୨ ସ୍କୁଲ ଗାଡ଼ି ଧକ୍କା, ୨୦ରୁ ଊର୍ଦ୍ଧ୍ବ ଛାତ୍ରୀଛାତ୍ର ଆହତ

ହିଞ୍ଜିଳିକାଟୁ,୨ା୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ସୋମପୁର ଛକ ନିକଟରେ ଶୁକ୍ରବାର ୨ଟି ସ୍କୁଲ ବସ୍‌ ମଧ୍ୟରେ ଧକ୍କା ହେବାରୁ ୨୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଆହତ ହୋଇଛନ୍ତି। ଲୋକେ ଆହତମାନଙ୍କୁ ଉଦ୍ଧାର କରି ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେମାନଙ୍କ ମଧ୍ୟରୁ ଡି. ଶୁଭଶ୍ରୀ, କେ. ସିମ୍ରନ, ଆକାଂକ୍ଷା ସାହୁ, କେ. ପ୍ରେମ କୁମାର, ଅମରେଶ ପଟ୍ଟନାୟକ ଅଧିକ ଆଘାତ ପାଇଛନ୍ତି। ଦୁର୍ଘଟଣା ପରେ ଗୋଟିଏ ସ୍କୁଲ ବସ୍‌ର ଡ୍ରାଇଭର ଓ ମାଲିକଙ୍କ ଆକ୍ରମଣରେ ଅନ୍ୟ ବସ୍‌ର ଡ୍ରାଇଭର ସମରଝୋଳ ଗ୍ରାମର କାହ୍ନୁ ଚରଣ ସାହୁ ଆହତ ହୋଇଛନ୍ତି। ପୋଲିସ ଘଟଣାର ତଦନ୍ତ କରୁଛି।
କୁକୁଡାଖଣ୍ଡି, ସମରଝୋଳ ଓ ନିକଟସ୍ଥ ଗ୍ରାମରୁ ଛାତ୍ରୀଛାତ୍ରମାନେ ସକାଳେ ହିଞ୍ଜିଳିକାଟୁ କେନ୍ଦ୍ରୀୟ ବିଦ୍ୟାଳୟକୁ ସ୍କୁଲ ଭ୍ୟାନ (ଓଆର୦୭ବି ୪୧୬୧) ଓ ସ୍କୁଲ ବସ୍‌ (ଓଆର୦୨ବିଏମ୨୨୫୯)ରେ ଆସୁଥିଲେ। ସୋମପୁର ଛକରେ କୌଣସି କାରଣରୁ ଭ୍ୟାନ ପଛପଟୁ ବସ୍‌ଟି ଧକ୍କା ହେବାରୁ ଏହି ଦୁର୍ଘଟଣା ଘଟିଥିଲାବୋଲି ଜଣାପଡିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri