ଆଦର୍ଶ ବିଦ୍ୟାଳୟର ୨ କର୍ମଚାରୀ ହାତାହାତି: ସୋସିଆଲ ମିଡିଆରେ ଭାଇରାଲ

ପୁରୁଷୋତ୍ତମପୁର,୧୭।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଭାଟକୁମରଡ଼ା ଆଦର୍ଶ ବିଦ୍ୟାଳୟର ଜଣେ ମହିଳା ଏବଂ ଜଣେ ପୁରୁଷ କର୍ମଚାରୀଙ୍କ ମଧ୍ୟରେ ମଙ୍ଗଳବାର ଅପରାହ୍ନରେ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତା ବାଇଧର ମନ୍ଦିର ନିକଟରେ ହାତାହାତି ହୋଇଛି। ଏହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ହାତାହାତି ପରେ ମହିଳା ଜଣକ କାନ୍ଦୁଥିବା ବେଳେ ରାସ୍ତାରେ ଯାଉଥିବା ଲୋକେ ଦେଖି ରୁଣ୍ଡ ହୋଇଯାଇଥିଲେ। ଏହି ଖବର ପାଇ ମହିଳାଙ୍କ ସ୍ବାମୀ ଓ ତାଙ୍କ ସମ୍ପର୍କୀୟ ଘଟଣା ସ୍ଥଳରେ ପହଞ୍ଚତ୍ଥିଲେ। ସେତିକିବେଳେ ହତ୍ୟା ଧମକ ମଧ୍ୟ ଦିଆଯାଇଥିବା ଭିଡିଓରେ ଶୁଣିବାକୁ ମିଳୁଛି। ଅନ୍ୟପକ୍ଷେ ଘଟଣାସ୍ଥଳରେ କିଛି ଅଘଟଣ ହେବା ଆଶଙ୍କା କରି ରାସ୍ତାରେ ଯାଉଥିବା କେତେଜଣ ବ୍ୟକ୍ତି ପୁରୁଷୋତ୍ତମପୁର ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଥାନାକୁ ଆଣିଥିଲା। ଉଭୟେ ଥାନାରେ ସାମାନ୍ୟ କଥାକୁ ନେଇ ବଚସା ହୋଇଥିବାର ସ୍ବୀକାର କରି ପରସ୍ପର ମଧ୍ୟରେ ରାଜିନାମା ହୋଇ ଘରକୁ ଯାଇଥିଲେ।

ଏପରିକି ଭିଡିଓରେ ମହିଳାଙ୍କ ସ୍ବାମୀଙ୍କ କଥାରୁ ଜଣାପଡୁଛି, ପୂର୍ବରୁ ମଧ୍ୟ ଏପରି ଗଣ୍ଡଗୋଳ ଘଟିଛି। କେଉଁ କାରଣରୁ ୨ କର୍ମଚାରୀଙ୍କ ମଧ୍ୟରେ ଏଭଳି ଘଟିଛି ତାହାର ପ୍ରକୃତ ଘଟଣା ଜଣାପଡି ନ ଥିବା ବେଳେ ବିଦ୍ୟାଳୟର କିଛି କାର୍ଯ୍ୟକୁ ନେଇ ଘଟିଥିବା ଚର୍ଚ୍ଚା ଜୋର ଧରିଛି। ଏହାକୁ ବିଦ୍ୟାଳୟ କର୍ତ୍ତୃପକ୍ଷ ଗୁରୁତର ସହ ନେଇ ପଦକ୍ଷେପ ଗ୍ରହଣ ନ କଲେ ଆଗାମୀ ଦିନରେ ବିଦ୍ୟାଳୟ ପରିସରରେ ମଧ୍ୟ ଏଭଳି କାଣ୍ଡ ଘଟିବା ଆଶଙ୍କା ରହିଛି । ଏହାର ପ୍ରଭାବ ଛାତ୍ରୀଛାତ୍ରଙ୍କ ଉପରେ ପଡିବ ବୋଲି କେତେଜଣ ଅଭିଭାବକ କହିଛନ୍ତି। ଏହାକୁ ନେଇ ବିଦ୍ୟାଳୟର ଅଧ୍ୟକ୍ଷଙ୍କ ସହ ଯୋଗାଯୋଗ କରାଯିବାରେ ଏହି ଘଟଣା ବାହାରେ ଘଟିଛି। ତେଣୁ ସେ ଜାଣିନାହାନ୍ତି। ଉଭୟ କର୍ମଚାରୀ କଣ୍ଟ୍ରାଚୁଆଲ ଭାବେ ରହିଥିବାର କହିଛନ୍ତି। ଏହାର ତଦନ୍ତ କରି ଉଚ୍ଚ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri