Odisha Elections 2024

କୋଟିନଡ଼ା କଲେଜ ଛକ ନିକଟରେ ଭୟଙ୍କର ଦୁର୍ଘଟଣା, ବସ୍‌ ଧକ୍କାରେ ଚାଲିଗଲା ୨ ସ୍କୁଟି ଆରୋହୀଙ୍କ ଜୀବନ

ଗଞ୍ଜାମ,୧୮।୨: ଗଞ୍ଜାମ ଜିଲା କୋଟିନଡ଼ା ଥାନା ଅଧୀନ କଲେଜ ଛକ ନିକଟରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ସ୍କୁଟିକୁ ମୁହାଁମୁହିଁ ଧକ୍କା ଦେବାରୁ ୨ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି। ତେବେ ବସ୍‌ରେ ଥିବା ଯାତ୍ରୀମାନେ ସୁରକ୍ଷିତ ଅଛନ୍ତି।

ବସ୍‌ଟି ଆସିକାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ଭୋର ସମୟରେ ବିପରୀତ ଦିଗରୁ ଆସୁଥିବା ସ୍କୁଟିକୁ ଧକ୍କା ଦେଇଥିଲା। ଏଥିରେ ଦୁଇ ଆରୋହୀଙ୍କ ମୃତ୍ୟୁ ଘଟିଛି। ଉଭୟ ଗାଡ଼ି କ୍ଷତିଗ୍ରସ୍ତ ହୋଇଛି। କୋଟିନଡ଼ା ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ଲାଗି ଆସିକା ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି। ଏଥଇସହ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଭକ୍ତ ହେଉଛନ୍ତି ଜଗନ୍ନାଥ, କହୁ କହୁ ଏମିତି କହିଦେଲେ ସମ୍ବିତ ପାତ୍ର: ଭାଇରାଲ ହେଉଛି ଭିଡିଓ

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପୁରୀରେ ଏକ ବିଶାଳ ରୋଡ ଶୋ’ କରିଛନ୍ତି। ମୋଦିଙ୍କ ସହ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,...

ସୁନ୍ଦରଗଡ ଜିଲାରେ ମଧ୍ୟାହ୍ନ ୧ଟା ସୁଦ୍ଧା ୩୬.୩୨%ମତଦାନ

ସୁନ୍ଦରଗଡ,୨୦।୫(ଜୟ ନାରାୟଣ ମେଣ୍ଡୁଳି)ସାଧାରଣ ନିର୍ବାଚନ-୨୦୨୪ ପାଇଁ ଓଡ଼ିଶାରେ ଅନୁଷ୍ଠିତ ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ସୋମବାର ସୁନ୍ଦରଗଡ ଜିଲାରେ ଶାନ୍ତି ଶ୍ରୁଙ୍ଖଳାର ସହ ଆରମ୍ଭ ହୋଇଛି।...

ସରସରା ହତ୍ୟାକାଣ୍ଡ ନିର୍ବାଚନୀ ହିଂସା ନୁହେଁ: ସ୍ପଷ୍ଟ କଲେ ଜିଲାପାଳ, ଆଇଜି

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସୋମବାର ସାଧାରଣ ନିର୍ବାଚନ ନେଇ ମତଦାନ ପ୍ରକ୍ରିୟା ଚାଲିଛି। ତେବେ ଗୋଟିଏ ଗ୍ରାମର ଭୋଟ ଗ୍ରହଣ କେନ୍ଦ୍ରରେ ମତଦାନ ଚାଲିଥିବାବେଳେ...

ମଧ୍ୟବିତ୍ତଙ୍କ ପାଇଁ ସବୁବେଳେ କାମ କରନ୍ତି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ: ପାଣ୍ଡିଆନ

ଭୁବନେଶ୍ୱର,୨୦ା୫: ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରିଛନ୍ତି। ଯାହା ଖୁବ୍‌ ଭାଇରାଲ ହେଉଛି। ଏଥିରେ...

ଭୋଟ ଦେବାକୁ ଆସିଥିବା ଲୋକଙ୍କ ଉପରେ ଖସିଲା ସାଇନବୋର୍ଡ : ଶିଶୁ ସମେତ ୫ ଗୁରୁତର ଆହତ

ଦାରିଙ୍ଗବାଡି, ୨୦।୫ (ଅରୁଣ ସାହୁ): ରାଜ୍ୟରେ ଦିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ସୋମବାର ଚାଲିଛି। ମତଦାନବେଳେ ଏକ ଦୁର୍ଘଟଣା ଘଟିଛି। ସାଇନବୋର୍ଡ଼ ଖସି ଯିବାରୁ ଜଣେ...

ଭୋଟରଙ୍କୁ କଂଗ୍ରେସର ଗ୍ୟାରେଣ୍ଟି କାର୍ଡ: ଏଥିରେ ରହିଛି ବଡ଼ ପ୍ରତିଶ୍ରୁତି

ମୋରଡ଼ା,୨୦ା୫(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ରାଜନୈତିକ ପାଣିପାଗରେ ଉଷ୍ମତା ଦେଖିବାକୁ ମିଳିଛି। ପ୍ରମୁଖ ରାଜନୈତିକ ଦଳ ଭାଜପା,...

ଭାଜପା ସମର୍ଥକଙ୍କ ଆକ୍ରମଣରେ ବିଜେଡି କର୍ମୀ ଗୁରୁତର

ବାସୁଦେବପୁର,୨୦।୫(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକାର ୫ ନମ୍ବର ଓ୍ବାର୍ଡରେ ସୋମବାର ପୂର୍ବାହ୍ନରେ ପୋଷ୍ଟର ଲଗାଇବାକୁ କେନ୍ଦ୍ର କରି ବିବାଦ ଉପୁଜିଛି। ଏହାକୁ...

”ଓଡ଼ିଶାର ପ୍ରତି ବ୍ଲକ ଲୋକେ ଗୁଜରାଟରେ କାମ କରୁଛନ୍ତି”: ପ୍ରଧାନମନ୍ତ୍ରୀ ମୋଦି

କଟକ,୨୦।୫: କଟକରେ ବିଶାଳ ଜନସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେଡି ସରକାରଙ୍କ ଉପରେ ଖୁବ ବର୍ଷିଛନ୍ତି। କହିଛନ୍ତି ବିଜେଡି ପାଇଁ ଓଡ଼ିଶା ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri