୨ ରୁଷୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟଣା: ୪ର୍ଥ ଦିନରେ ଆମ୍ବୁଲାନ୍ସ, ହୋଟେଲ କର୍ମଚାରୀଙ୍କୁ ଜେରା

ରାୟଗଡ଼ା,୨ା୧(ସ୍ବ.ପ୍ର.): ରାୟଗଡ଼ାଠାରେ ରୁଷୀୟ ପର୍ଯ୍ୟଟକ ତଥା ସେଠାକାର ଏମ୍‌ପି ପାଭେଲ ଆଣ୍ଟୋଭ ଏବଂ ତାଙ୍କ ବନ୍ଧୁ ଭ୍ଲାଡିମିର ବିଦାନୋଭଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଜାରି ରଖିଛି। ଚତୁର୍ଥ ଦିନ ସୋମବାର ଡିଏସ୍‌ପି ସରୋଜକାନ୍ତ ମହାନ୍ତଙ୍କ ନେତୃତ୍ୱରେ ୪ ଅଧିକାରୀ ପୁଣି ହୋଟେଲ ସାଇ ଇଣ୍ଟରନ୍ୟାଶନାଲକୁ ଯାଇ କର୍ମଚାରୀଙ୍କୁ ଜେରା କରିଥିଲେ। ଏହାର କିଛି ସମୟ ପରେ ଫରେନସିକ୍‌ ଏବଂ ସାଇଣ୍ଟିଫିକ୍‌ ଟିମ୍‌ ମଧ୍ୟ ହୋଟେଲରେ ପହଞ୍ଚିଥିଲେ। ପରେ ବିଦାନୋଭ ଏବଂ ପାଭେଲଙ୍କୁ ମେଡିକାଲ ନେଇଥିବା ଆମ୍ବୁଲାନ୍ସ କର୍ମଚାରୀ ଏବଂ ଜଣେ ପୋଲିସ ଅଧିକାରୀଙ୍କୁ ମଧ୍ୟ କ୍ରାଇମ ବ୍ରାଞ୍ଚ ପକ୍ଷରୁ ଜେରା କରାଯାଇଛି। ବିଦାନୋଭ ଏବଂ ପାଭେଲଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନା ନେବା ସମୟରେ ସେମାନଙ୍କ ସ୍ଥିତି କ’ଣ ଥିଲା ସେ ନେଇ ଅଧିକାରୀମାନେ ପଚରାଉଚରା କରିଥିଲେ। ବିଶେଷକରି ଘଟଣା ଦିନ ବିଦାନୋଭ ଏବଂ ପାଭେଲଙ୍କ ସାଙ୍ଗରେ ଆସିଥିବା ମିଖାଇଲ ଏବଂ ନାତାଲିଆଙ୍କ ହାବଭାବ ତଥା ବଡି ଲାଙ୍ଗୁଏଜ୍‌ କିପରି ଥିଲା ସେ ବିଷୟରେ ପଚରାଯାଇଥିବା ଅନୁମାନ କରାଯାଉଛି।
ଏହା ବ୍ୟତୀତ ଅନ୍ୟ ବିଭିନ୍ନ ଦିଗକୁ ନେଇ ହୋଟେଲ କର୍ମଚାରୀଙ୍କୁ ମଧ୍ୟ ପ୍ରଶ୍ନ କରାଯାଇଥିବା ଜଣାପଡ଼ିଛି। ପୋଷ୍ଟମର୍ଟମ ରିପୋର୍ଟରୁ ବିଦାନୋଭଙ୍କ ଶରୀରରେ ଗଞ୍ଜେଇ କିମ୍ବା ଅଫିମର ଦୁର୍ଗନ୍ଧ ବାହାରିଥିବା ଉଲ୍ଲେଖ ଥିବାରୁ ବିଦେଶୀ ନାଗରିକଙ୍କୁ ଗଞ୍ଜେଇ କେଉଁଠାରୁ ମିଳିଲା ସେ ନେଇ ପ୍ରଶ୍ନ କରାଯାଇ ଥାଇପାରେ ବୋଲି ମଧ୍ୟ ଅନୁମାନ କରାଯାଉଛି। ହେଲେ କ୍ରାଇମ ବ୍ରାଞ୍ଚ ପକ୍ଷରୁ ଜେରାରେ କ’ଣ ପ୍ରଶ୍ନ କରାଯାଇଥିଲା ସେ ବିଷୟରେ ସୂଚନା ଦିଆଯାଇ ନାହିଁ। ସୂଚନାଯୋଗ୍ୟ, ଉକ୍ତ ୪ ରୁଷୀୟ ପର୍ଯ୍ୟଟକ ହୋଟେଲରେ ରହିବାକୁ ଆସିଥିବା ବେଳେ ସେମାନଙ୍କ ନିକଟକୁ ଗଞ୍ଜେଇ କେମିତି ଆସିଲା, ପୂର୍ବରୁ ସେମାନେ ଗଞ୍ଜେଇ ସାଙ୍ଗରେ ନେଇ ଆସିଥିଲେ ନା ହୋଟେଲକୁ ଆସିବା ପରେ ସେମାନଙ୍କୁ କେହି ଗଞ୍ଜେଇ ଯୋଗାଇଛନ୍ତି ତାହାକୁ ନେଇ ସହରବାସୀଙ୍କ ମନରେ ପ୍ରଶ୍ନ ଉଠିଛି। ନିୟମ ଅନୁଯାୟୀ, ହୋଟେଲରେ ରହିବାକୁ ଆସୁଥିବା ବିଦେଶୀ ପର୍ଯ୍ୟଟକଙ୍କ ତଥ୍ୟ ଫର୍ମ-ସିରେ ପୂରଣ କରି ପୋଲିସକୁ ଉକ୍ତ ଫର୍ମ ସହ ଅବଗତ କରାଇବା ନେଇ ନିୟମ ରହିଛି। ହେଲେ ହୋଟେଲ ସାଇ ଇଣ୍ଟରନ୍ୟାଶନାଲ ପକ୍ଷରୁ ଏହା କରାଯାଇଥିଲା କି ନାହିଁ ତାହାର ତଦନ୍ତ ଆବଶ୍ୟକ ବୋଲି ମତପ୍ରକାଶ ପାଉଛି। ହୋଟେଲ ପକ୍ଷରୁ ବିଦେଶୀ ନାଗରିକଙ୍କ ସମସ୍ତ ତଥ୍ୟ ପ୍ରଦାନ କରିବା ଦ୍ୱାରା ପୋଲିସକୁ ସେମାନଙ୍କ ସମସ୍ତ ସୂଚନା ମିଳିଥାଏ। ଏହାଦ୍ୱାରା ପୋଲିସ ସେମାନଙ୍କ ଗତିବିଧି ଉପରେ ନଜର ରଖିବା ସହଜ ହୋଇଥାଏ। ସେହିପରି ଘଟଣାର ଅଧିକ ତଦନ୍ତ ପାଇଁ ଆଉ ଏକ ତଦନ୍ତକାରୀ ଦଳ ରାୟଗଡ଼ାରେ ପହଞ୍ଚି ତଦନ୍ତ କରିପାରେ ବୋଲି ମଧ୍ୟ ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ଏକହୋଇ ଲଢ଼ିବାକୁ ପ୍ରଣବଙ୍କ ପରାମର୍ଶ

ଚଣ୍ଡିଖୋଲ,୨୦ା୪(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲାର ବଡ଼ଚଣା ଏକ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ। ହେଲେ ଏ ପର୍ଯ୍ୟନ୍ତ ବିଜେଡି ଏଠାରେ ପ୍ରାର୍ଥୀ ଘୋଷଣା କରିନାହିଁ। ଶୁକ୍ରବାର...

ଟିକେଟ ଆଶା କରିଥିଲି, ମତେ ବି ଦୁଃଖ ଲାଗୁଛି

ଜଗତ୍‌ସିଂହପୁର, ୨୦ା୪(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲା ପରେ ଟିକେଟ ନ ପାଇ ସବୁଠାରୁ ଦୁଃଖରେ...

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri