ରାସ୍ତା ନିର୍ମାଣ ପାଇଁ ୨ ବିଭାଗ ଟଣାଓଟରା

ଖଇରା,୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ଓ ସିମୁଳିଆ ୨ ବ୍ଲକକୁ ସଂଯୋଗ କରୁଥିବା ଓଝାପୋଖରୀ-ଅଡା ଭାୟା ସାରଡାଙ୍ଗ ରାସ୍ତା ନିର୍ମାଣକୁ ନେଇ ସରକାରଙ୍କ ୨ବିଭାଗ ମଧ୍ୟରେ ଟଣାଓଟରା ଲାଗି ରହିଛି। ଗ୍ରାମ୍ୟ ଉନ୍ନୟନ ବିଭାଗ ବଦଳରେ ପୂର୍ତ୍ତ ବିଭାଗ ଦ୍ୱାରା ରାସ୍ତା ସମ୍ପର୍ଣ୍ଣ କରାଯିବାକୁ ଓଝାପୋଖରୀ, ନନ୍ଦୁର, ଅସୁରିଆ, ସାରଡାଙ୍ଗ, ମିର୍ଜାପୁର, ଭୋଗୁପୁର ଓ ଅଡା ଆଦି ଗ୍ରାମର ବାସିନ୍ଦା ଦାବି କରିଛନ୍ତି। ଯଦି ସମ୍ପୃକ୍ତ ଠିକାଦାର ତରବରିଆ ଭାବେ କାର୍ଯ୍ୟ ଜାରି ରଖନ୍ତି, ତେବେ ଶହ ଶହ ଗ୍ରାମବାସୀ ଅନଶନରେ ବସିବାକୁ ଚେତାବନୀ ଦେଇଛନ୍ତି।
୨୦୨୨ ଡିସେମ୍ବରରେ ଗ୍ରାମ ଉନ୍ନୟନ ବିଭାଗ ଅଧୀନରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାରେ ଅନ୍ତର୍ଭୁକ୍ତ ଉକ୍ତ ରାସ୍ତାର ପ୍ରଶସ୍ତୀକରଣ ଓ ଉନ୍ନତିକରଣ ପାଇଁ ୪ କୋଟି ୮୮ଲକ୍ଷ ଟଙ୍କା ମଞ୍ଜୁରୀ ମିଳିଥିଲା। ଡିସେମ୍ବର ୧୨ତାରିଖରେ ଏହି ରାସ୍ତାର ଶିଳାନ୍ୟାସ ହୋଇଥିଲା। ଶିଳାନ୍ୟାସର କିଛିଦିନ ମଧ୍ୟରେ ଠିକାଦାର କାର୍ଯ୍ୟ ଆରମ୍ଭ କରିଥିଲେ। ଭୋଗୁପୁରଠାରୁ ସାରଡାଙ୍ଗ ମଧ୍ୟରେ ଚାଲିଥିବା ଏହି କାର୍ଯ୍ୟ ଅତ୍ୟନ୍ତ କଦର୍ଯ୍ୟ ଓ ନିମ୍ନମାନର ହେଉଥିବା ଅଭିଯୋଗ ଆଣି ସାରଡାଙ୍ଗ ଗ୍ରାମର ମନୋରଞ୍ଜନ ପଣ୍ଡା ଜାନୁୟାରୀ ୯ତାରିଖରେ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ କରିବା ପରେ ତଦନ୍ତ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ସେହିଦିନଠାରୁ ଠିକାଦାରଙ୍କୁ ଆଉ ଆଗକୁ କାର୍ଯ୍ୟ କରିବା ଉପରେ ଅଙ୍କୁଶ ଲଗାଯାଇଥିଲା। ୫ମାସ ଧରି କାମ ବନ୍ଦ ରହିଥିଲା। ସେପଟେ ଗ୍ରାମବାସୀ ଭଲ କାମ ପାଇଁ ପୂର୍ତ୍ତ ବିଭାଗକୁ ହସ୍ତାନ୍ତର ପାଇଁ ଦାବି କରିବା ପରେ ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କ ପ୍ରଚେଷ୍ଟା ପରେ ଏବେ ନିକଟରେ ୧୯କି.ମି. ରାସ୍ତା ପୂର୍ତ୍ତ ବିଭାଗ ଅଧୀନକୁ ଆସିବା ପରେ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଛି। ଉକ୍ତ ରାସ୍ତା ହାତରୁ ଖସିଯିବା ଭୟରେ ଗ୍ରାମ୍ୟ ଉନ୍ନୟନ ବିଭାଗ ଠିକାଦାରଙ୍କ ଉପରେ ଚାପ ପକାଇ ୧୦ଦିନ ତଳୁ ତରବରିଆ ଭାବେ କାର୍ଯ୍ୟ ଆରମ୍ଭ କରିଛନ୍ତି। ପୁଣିଥରେ କାମ ନିମ୍ନମାନର ହେଉଥିବା ନେଇ ସାରଡାଙ୍ଗ ଗ୍ରାମର ଜ୍ୟୋତିପ୍ରକାଶ କର, ରଘୁନାଥ ଘଡେଇ, ସନ୍ତୋଷ କୁମାର ନାୟକ, ଧୀରେନ କୁମାର ସେଣ୍ଡ ପ୍ରମୁଖ ଅଭିଯୋଗ କରିଛନ୍ତି। ଉକ୍ତ କାର୍ଯ୍ୟକୁ ତୁରନ୍ତ ବନ୍ଦ କରି ପୂର୍ତ୍ତବିଭାଗକୁ ହସ୍ତାନ୍ତର ପାଇଁ ଦାବି କରିଛନ୍ତି। ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ବାହୀଯନ୍ତ୍ରୀ ପ୍ରତିରଞ୍ଜନ ସାମଲଙ୍କୁ ଯୋଗାଯୋଗ କରିବାରେ ରାସ୍ତାର ଯେତିକି ଅଂଶ ପ୍ରଧାନମନ୍ତ୍ରୀ ସଡକ ଯୋଜନାରେ ଅନ୍ତର୍ଭୁକ୍ତ ତାହା ବିଭାଗ ଦ୍ୱାରା ସମ୍ପୂର୍ଣ୍ଣ ହେବ। ବାକି ଅଂଶ ପୂର୍ତ୍ତ ବିଭାଗ ଦ୍ୱାରା ହେବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri