ଓଡ଼ିଆ ଭାଷାରେ ପାଠ ପଢ଼ିବେ ଯୁକ୍ତ୨ ବିଜ୍ଞାନ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୫ା୭(ସୁଚିସ୍ମିତା ସାହୁ): ଓଡ଼ିଆ ଭାଷାରେ ପାଠ ପଢ଼ିବେ ଯୁକ୍ତ୨ ବିଜ୍ଞାନ ଛାତ୍ରୀଛାତ୍ର। ଏଥିପାଇଁ ସ୍ବତନ୍ତ୍ର ଭାବେ ବହି ପ୍ରସ୍ତୁତ କରାଯାଇଛି। ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟଠାରେ ଗୁରୁବାର ଯୁକ୍ତ୨ ନବାଗତ ବିଦ୍ୟାର୍ଥୀଙ୍କ ପ୍ରବେଶ ଓ ସ୍ବାଗତ ସମାରୋହରେ ଏହି ବହିର ଲୋକାର୍ପଣ ସହ ବଣ୍ଟନର ଶୁଭାରମ୍ଭ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଏହି ଅବସରରେ ମନ୍ତ୍ରୀ କହିଲେ, ପିଲାମାନେ ଶୃଙ୍ଖଳାକୁ ଗୁରୁତ୍ୱ ଦେବା ସହିତ ବିକଶିତ ଓଡ଼ିଶା ଗଠନ ପାଇଁ ଏବେଠାରୁ ଦୃଢ଼ ସଂକଳ୍ପ ନିଅନ୍ତୁ। ଆଗାମୀ ପଚାଶ ବର୍ଷ ପାଇଁ ଓଡ଼ିଶାର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଓଡ଼ିଆ ମାଧ୍ୟମରେ ପାଠପଢ଼ା ଉପରେ ଗୁରୁତ୍ୱ ଦେଉଛନ୍ତି। ତେଣୁ ଓଡ଼ିଆ ମାଧ୍ୟମରେ ପଢ଼ୁଥିବା ୯୧ ଭାଗ ପିଲାଙ୍କୁ ଓଡ଼ିଶାର ପ୍ରାକୃତିକ ସମ୍ପଦ ଓ ମାନବ ସମ୍ବଳର ସଦୁପଯୋଗ ପାଇଁ ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ପରିବର୍ତ୍ତନ ଅଣାଯିବ। ଜାତୀୟ ଶିକ୍ଷାନୀତି-୨୦୨୦ କାର୍ଯ୍ୟକାରୀ କରିବାରେ ସମଗ୍ର ଦେଶରେ ଓଡ଼ିଶାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଫଳତା ପାଇଥିବା ବେଳେ ଓଡ଼ିଆ ଭାଷାରେ ଯୁକ୍ତ୨ ବିଜ୍ଞାନ ବହି ଲୋକାର୍ପଣ କରି ସଫଳତାର ଆଉ ଗୋଟିଏ ଫର୍ଦ୍ଦ ଯୋଡ଼ି ହୋଇଯାଇଛି। ନାରୀ ଶିକ୍ଷାର ଅନ୍ତୁଡ଼ିଶାଳ ରମାଦେବୀ ମାଧ୍ୟମିକ ବିଦ୍ୟାଳୟ ପ୍ରତି ସରକାର ସ୍ବତନ୍ତ୍ର ପଦକ୍ଷେପ ନେଉଛନ୍ତି ବୋଲି ସେ କହିଛନ୍ତି। ଏହି ଅବସରରେ ୫୦ଟି ମହାବିଦ୍ୟାଳୟର ବିଦ୍ୟାର୍ଥୀଙ୍କୁ ଯୁକ୍ତ୨ ବିଜ୍ଞାନ ବହି ବିତରଣ କରାଯିବା ସହ ଓଡ଼ିଆରେ ଏହି ପୁସ୍ତକ ରଚନା କରିଥିବା ୧୨ଜଣ ଲେଖକଙ୍କୁ ମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ।
ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚରଣ ସ୍ବାଇଁ ବିଶିଷ୍ଟ ଅତିଥି ଭାବେ ଯୋଗଦେଇ କହିଲେ, ଓଡ଼ିଶାରେ ଥିବା ପ୍ରଚୁର ଖଣିଜ ସମ୍ପଦର ବିନିଯୋଗ ପାଇଁ ଶିକ୍ଷିତ ଓଡ଼ିଆଙ୍କ ଅଭାବ ଥିବାବେଳେ ଓଡ଼ିଆମାନେ ଚାକିରି ପାଇଁ ବାହାରକୁ ଯିବା ଦ୍ୱାରା ଓଡ଼ିଶାର ମୌଳିକ ବିକାଶରେ ବାଧା ସୃଷ୍ଟି ହେଉଛି। ପ୍ରଚଳିତ ଶିକ୍ଷା ବ୍ୟବସ୍ଥା ଇଂଲିଶ୍‌କୁ ଗୁରୁତ୍ୱ ଦେଉଥିବାରୁ ଭାରତର ସାମ୍ବିଧାନିକ ଭାଷା ଅବହେଳା ହେଉଛି। ଏଭଳି ସ୍ଥିତିରେ ଅସମ୍ଭବ ମନେହେଉଥିବା ଯୁକ୍ତ୨ ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ଜୀବ ଓ ଉଦ୍ଭିଦ ବିଜ୍ଞାନ, ଗଣିତ, ସୂଚନା ଓ ପ୍ରଯୁକ୍ତିବିଦ୍ୟା ଭଳି ଜଟିଳ ବିଷୟବସ୍ତୁକୁ ସରଳ ଓଡ଼ିଆ ଭାଷାରେ ଲେଖାଯାଇଛି। ଏଥିପାଇଁ ସେ ଓଡ଼ିଆ ଅଧ୍ୟୟନ ଓ ଗବେଷଣା ସଂସ୍ଥାର ସମସ୍ତ କର୍ମକର୍ତ୍ତାଙ୍କୁ ଧନ୍ୟବାଦ ଦେଇଥିଲେ। ରାଜ୍ୟ ସରକାର ମଧ୍ୟ ଜାତୀୟ ଶିକ୍ଷାନୀତି ଆଧାରରେ ଆଇଟିଆଇ, ଡିପ୍ଲୋମା ଆଦି ବୈଷୟିକ ଶିକ୍ଷା ଓଡ଼ିଆ ଭାଷାରେ କରିବା ପାଇଁ ସମସ୍ତ ପଦକ୍ଷେପ ନେଉଛନ୍ତି ବୋଲି ସେ ସୂଚନା ଦେଇଥିଲେ।
ରମାଦେବୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଡ. ସରୋଜଲକ୍ଷ୍ମୀ ସିଂହଙ୍କ ସଭାପତିତ୍ୱରେ ଓଡ଼ିଆ ଅଧ୍ୟୟନ ଓ ଗବେଷଣା ସଂସ୍ଥାର ସଦସ୍ୟ ସଚିବ ଡ. ସୁବ୍ରତ ପୃଷ୍ଟି ଉପସ୍ଥାପନ କରିଥିଲେ। ରାଉରକେଲା ଜାତୀୟ ପ୍ରଦୌଗିକୀ ପ୍ରତିଷ୍ଠାନର ପୂର୍ବତନ ନିର୍ଦ୍ଦେଶକ ପ୍ରଫେସର ସୁନୀଲ କୁମାର ଷଡ଼ଙ୍ଗୀ, ଉଚ୍ଚଶିକ୍ଷା ବିଭାଗର ପୂର୍ବତନ ଯୁଗ୍ମ ନିର୍ଦ୍ଦେଶକ ପ୍ରଫେସର ପୂର୍ଣ୍ଣଚନ୍ଦ୍ର୍ର ମଲ୍ଲିକ, ଓଡ଼ିଆ ଅଧ୍ୟୟନ ଓ ଗବେଷଣା ସଂସ୍ଥାର ଅଧ୍ୟକ୍ଷ ଡକ୍ଟର ନଟବର ଶତପଥୀ, ବୈଷୟିକ ପୁସ୍ତକ ଅନୁବାଦ କମିଟି ଅଧ୍ୟକ୍ଷ ପ୍ରଫେସର ଓଁକାର ନାଥ ମହାନ୍ତି, ସୋଆ ବିଶ୍ୱବିଦ୍ୟାଳୟ ଗଣିତ ବିଭାଗର ଅବସରପ୍ରାପ୍ତ ପ୍ରଫେସର ପ୍ରସନ୍ନ କୁମାର ଶତପଥୀ ଲେଖକୀୟ ଅନୁଭୂତି ପ୍ରକାଶ କରିଥିବାବେଳେ ନିର୍ଦ୍ଦେଶକ ପ୍ରଫେସର ବ୍ରଜେନ୍ଦ୍ର ପ୍ରସାଦ ଦାସ ଧନ୍ୟବାଦ ଦେଇଥିଲେ। ପ୍ରଫେସର ନୀରଦ ବରଣ ଖୁଣ୍ଟିଆ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?