ଛାତିଥରା ଦୁର୍ଘଟଣା, ବସ୍ ଧକ୍କାରେ ଉଡ଼ିଗଲା ଦମ୍ପତ୍ତିଙ୍କ ପ୍ରାଣବାୟୁ

ଵ୍ରହ୍ମପୁର, ୧୨/୧(ସୁବାସ ଚନ୍ଦ୍ର ପାଢ଼ୀ): ସଦର ଥାନା ଅନ୍ତର୍ଗତ ଲାଞ୍ଜିଆ ପଞ୍ଚାୟତର ବାଳକୃଷ୍ଣପୁର ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଯାତ୍ରୀବାହୀ ବସ ଧକ୍କାରେ ଦମ୍ପତିଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ତେବେ ଖବର ଲେଖାଯିବା ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ଦୁଘଟଣା ପରେ ସ୍ଥାନୀୟ ଉତ୍ତ୍ୟକ୍ତ ଲୋକ ରାସ୍ତା ଉପରେ ରୁଣ୍ଡ ହୋଇ ବସ ଚାଳକଙ୍କ ବେପାରୁଆ ଗାଡି ଚାଲାଣ ଯୋଗୁଁ ଏଭଳି ଦୁର୍ଘଟଣା ଘଟିଥିବା ଅଭିଯୋଗ କରିଛନ୍ତି । ପୋଲିସ ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତାରେ ଯାତାୟତ ସ୍ୱାଭାବିକ ହୋଇଥିଲା।

ପୋଲିସ ମୃତଦେହ ଜବତ କରି ବ୍ୟବଛେଦ ପାଇଁ ଏମକେସିଜି ମେଡିକାଲ ପଠାଇଛି । ଦୁର୍ଘଟଣା ଘଟାଇଥିବା ବସ ଜବତ କରିବା ସହିତ ଚାଳକଙ୍କୁ ଅଟକ ରଖି ଘଟଣାର ତଦନ୍ତ କରୁଛି ପୋଲିସ। ଘଟଣାରୁ ପ୍ରକାଶ ଯେ, ଦିଗପହଣ୍ଡି ପଟୁ ଏକ ସ୍କୁଟି ଯୋଗେ ଦମ୍ପତ୍ତି ବ୍ରହ୍ମପୁର ଅଭିମୁଖେ ଯାଉଥିଲେ । ଅନ୍ୟପଟେ ଵ୍ରହ୍ମପୁରରୁ ଏକ ଘରୋଇ ବସ ଦିଗପହଣ୍ଡି ଯାଉଥିଲା। ବାଳକୃଷ୍ଣପୁର ଛକରେ ସୋମବାର ମଧ୍ୟାନ୍ନରେ ଉକ୍ତ ବସଟି ସ୍କୁଟି ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଯାହାଫଳରେ ସ୍କୁଟି ଚାଳକ ଓ ଗାଢ଼ି ପଛରେ ବସିଥିବା ତାଙ୍କ ସ୍ତ୍ରୀ ରାସ୍ତାରେ ଛିଟିକି ପଡ଼ିଥିଲେ। ଘଟଣାସ୍ଥଳରେ ସ୍ୱାମୀର ମୃତ୍ୟୁ ଘଟିଥିବା ବେଳେ ଗୁରୁତର ଥିବା ମହିଳାଙ୍କୁ ଏମକେସିଜି ସ୍ଥାନାନ୍ତର କରାଯାଇଥିଲା। ତେବେ ଡାକ୍ତର ମହିଳାଙ୍କୁ ମଧ୍ୟ ମୃତ ଘୋଷଣା କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri