୨ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ବନ୍ଦ

ଠାକୁରମୁଣ୍ଡା,୬।୧୧(ଡି.ଏନ୍‌.ଏ):  ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ୨ ପ୍ରାଥମିକ ବିଦ୍ୟାଳୟରେ ଗତ ଗୁରୁବାରଠାରୁ ମଧ୍ୟାହ୍ନ ଭୋଜନ ବନ୍ଦ ରହିଛି। ମଧ୍ୟାହ୍ନ ଭୋଜନ ପାଇଁ ବିଦ୍ୟାଳୟ ଗୁଡ଼ିକୁ ଚାଉଳ ଯୋଗାଣ ହୋଇ ନ ଥିବାରୁ ଏପରି ସମସ୍ୟା ଉପୁଜିଥିବାର ଜଣାପଡ଼ିଛି। ଫଳରେ ଛାତ୍ରୀଛାତ୍ରଙ୍କ ବିସ୍କୁଟ ଦିଆଯାଇଥିବା ଦୁଇ ସ୍କୁଲ୍‌ର ପ୍ରଧାନଶିକ୍ଷକ କହିଛନ୍ତି।
ପ୍ରକାଶ ଯେ, ଖଣ୍ଡବନ୍ଧ ପଞ୍ଚାୟତ ଅନ୍ତର୍ଗତ ବୁରୁ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାରଠାରୁ ମଧ୍ୟାହ୍ନ ଭୋଜନ ବନ୍ଦ ରହିଛି। ଖଣ୍ଡବନ୍ଧ ପ୍ରାଥମିକ ବିଦ୍ୟାଳୟରେ ଗତ ଗୁରୁବାରଠାରୁ ବନ୍ଦ ରହିଛି। ଖଣ୍ଡବନ୍ଧ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦେବଦତ୍ତ ସାହୁ ଏ ନେଇ କହିଛନ୍ତି ଯେ, ୨ ମାସ ହେଲାଣି ବିଦ୍ୟାଳୟକୁ ଚାଉଳ ଯୋଗାଇ ଦିଆ ଯାଇନାହିଁ। ଯାହାଫଳରେ ବାହାରୁ ଚାଉଳ ଧାର ଆଣି ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦିଆ ଯାଉଥିଲା। କିନ୍ତୁ ୩ ଦିନ ହେବ ସମ୍ପୂର୍ଣ୍ଣ ରୋଷେଇ ବନ୍ଦ ରହିଛି। ପିଲାଙ୍କୁ ବିସ୍କୁଟ, ଅଣ୍ଡା ଦିଆଯାଉଛି। ସେହିପରି ବୁରୁ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିମଳକାନ୍ତ ନାୟକ ତାଙ୍କ ବିଦ୍ୟାଳୟକୁ ଚାଉଳ ଯୋଗାଣ ବନ୍ଦ ହୋଇଯିବାରୁ କିଛିଦିନ ଅଙ୍ଗନଓ୍ବାଡି ଓ ବାହାର ଲୋକଙ୍କ ପାଖରୁ ଚାଉଳ ଧାର ଆଣି ରୋଷେଇ କରିଥିବା କହିଥିଲେ। ୨ ଦିନ ହେଲା ଆଉ ରୋଷେଇ କରାଯାଇନାହିଁ। ଏ ନେଇ ସିଆରସିସିକୁ ସେ ଜଣାଇଥିବା କହିଛନ୍ତି। ଏ ସମ୍ପର୍କରେ ନୂତନ ଭାବରେ ଯୋଗ ଦେଇଥିବା ବ୍ଲକ୍‌ ଶିକ୍ଷା ଅଧିକାରୀ ରାମଚନ୍ଦ୍ର ନାଏକଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ସେ ଏ ନେଇ ଏବେ ସୂଚନା ପାଇଲି ଏବଂ ଚାଉଳ ଆସିଯାଇଛି। ଯଥା ଶୀଘ୍ର ଯୋଗାଇ ଦିଆଯିବ ବୋଲି କହିଥିଲେ। ଚାଉଳ ନ ଥିବାରୁ ବ୍ଲକ୍‌ର ଅନେକ ବିଦ୍ୟାଳୟରେ ଏପରି ଅବସ୍ଥା ସୃଷ୍ଟି ହୋଈ ଥିବାର କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri