୨ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ବନ୍ଦ

ଠାକୁରମୁଣ୍ଡା,୬।୧୧(ଡି.ଏନ୍‌.ଏ):  ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ୨ ପ୍ରାଥମିକ ବିଦ୍ୟାଳୟରେ ଗତ ଗୁରୁବାରଠାରୁ ମଧ୍ୟାହ୍ନ ଭୋଜନ ବନ୍ଦ ରହିଛି। ମଧ୍ୟାହ୍ନ ଭୋଜନ ପାଇଁ ବିଦ୍ୟାଳୟ ଗୁଡ଼ିକୁ ଚାଉଳ ଯୋଗାଣ ହୋଇ ନ ଥିବାରୁ ଏପରି ସମସ୍ୟା ଉପୁଜିଥିବାର ଜଣାପଡ଼ିଛି। ଫଳରେ ଛାତ୍ରୀଛାତ୍ରଙ୍କ ବିସ୍କୁଟ ଦିଆଯାଇଥିବା ଦୁଇ ସ୍କୁଲ୍‌ର ପ୍ରଧାନଶିକ୍ଷକ କହିଛନ୍ତି।
ପ୍ରକାଶ ଯେ, ଖଣ୍ଡବନ୍ଧ ପଞ୍ଚାୟତ ଅନ୍ତର୍ଗତ ବୁରୁ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାରଠାରୁ ମଧ୍ୟାହ୍ନ ଭୋଜନ ବନ୍ଦ ରହିଛି। ଖଣ୍ଡବନ୍ଧ ପ୍ରାଥମିକ ବିଦ୍ୟାଳୟରେ ଗତ ଗୁରୁବାରଠାରୁ ବନ୍ଦ ରହିଛି। ଖଣ୍ଡବନ୍ଧ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦେବଦତ୍ତ ସାହୁ ଏ ନେଇ କହିଛନ୍ତି ଯେ, ୨ ମାସ ହେଲାଣି ବିଦ୍ୟାଳୟକୁ ଚାଉଳ ଯୋଗାଇ ଦିଆ ଯାଇନାହିଁ। ଯାହାଫଳରେ ବାହାରୁ ଚାଉଳ ଧାର ଆଣି ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦିଆ ଯାଉଥିଲା। କିନ୍ତୁ ୩ ଦିନ ହେବ ସମ୍ପୂର୍ଣ୍ଣ ରୋଷେଇ ବନ୍ଦ ରହିଛି। ପିଲାଙ୍କୁ ବିସ୍କୁଟ, ଅଣ୍ଡା ଦିଆଯାଉଛି। ସେହିପରି ବୁରୁ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିମଳକାନ୍ତ ନାୟକ ତାଙ୍କ ବିଦ୍ୟାଳୟକୁ ଚାଉଳ ଯୋଗାଣ ବନ୍ଦ ହୋଇଯିବାରୁ କିଛିଦିନ ଅଙ୍ଗନଓ୍ବାଡି ଓ ବାହାର ଲୋକଙ୍କ ପାଖରୁ ଚାଉଳ ଧାର ଆଣି ରୋଷେଇ କରିଥିବା କହିଥିଲେ। ୨ ଦିନ ହେଲା ଆଉ ରୋଷେଇ କରାଯାଇନାହିଁ। ଏ ନେଇ ସିଆରସିସିକୁ ସେ ଜଣାଇଥିବା କହିଛନ୍ତି। ଏ ସମ୍ପର୍କରେ ନୂତନ ଭାବରେ ଯୋଗ ଦେଇଥିବା ବ୍ଲକ୍‌ ଶିକ୍ଷା ଅଧିକାରୀ ରାମଚନ୍ଦ୍ର ନାଏକଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ସେ ଏ ନେଇ ଏବେ ସୂଚନା ପାଇଲି ଏବଂ ଚାଉଳ ଆସିଯାଇଛି। ଯଥା ଶୀଘ୍ର ଯୋଗାଇ ଦିଆଯିବ ବୋଲି କହିଥିଲେ। ଚାଉଳ ନ ଥିବାରୁ ବ୍ଲକ୍‌ର ଅନେକ ବିଦ୍ୟାଳୟରେ ଏପରି ଅବସ୍ଥା ସୃଷ୍ଟି ହୋଈ ଥିବାର କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri