ରାସ୍ତା ନିର୍ମାଣ ପାଇଁ ୨ ବିଭାଗ ଟଣାଓଟରା

ଖଇରା,୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ଓ ସିମୁଳିଆ ୨ ବ୍ଲକକୁ ସଂଯୋଗ କରୁଥିବା ଓଝାପୋଖରୀ-ଅଡା ଭାୟା ସାରଡାଙ୍ଗ ରାସ୍ତା ନିର୍ମାଣକୁ ନେଇ ସରକାରଙ୍କ ୨ବିଭାଗ ମଧ୍ୟରେ ଟଣାଓଟରା ଲାଗି ରହିଛି। ଗ୍ରାମ୍ୟ ଉନ୍ନୟନ ବିଭାଗ ବଦଳରେ ପୂର୍ତ୍ତ ବିଭାଗ ଦ୍ୱାରା ରାସ୍ତା ସମ୍ପର୍ଣ୍ଣ କରାଯିବାକୁ ଓଝାପୋଖରୀ, ନନ୍ଦୁର, ଅସୁରିଆ, ସାରଡାଙ୍ଗ, ମିର୍ଜାପୁର, ଭୋଗୁପୁର ଓ ଅଡା ଆଦି ଗ୍ରାମର ବାସିନ୍ଦା ଦାବି କରିଛନ୍ତି। ଯଦି ସମ୍ପୃକ୍ତ ଠିକାଦାର ତରବରିଆ ଭାବେ କାର୍ଯ୍ୟ ଜାରି ରଖନ୍ତି, ତେବେ ଶହ ଶହ ଗ୍ରାମବାସୀ ଅନଶନରେ ବସିବାକୁ ଚେତାବନୀ ଦେଇଛନ୍ତି।
୨୦୨୨ ଡିସେମ୍ବରରେ ଗ୍ରାମ ଉନ୍ନୟନ ବିଭାଗ ଅଧୀନରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାରେ ଅନ୍ତର୍ଭୁକ୍ତ ଉକ୍ତ ରାସ୍ତାର ପ୍ରଶସ୍ତୀକରଣ ଓ ଉନ୍ନତିକରଣ ପାଇଁ ୪ କୋଟି ୮୮ଲକ୍ଷ ଟଙ୍କା ମଞ୍ଜୁରୀ ମିଳିଥିଲା। ଡିସେମ୍ବର ୧୨ତାରିଖରେ ଏହି ରାସ୍ତାର ଶିଳାନ୍ୟାସ ହୋଇଥିଲା। ଶିଳାନ୍ୟାସର କିଛିଦିନ ମଧ୍ୟରେ ଠିକାଦାର କାର୍ଯ୍ୟ ଆରମ୍ଭ କରିଥିଲେ। ଭୋଗୁପୁରଠାରୁ ସାରଡାଙ୍ଗ ମଧ୍ୟରେ ଚାଲିଥିବା ଏହି କାର୍ଯ୍ୟ ଅତ୍ୟନ୍ତ କଦର୍ଯ୍ୟ ଓ ନିମ୍ନମାନର ହେଉଥିବା ଅଭିଯୋଗ ଆଣି ସାରଡାଙ୍ଗ ଗ୍ରାମର ମନୋରଞ୍ଜନ ପଣ୍ଡା ଜାନୁୟାରୀ ୯ତାରିଖରେ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ କରିବା ପରେ ତଦନ୍ତ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ସେହିଦିନଠାରୁ ଠିକାଦାରଙ୍କୁ ଆଉ ଆଗକୁ କାର୍ଯ୍ୟ କରିବା ଉପରେ ଅଙ୍କୁଶ ଲଗାଯାଇଥିଲା। ୫ମାସ ଧରି କାମ ବନ୍ଦ ରହିଥିଲା। ସେପଟେ ଗ୍ରାମବାସୀ ଭଲ କାମ ପାଇଁ ପୂର୍ତ୍ତ ବିଭାଗକୁ ହସ୍ତାନ୍ତର ପାଇଁ ଦାବି କରିବା ପରେ ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କ ପ୍ରଚେଷ୍ଟା ପରେ ଏବେ ନିକଟରେ ୧୯କି.ମି. ରାସ୍ତା ପୂର୍ତ୍ତ ବିଭାଗ ଅଧୀନକୁ ଆସିବା ପରେ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଛି। ଉକ୍ତ ରାସ୍ତା ହାତରୁ ଖସିଯିବା ଭୟରେ ଗ୍ରାମ୍ୟ ଉନ୍ନୟନ ବିଭାଗ ଠିକାଦାରଙ୍କ ଉପରେ ଚାପ ପକାଇ ୧୦ଦିନ ତଳୁ ତରବରିଆ ଭାବେ କାର୍ଯ୍ୟ ଆରମ୍ଭ କରିଛନ୍ତି। ପୁଣିଥରେ କାମ ନିମ୍ନମାନର ହେଉଥିବା ନେଇ ସାରଡାଙ୍ଗ ଗ୍ରାମର ଜ୍ୟୋତିପ୍ରକାଶ କର, ରଘୁନାଥ ଘଡେଇ, ସନ୍ତୋଷ କୁମାର ନାୟକ, ଧୀରେନ କୁମାର ସେଣ୍ଡ ପ୍ରମୁଖ ଅଭିଯୋଗ କରିଛନ୍ତି। ଉକ୍ତ କାର୍ଯ୍ୟକୁ ତୁରନ୍ତ ବନ୍ଦ କରି ପୂର୍ତ୍ତବିଭାଗକୁ ହସ୍ତାନ୍ତର ପାଇଁ ଦାବି କରିଛନ୍ତି। ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ବାହୀଯନ୍ତ୍ରୀ ପ୍ରତିରଞ୍ଜନ ସାମଲଙ୍କୁ ଯୋଗାଯୋଗ କରିବାରେ ରାସ୍ତାର ଯେତିକି ଅଂଶ ପ୍ରଧାନମନ୍ତ୍ରୀ ସଡକ ଯୋଜନାରେ ଅନ୍ତର୍ଭୁକ୍ତ ତାହା ବିଭାଗ ଦ୍ୱାରା ସମ୍ପୂର୍ଣ୍ଣ ହେବ। ବାକି ଅଂଶ ପୂର୍ତ୍ତ ବିଭାଗ ଦ୍ୱାରା ହେବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri