନିଲାମ ପ୍ରକ୍ରିୟାରେ ଦୁଇଟି ଟ୍ରକ୍ କିଣିଥିଲେ। ପୂର୍ବତନ ମାଲିକ ବ୍ୟାଙ୍କ ଋଣ ଶୁଝି ନ ପାରିବାରୁ ବ୍ୟାଙ୍କ ପକ୍ଷରୁ ଏହି ଟ୍ରକ୍ ଦୁଇଟିକୁ ନିଲାମ କରାଯାଇଥିଲା। ଓଡ଼ିଶା ସରକାରଙ୍କ ପରିବହନ ବିଭାଗର ନିୟମ ଅନୁଯାୟୀ, ନୂଆ ମାଲିକ ଜଣକ ଉକ୍ତ ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି) ପାଇଁ ରାଉରକେଲା ଆରଟିଓ କାର୍ଯ୍ୟାଳୟରେ ଆବେଦନ କରିଥିଲେ। ମାତ୍ର ଅଭିଯୋଗକାରୀଙ୍କ ବାରମ୍ବାର ଅନୁରୋଧ ସତ୍ତ୍ୱେ ଡିଲିଂ କ୍ଲର୍କ ଷଣ୍ଢ ଏହି ଫାଇଲ୍‌କୁ ଆଗକୁ ବଢ଼ାଉ ନ ଥିଲେ। ନୂଆ ପଞ୍ଜୀକରଣ କରିଦେବା ପାଇଁ ସେ ଗୋଟିଏ ଟ୍ରକ୍ ପିଛା ୧୩,୦୦୦ ଟଙ୍କା ହିସାବରେ ମୋଟ୍ ୨୬,୦୦୦ ଟଙ୍କା ଲାଞ୍ଚ ଦାବି କରିଥିଲେ ।
ଏହି ବେଆଇନ ଦାବିରେ ଅତିଷ୍ଠ ହୋଇ ଟ୍ରକ୍ ମାଲିକ ଜଣକ ଭିଜିଲାନ୍ସ ବିଭାଗର ଦ୍ୱାରସ୍ଥ ହୋଇଥିଲେ ।

ଅଭିଯୋଗକୁ ଭିତ୍ତି କରି ଭିଜିଲାନ୍ସ ପକ୍ଷରୁ ଏକ ଯୋଜନା ପ୍ରସ୍ତୁତ କରାଯାଇଥିଲା। ବୁଧବାର ଦିନ ଡିଲିଂ କ୍ଲର୍କ ଷଣ୍ଢ ଏବଂ ତାଙ୍କ ସହଯୋଗୀ ଆଇଟି ଏକ୍ସକ୍ୟୁଟିଭ୍ ବେହେରା ଅଭିଯୋଗକାରୀଙ୍କ ଠାରୁ ୨୬ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ପୂର୍ବରୁ ଛପି ରହିଥିବା ଭିଜିଲାନ୍ସ ଟିମ୍ ସେମାନଙ୍କୁ କାବୁ କରିନେଇଥିଲା। ଅଭିଯୁକ୍ତଙ୍କ ନିକଟରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି।
ଏହି ସଫଳ ଟ୍ରାପ୍ ପରେ, ଆୟ ବହିର୍ଭୂତ ସମ୍ପତ୍ତି (ଡିଏ) ଠୁଳ ଅଭିଯୋଗ ଦିଗରୁ ଡିଲିଂ କ୍ଲର୍କ ଷଣ୍ଢଙ୍କ ସହ ଜଡିତ ତିନୋଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ ଜାରି ରହିଛି । ଉଭୟ ଅଭିଯୁକ୍ତ ଙ୍କ ବିରୋଧରେ ଅଧିକ ତଦନ୍ତ ଅବ୍ୟାହତ ରହିଛି ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…

ନୂଆଦିଲ୍‌ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର…

ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?