ଆଜି ଯୁକ୍ତ୨ ବିଜ୍ଞାନ, ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର,୩୧ା୫(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପରିଚାଳିତ ଯୁକ୍ତ୨ ପରୀକ୍ଷାଫଳକୁ ନେଇ ଲାଗି ରହିଥିବା ଦ୍ୱନ୍ଦ୍ୱର ଅନ୍ତ ଘଟିଛି। ବୁଧବାର ପୂର୍ବାହ୍ନ ୧୧ଟାରେ ପରିଷଦ କାର୍ଯ୍ୟାଳୟରେ ୨୦୨୨-୨୩ ଶିକ୍ଷାବର୍ଷର ଯୁକ୍ତ୨ ପରୀକ୍ଷାଫଳ ପ୍ରକାଶ ପାଇବାକୁ ଯାଉଛି। ଏନେଇ ମଙ୍ଗଳବାର ସିଏଚ୍‌ଏସ୍‌ଇ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ଫଳାଫଳ ପ୍ରକାଶ ପାଇବ। ପୂର୍ବାହ୍ନ ୧୧ଟା ପରଠାରୁ ଛାତ୍ରୀଛାତ୍ର www.orissaresults.nic.inରେ ଲଗଇନ୍‌ କରି ସେମାନଙ୍କ ପରୀକ୍ଷାଫଳ ଜାଣିପାରିବେ। ତେବେ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ ନେଇ ତାରିଖ ସ୍ଥିର ହୋଇ ନ ଥିବା ସୂଚନା ଦିଆଯାଇଛି। ସୂଚନା ଥାଉକି, ରାଜ୍ୟର ୧,୧୪୫ଟି ପରୀକ୍ଷା କେନ୍ଦ୍ରରେ ମାର୍ଚ୍ଚ ୧ରୁ ଏପ୍ରିଲ ୫ ଯାଏ +୨ ପରୀକ୍ଷା ଚାଲିଥିଲା। ଏଥିପାଇଁ ମୋଟ ୩ ଲକ୍ଷ ୫୭ହଜାର ୯୪୨ଜଣ ରେଗୁଲାର ଛାତ୍ରୀଛାତ୍ର ଫର୍ମ ପୂରଣ କରିଥିଲେ। କଳା ବିଭାଗରେ ସର୍ବାଧିକ ୨ ଲକ୍ଷ ୩୩ ହଜାର ୮୫୫ଜଣ ରହିଥିଲେ। ସେହିପରି ଯୁକ୍ତ ୨ବିଜ୍ଞାନରେ ୯୩ ହଜାର ୮୯୪, ବାଣିଜ୍ୟରେ ୨୪ ହଜାର ୩୩୧ ଓ ଧନ୍ଦାମୂଳକ ଶିକ୍ଷାରେ ୫,୮୬୨ଜଣ ଛାତ୍ରୀଛାତ୍ର ରହିଥିଲେ। ଅନ୍ୟପକ୍ଷରେ ଏକ୍ସରେଗୁଲାର ପରୀକ୍ଷା ପାଇଁ ୧ଲକ୍ଷ ୭୭ହଜାର ୨୦୪ଜଣ ଛାତ୍ରୀଛାତ୍ର ଫର୍ମ ପୂରଣ କରିଥିଲେ। ସେହିପରି ଜୁନ୍‌ ୮ରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳାଫଳ ପ୍ରକାଶ ନେଇ କୁହାଯାଉଥିଲେ ମଧ୍ୟ ପରିଷଦ ପକ୍ଷରୁ ଏ ସମ୍ପର୍କରେ ବିଧିବଦ୍ଧ ଭାବେ ଘୋଷଣା କରାଯାଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri